ଦିନରେ ଗୁଳୁଗୁଳି, ଅପରାହ୍ନରେ ଝଡ଼ବର୍ଷା: ୫ ଜିଲାକୁ ଅରେଞ୍ଜ ଓ୍ବାର୍ନିଂ

ଭୁବନେଶ୍ୱର, ୩୦ା୪(ଅନୁରାଧା ମହାରଣା):ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଆସନ୍ତା ୬ଦିନ ରାଜ୍ୟର ଅଧିକାଂଶ ସ୍ଥାନରେ ଦିନରେ ଗରମ ଓ ଗୁଳୁଗୁଳି ଅନୁଭୂତ ହେବାକୁ ଥିବାବେଳେ ଅପରାହ୍ନରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ୨୨ ଜିଲାକୁ କାଳବୈଶାଖୀ ଝଡ଼ବର୍ଷା ଭୟ ଥିବାବେଳେ ୧୬ ଜିଲାକୁ ଗରମ ଓ ଗୁଳୁଗୁଳି ପାଇଁ ଓ୍ବାର୍ନିଂ ଦିଆଯାଇଛି। ୫ ଜିଲା କେନ୍ଦୁଝର, ମୟୂରଭଞ୍ଜ, ରାୟଗଡ଼ା ଗଞ୍ଜାମ ଓ ଗଜପତି କାଳବୈଶାଖୀ ବର୍ଷା ନେଇ ଅରେଞ୍ଜ ଓ୍ବାର୍ନିଂ ରହିଛି। ଏହିସବୁ ଜିଲାରେ ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା ରହିଛି। ସେହିପରି ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ସୁନ୍ଦରଗଡ଼ ଆଦି ଜିଲାକୁ ୟେଲୋ ଓ୍ବାର୍ନିଂ ରହିଛି।

 

Dharitri – Odisha’s No.1 Odia Daily

 

Share