ରବିବାରଠୁ ଝଡ଼ବର୍ଷା: ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୪ା୩(ବନ୍ଦନା ସେଠୀ):ରାଜ୍ୟରେ ଏବେ ତାପମାତ୍ରା ବଢ଼ିବା ସହ ଗ୍ରୀଷ୍ମ ପ୍ରବାହ ବା ହିଟ୍‌ ଓ୍ବେଭ୍‌ ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଛି। ରାଜ୍ୟରେ ଏବେ ହିଟ୍‌ ଓ୍ବେଭ୍‌ ଜାରି ରହିଥିବାରୁ ଭାରତୀୟ ପାଣିପାଗ ବିଭାଗ ସତର୍କ କରିଛି। ଶନିବାର ଝାରସୁଗୁଡା ଏବଂ ସମ୍ବଲପୁରରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ନେଇ ରେର୍ଡ ଆଲର୍ଟ ଜାରି କରାଯାଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଶୁକ୍ରବାର ରାଜ୍ୟର ୧ ସ୍ଥାନରେ ତାପମାତ୍ରା ୩୭ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିଲା। ୪୦.୬ ଡିଗ୍ରୀ ସହିତ ଝାରସୁଗୁଡା ପୁଣି ଥରେ ରାଜ୍ୟର ସବୁଠାରୁ ଉତ୍ତପ୍ତ ସହର ପାଲଟିଥିଲା। ସେହିପରି ହୀରାକୁଦରେ ୪୦.୨ ଡିଗ୍ରୀ, ସମ୍ବଲପୁର ୩୯.୯ ଡିଗ୍ରୀ, ସୁନ୍ଦରଗଡ଼ ୩୯.୫ ଡିଗ୍ରୀ, ସୋନପୁର ୩୮.୮ ଡିଗ୍ରୀ, ବରଗଡ଼ ୩୮.୮ ଡିଗ୍ରୀ, ଭବାନୀପାଟଣାରେ ୩୮.୫ ଡିଗ୍ରୀ, ନୂଆପଡା ୩୮.୫ ଡିଗ୍ରୀ, ଟିଟିଲାଗଡ ୩୮.୫ ଡିଗ୍ରୀ, ବଲାଙ୍ଗୀର ୩୮ ଡିଗ୍ରୀ, ବାରିପଦା ୩୮ ଡିଗ୍ରୀ, ତାଳଚେର ୩୮ ଡିଗ୍ରୀ, ଅନୁଗୋଳ ୩୭.୭ ଡିଗ୍ରୀ ଏବଂ ଢେଙ୍କାନାଳରେ ସର୍ବାଧିକ ତାପମାତ୍ରା ୩୭ ଡିଗ୍ରୀ ଛୁଇଁଥିଲା। ତେବେ ଗୁରୁବାର ରାଜଧାନୀ ଭୁବନେଶ୍ୱରରେ ସର୍ବାଧିକ ତାପମାତ୍ରା ୩୮.୬ ଡିଗ୍ରୀ ରେକର୍ଡ ହୋଇଥିବାବେଳେ ଶୁକ୍ରବାର ଏଥିରେ ହ୍ରାସ ପାଇ ୩୪.୨ ଡିଗ୍ରୀ ରେକର୍ଡ ହୋଇଛି।
ଅପରପକ୍ଷେ ରବିବାର ଓ ସୋମବାର ରାଜ୍ୟର ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବାନେଇ ସୂଚନା ଦିଆଯାଇଛି। କେନ୍ଦୁଝର, ଢ଼େଙ୍କାନାଳ, ମାଲକାନଗିରି, କୋରାପୁଟ, ରାୟଗଡ଼ା, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ ଏବଂ ନବରଙ୍ଗପୁର ଆଦି ଜିଲାରେ ବର୍ଷା ହେବ। ତେବେ ରବିବାର କେନ୍ଦୁଝର ଏବଂ ମୟୂରଭଞ୍ଜକୁ ଘଡ଼ଘଡ଼ି ସହ ବର୍ଷା ଓ ପବନ ନେଇ ଓ୍ବେଲୋ ଓ୍ବାର୍ନିଂ ଜାରି କରାଯାଇଥିବାବେଳେ ସୋମବାର କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର ଜିଲାକୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇରାନରେ ସବୁଠାରୁ ଶକ୍ତିଶାଳୀ ଆକ୍ରମଣ! ଖାର୍ଗ ଦ୍ୱୀପରେ ବୋମା ପକାଇଲା ଆମେରିକା, ଧ୍ବଂସ ହେଲା…

ନୂଆଦିଲ୍ଲୀ,୧୪।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ କହିଛନ୍ତି ଯେ ଆମେରିକୀୟ ସେନା (CENTCOM) ଇରାନର ଗୁରୁତ୍ୱପୂର୍ଣ୍ଣ ଖାର୍ଗ ଦ୍ୱୀପରେ ସବୁଠାରୁ ଶକ୍ତିଶାଳୀ ବିମାନ ଆକ୍ରମଣ କରିଛି। ସେ…

ସ୍ତ୍ରୀ, ବୋହୁ, ନାତୁଣୀଙ୍କୁ ହାତୁଡିରେ ପିଟି ନିର୍ମମ ହତ୍ୟା: ପାଣିଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ଅଭିଯୁକ୍ତ

ଦେବଗଡ଼,୧୪।୩(ଶଶାଙ୍କ ଶେଖର ଝାଙ୍କର): କୁଣ୍ଢେଇଗୋଳା ଥାନା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣା। ଗାଁର ପାଣି ଟାଙ୍କି ଉପରେ ଲୁଚିଛନ୍ତି ଫେରାର୍‌ ହତ୍ୟା ଅଭିଯୁକ୍ତ। ଅଭିଯୁକ୍ତଙ୍କୁ ଧରିବା…

ଇରାକ୍‌ରେ ଖସିଲା ଆମେରିକା ବିମାନ: ୪ ମୃତ

ଦୁବାଇ,୧୪ା୩: ଇରାନ୍‌ ବିରୋଧୀ ଯୁଦ୍ଧରେ ଆମେରିକାର ସାମରିକ ବିମାନଗୁଡ଼ିକୁ ତୈଳ ଯୋଗାଉଥିବା ଏକ କେସି-୧୩୫ ଏୟାରକ୍ରାଫ୍ଟ ପଶ୍ଚିମ ଇରାକ୍‌ରେ ଖସିପଡ଼ିଛି। ବିମାନରେ ନିଅଁା ଲାଗିଯିବାରୁ ସେଥିରେ ଥିବା…

ସିଇସିଙ୍କ ବହିଷ୍କାର ଦାବିରେ ନୋଟିସ ଦେଲେ ବିରୋଧୀ

ନୂଆଦିଲ୍ଲୀ,୧୪ା୩: ମୁଖ୍ୟ ନିର୍ବାଚନ କମିଶନର (ସିଇସି) ଜ୍ଞାନେଶ କୁମାରଙ୍କୁ ବହିଷ୍କାର କରିବା ଦାବିରେ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟର ଉଭୟ ଗୃହରେ ନୋଟିସ ଦାଖଲ କରିଛନ୍ତି। ଉକ୍ତ…

ସମର୍ଥନ ମିଳୁଛି, ସମାଧାନ ହେଉନି: ଚେତାବନୀ ଦେଲେ ଚାଷୀ

ବରଗଡ଼,୧୪।୩(ପ୍ରେମାନନ୍ଦ ଖମାରୀ):ଧାନବିକ୍ରି ଦାବିରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାନ ଗଦା କରି ଚାଲିଥିବା ଚାଷୀଙ୍କ ଆନ୍ଦୋଳନ ଶୁକ୍ରବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ସେମାନଙ୍କ ଧାନକ୍ରୟ…

ଏଲ୍‌ପିଜି ଅପେକ୍ଷାରେ ହୃଦ୍‌ଘାତ, ବୃଦ୍ଧ ମୃତ

ଚଣ୍ଡିଗଡ଼,୧୪ା୩: ଇରାନ ଯୁଦ୍ଧକୁ ନେଇ ରନ୍ଧନ ଗ୍ୟାସ୍‌ ଯୋଗାଣ ବାଧାପ୍ରାପ୍ତ ହୋଇଥିବାବେଳେ ଦେଶର ବିଭିନ୍ନ ଭାଗରେ ଏଲ୍‌ପିଜି ପାଇବା ପାଇଁ ଲମ୍ବା ଧାଡ଼ି ଦେଖିବାକୁ ମିଳୁଛି। ଶୁକ୍ରବାର…

କୁଆଡ଼େ ଗଲେ ଦାଶରଥି: ବିଜେଡି ଛାଡ଼ିବେନି ଶପଥ କଲେ ୨ ପ୍ରାର୍ଥୀ

ଭୁବନେଶ୍ୱର,୧୪ା୩(ସୁନିତ୍‌ ମିଶ୍ର):ରାଜ୍ୟ ସଭା ନିର୍ବାଚନ ପାଇଁ ମଝିରେ ମାତ୍ର ୨ ଦିନ ରହିଲା। ରାଜ୍ୟର ୩ ପ୍ରମୁଖ ଦଳ ବିଜେଡି, ଭାଜପା ଏବଂ କଂଗ୍ରେସ ନିଜ ବିଧାୟକମାନଙ୍କୁ…

ଏଲ୍‌ପିଜି ସଙ୍କଟ: ପାର୍ଲାମେଣ୍ଟରେ ବିକ୍ଷୋଭ

ନୂଆଦିଲ୍ଲୀ,୧୪ା୩: ଏଲ୍‌ପିଜି ସଙ୍କଟକୁ ନେଇ ବିରୋଧୀ ଏମ୍‌ପିମାନେ ଶୁକ୍ରବାର ପାର୍ଲାମେଣ୍ଟ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ପେଟ୍ରୋଲିୟମ୍‌ ମନ୍ତ୍ରୀ ହରଦୀପ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri