ବଜ୍ରପାତରେ ଜଳିଗଲା ୨୯ ବଖରା

ପାଟଣା/ହାଟଡିହୀ/ରୂପସା/ଭଦ୍ରକ ଅଫିସ,୨।୫: କେନ୍ଦୁଝର, ବାଲେଶ୍ୱର ଓ ଭଦ୍ରକ ଜିଲାର ବିଭିନ୍ନ ସ୍ଥାନର ବଜ୍ରପାତ ଘଟି ଗଛ ସହ ୨୯ ବଖରା ଜଳିଯାଇଛି। କେନ୍ଦୁଝର ପାଟଣା ବ୍ଲକରେ ରବିବାର କାଳବୈଶାଖୀ ପ୍ରଭାବରେ ବୁଢ଼ୀକାପୁଡି ମହାନ୍ତ ସାହିରେ ବଜ୍ରପାତ ହୋଇଥିଲା। ଉକ୍ତ ଗ୍ରାମର ଲକ୍ଷ୍ମୀଧର ମହାନ୍ତଙ୍କ ପଡ଼ିଆରେ ଥିବା ଏକ କଞ୍ଚା ମହୁଲ ଗଛ ଉପରେ ବଜ୍ରପାତ ହେବାରୁ ଗଛଟି ସମ୍ପୂର୍ଣ୍ଣ ଜଳିଯାଇଛି। ପାଟଣା ଅଗ୍ନିଶମ ବିଭାଗ ପହଞ୍ଚି ନିଆଁକୁ ଆୟତ୍ତ କରିଛି। ସେହିପରି ହାଟଡିହୀ ବ୍ଲକ ଅଁରା ପଞ୍ଚାୟତ ମଧୁରଗଡିଆ ଗ୍ରାମରେ ଶନିବାର ରାତିରେ ବଜ୍ରପାତ ଘଟି ୩ ବଖରା ପୋଡ଼ିଯାଇଛି। ବଜ୍ରପାତରେ ହଠାତ ନିଆଁ ଲାଗିବାରୁ ପରିବାର ଲୋକ ଭୟରେ ବାହାରକୁ ପଳାଇ ଆସିଥିଲେ। ଫଳରେ ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଯାଇଛି। ଧରଣୀଧର ଶଙ୍ଖୁଆ ଓ ନିତ୍ୟାନନ୍ଦ ଶଙ୍ଖୁଆ ଏଥିରେ କ୍ଷତିଗ୍ରସ୍ତ ହୋଇଛନ୍ତି। ବାଲେଶ୍ୱର ଜିଲା ବସ୍ତା ଥାନା ଅଧୀନ କୁଡ଼ିଆ ଗ୍ରାମର ଗୋପାଳ ଜେନାଙ୍କ ୬ ବଖରା ବାସଗୃହ ବଜ୍ରପାତରେ ଅଗ୍ନିକାଣ୍ଡ ଘଟି ଭସ୍ମୀଭୂତ ହୋଇଯାଇଛି। ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ପ୍ରଭାବରେ ବର୍ଷା ସହ ବଜ୍ରପାତ ହୋଇଥିଲା। ଚାହୁଁ ଚାହୁଁ ଘରଗୁଡିକ ସମ୍ପୂର୍ଣ୍ଣ ଜଳିଯାଇଥିଲା। ଦମକଳବାହିନୀ ଓ ଗାଁ ଲୋକେ ମିଶି ନିଆଁକୁ ଆୟତ୍ତ କରିଥିଲେ। ଘରର ସମସ୍ତ ଆସବାବପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ପରିବାର ଲୋକେ ଓ ଗୋରୁଗାଈ ଅଳ୍ପକେ ବର୍ତ୍ତିଯାଇଛନ୍ତି।
ଭଦ୍ରକ ଜିଲା ତିହିଡ଼ି ବ୍ଲକ ଅଧୀନ ଅଚକ ପଞ୍ଚାୟତ ଗୋପସାହିରେ ୨୦ ବଖରା ଘର ଜଳିଯାଇଛି। ଏଥିରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ି ପାଉଁଶ ହୋଇଯାଇଥିବା ବେଳେ ୧୧ ପରିବାର ସର୍ବସ୍ବାନ୍ତ ହୋଇଛନ୍ତି। ସ୍ଥାନୀୟ ଅଗ୍ନିଶମ ବାହିନୀ ଆସି ନିଅଁା ଲିଭାଇଥିଲେ। ଅଗ୍ନିକାଣ୍ଡରେ ଗ୍ରାମର କୃପାସିନ୍ଧୁ ଖୁଣ୍ଟିଆ, ନରହରି ଖୁଣ୍ଟିଆ, ବିଷ୍ଣୁ ମୋହନ ଖୁଣ୍ଟିଆ, ପୂର୍ଣ୍ଣଚନ୍ଦ୍ର ଖୁଣ୍ଟିଆ ପ୍ରମୁଖଙ୍କ ପରିବାର କ୍ଷତିଗ୍ରସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷକଙ୍କ ମାଡ଼ ପରେ ହଷ୍ଟେଲରୁ ଫେରାର ହୋଇଗଲେ ଛାତ୍ର, କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି

ପାଟଣାଗଡ଼, ୧୬।୨(ସଚ୍ଚିଦାନନ୍ଦ ମହାକୁର): ପାଟଣାଗଡ଼ ବ୍ଳକ ବନେଇମୁଣ୍ଡା ସରକାରୀ ଉଚ୍ଚ ବିଦ୍ୟାଳୟ ଆଶ୍ରମରେ ନିର୍ଯାତନାର ଶିକାର ହୋଇ ଶନିବାର ୭ ଜଣ ଛାତ୍ର ହଷ୍ଟେଲ ଛାଡ଼ି ଫେରାର…

ଟିମ ଇଣ୍ଡିଆକୁ ଡବଲ୍‌ ଫାଇଦା: ଭାଙ୍ଗିଲା ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୧୬।୨:ଟି୨୦ ବିଶ୍ୱକପରେ ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରି ନ ଥିଲା ବରଂ ଏଥିରୁ ଦୁଇଥର ଲାଭ ମଧ୍ୟ ପାଇଥିଲା। ସେହି ଲାଭ ସହିତ ଏହା…

ପ୍ରେମ ପାଇଁ ନିଆରା ପ୍ରୟାସ, ପ୍ରେମିକା ପାଇଁ ୪ କି.ମି ରାସ୍ତାରେ ଗଡ଼ିଗଡ଼ି ମନ୍ଦିର ଗଲେ ପ୍ରେମିକ

ମୁନିଗୁଡା,୧୬।୨(ନନ୍ଦ କିଶୋର ପଟ୍ଟନାୟକ): ରାୟଗଡା ଜିଲା ମୁନିଗୁଡା ବ୍ଲକ ଅନ୍ତର୍ଗତ ଅମ୍ବାଦଳାର ଅମ୍ଳାଭଟା ଅଞ୍ଚଳରେ ଜାଗର ଦିନ ଏକ ଅନନ୍ୟ ଦୃଶ୍ୟ ଦେଖିବାକୁ ମିଳିଛି । ଜଣେ…

ନାମ୍ବିୟାଠାରୁ ଯଦି ପାକିସ୍ତାନ ହାରିଯାଏ ତେବେ କ’ଣ ହେବ? ବୁଝନ୍ତୁ T20 World Cupର ସୁପର ୮ କ୍ୱାଲିଫିଶେନର ଗଣିତ

ନୂଆଦିଲ୍ଲୀ,୧୬।୨: ଟିମ ଇଣ୍ଡିଆ ପାକିସ୍ତାନକୁ ୬୧ ରନରେ ପରାସ୍ତ କରି ICC T20 ବିଶ୍ୱକପ 2026 ର ସୁପର ୮ପାଇଁ ଯୋଗ୍ୟତା ଅର୍ଜନ କରିଛି। ଫେବୃଆରୀ ୧୫…

ପରୀକ୍ଷା ପୂର୍ବରୁ ନିୟମରେ ବଡ଼ ପରିବର୍ତ୍ତନ କଲା CBSE, ସପ୍ଲିମେଣ୍ଟାରୀ ଦେବାକୁ ହେଲେ….

ନୂଆଦିଲ୍ଲୀ,୧୬।୨: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (CBSE) ଦଶମ ଏବଂ ଦ୍ୱାଦଶ ବୋର୍ଡ ପରୀକ୍ଷା ଫେବୃଆରୀ ୧୮ତାରିଖରୁ ଆରମ୍ଭ ହେବାକୁ ଯାଉଛି । ଏହି ସମୟରେ, CBSE ଏକ…

ମାଳମାଳ ଅଭିଯୋଗ, ଫଳ ଶୂନ, ଏହି ବ୍ୟବସ୍ଥାକୁ ନେଇ…

ଦାରିଙ୍ଗବାଡ଼ି,୧୬ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସଭାଗୃହ ପରିସରରେ ସୋମବାର କନ୍ଧମାଳ ଜିଲାପାଳ ବେଦଭୂଷଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି। ଏହି ସମୟରେ ପ୍ରତ୍ୟେକ ଅଭିଯୋଗ ଶୁଣାଣିରେ…

ବିଶ୍ୱ ଦେଖିବ ଭାରତର ଶକ୍ତି! ଫ୍ରାନ୍ସରୁ ବ୍ରାଜିଲ ପର୍ଯ୍ୟନ୍ତ, AI Impact Summit 2026ରେ ବିଶ୍ୱ ଶକ୍ତିର ହେବ ସମାବେଶ

ନୂଆଦିଲ୍ଲୀ,୧୬।୨: ଫେବୃଆରୀ ୧୭ ଏବଂ ୧୮ ତାରିଖରେ ନୂଆଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ଏଆଇ ଇମ୍ପାକ୍ଟ ଶିଖର ସମ୍ମିଳନୀ ୨୦୨୬ କେବଳ ଏକ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ନୁହେଁ…

‘ଶଶି ଥରୁର ବୈଦେଶିକ ମନ୍ତ୍ରୀ ହେବାକୁ ଚାହୁଁଛନ୍ତି, ପବନ ଖେରା କେବଳ କାଠ କଣ୍ଢେଇ’, କାହିଁକି ଏମିତି କହିଲେ ମଣି ଶଙ୍କର ଆୟାର? ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୬।୨: ବିବାଦୀୟ ବୟାନ ପାଇଁ ଜଣାଶୁଣା ବରିଷ୍ଠ କଂଗ୍ରେସ ନେତା ମଣି ଶଙ୍କର ଆୟାର ତାଙ୍କ ଦଳ ଭିତରେ ଥିବା ବରିଷ୍ଠ ନେତାମାନଙ୍କୁ ଟାର୍ଗେଟ କରିଛନ୍ତି। ସେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri