କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି

ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।

ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନାନୁସାରେ, ସୋମବାର ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ବିଜୁଳି ଘଡ଼ଘଡ଼ି ସହ ଧୂଳିଝଡ଼ ହେବାର ଆଶଙ୍କା ରହିଥିବା ବେଳେ ଘଣ୍ଟା ପ୍ରତି ୫୦ରୁ ୬୦ କି.ମି. ବେଗରେ ପବନ ବହିବ। ବିଶେଷ କରି କେନ୍ଦୁଝରଗଡ଼ରେ ଏହି ପରିସ୍ଥିତି ଦେଖିବାକୁ ମିଳିବ।

ଅନ୍ୟପକ୍ଷେ ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର, ଗଜପତି, ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଅନୁଗୋଳ, ଦେବଗଡ଼, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଓ ଢେଙ୍କାନାଳରେ ୪୦ରୁ ୫୦ କି.ମି. ବେଗରେ ପବନ ବହିବା ସହ ଘଡ଼ଘଡ଼ି ଓ ବର୍ଷା ହେବାର ସମ୍ଭାବନା ରହିଛି। ଏଥିପାଇଁ ଉପରୋକ୍ତ ୧୫ ଜିଲାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏପ୍ରିଲ ୫ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଛି।

ରାଜ୍ୟରେ ରବିବାର ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହୋଇଛି। ୬ଟି ସ୍ଥାନର ତାପମାତ୍ରା ୪୧ ଡିଗ୍ରୀ ବା ତା’ଠାରୁ ଅଧିକ ରେକର୍ଡ ହୋଇଥିବା ବେଳେ ବୌଦ୍ଧରେ ସର୍ବାଧିକ ୪୧.୮ ଡିଗ୍ରୀ ସେଲ୍‌ସିୟସ୍‌ ତାପମାତ୍ରା ଅନୁଭୂତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କୋହଲିଙ୍କ ସହ ରିଲ୍ସ କରି ରାତାରାତି ସୋସିଆଲ ମିଡିଆ ଷ୍ଟାର ପାଲଟିଗଲେ ଅର୍ଶଦୀପ, ଜାଣନ୍ତୁ କାହିଁକି ଆରମ୍ଭ କରିଥିଲେ YouTube

ନୂଆଦିଲ୍ଲୀ,୧୧।୧୨: ଟିମ ଇଣ୍ଡିଆର ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂହ କେବଳ ପଡ଼ିଆରେ ନୁହେଁ ବରଂ ସୋସିଆଲ ମିଡିଆରେ ମଧ୍ୟ ଲୋକପ୍ରିୟତା ହାସଲ କରିଛନ୍ତି। ତାଙ୍କର...

ECI: ନିର୍ବାଚନ କମିଶନଙ୍କ ବଡ଼ ନିଷ୍ପତ୍ତି, ଏସବୁ ରାଜ୍ୟ ପାଇଁ ବଢିଲା SIR ଅବଧି

ନୂଆଦିଲ୍ଲୀ,୧୧।୧୨: ନିର୍ବାଚନ କମିଶନ ଗୁରୁବାର ସ୍ପେଶାଲ ସଘନ ସଂଶୋଧନ (SIR) ପ୍ରକ୍ରିୟା ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ରିପୋର୍ଟ ଅନୁଯାୟୀ, ନିର୍ବାଚନ କମିଶନ ପାଞ୍ଚଟି...

ପୁଣି ଭାରତ-ପାକିସ୍ତାନ ମହାମୁକାବିଲା: ଜାଣନ୍ତୁ କେବେ, କେଉଁଠି ଖେଳାଯିବ ମ୍ୟାଚ୍‌

ନୂଆଦିଲ୍ଲୀ,୧୧।୧୨: ୧୯ ବର୍ଷରୁ କମ କ୍ରିକେଟ ଏସିଆ କପ ୨୦୨୫ ଡିସେମ୍ବର ୧୨ରୁ ଆରମ୍ଭ ହେବାକୁ ଯାଉଛି। ପ୍ରଥମ ଦିନରେ ଦୁଇଟି ମ୍ୟାଚ ଖେଳାଯିବ। ଆୟୁଷ...

“ବିଏସ୍ଏଫ୍ ପୋଷ୍ଟ୍ ନିକଟକୁ ଯାଆନ୍ତୁ ନାହିଁ”: ମମତା ବାନାର୍ଜୀଙ୍କ ଚେତାବନୀ ଶୁଣି ଚିନ୍ତାରେ ଲୋକେ

କୋଲକାତା,୧୧।୧୨: ପଶ୍ଚିମବଙ୍ଗରେ ଭୋଟର ତାଲିକାର ସ୍ୱତନ୍ତ୍ର ଭୋଟର ସଂଶୋଧନ (SIR)କୁ ନେଇ ଚାଲିଥିବା ବିବାଦ ମଧ୍ୟରେ ତୃଣମୂଳ କଂଗ୍ରେସ ନେତ୍ରୀ ତଥା ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ...

ପାକିସ୍ତାନ ସହ ପ୍ରତିରକ୍ଷା ଚୁକ୍ତି ଭିତରେ ଭାରତକୁ କଡ଼ା ବାର୍ତ୍ତା ଦେଲେ ଟ୍ରମ୍ପ? F-16ର ଶକ୍ତି ବଢାଇବ ଆମେରିକା

ଓ୍ବାଶିଂଟନ,୧୧।୧୨: ଆମେରିକା ପାକିସ୍ତାନକୁ ଏହାର F-16 ଲଢ଼ୁଆ ବିମାନକୁ ଅପଗ୍ରେଡ କରିବା ପାଇଁ ୬୮୬ ଡଲାର ନିୟୁତ (ପ୍ରାୟ ୫,୮୦୦କୋଟି) ମୂଲ୍ୟର ଉନ୍ନତ ପ୍ରଯୁକ୍ତିବିଦ୍ୟା ଏବଂ...

ସଂସଦରେ ସ୍ପିକର ହଲାଇଲେ ଟଙ୍କା! ଏକ ଡଜନରୁ ଅଧିକ ସାଂସଦ କହିଲେ …

ଇସଲାମାବାଦ,୧୧।୧୨: ପାକିସ୍ତାନରେ ରାଜନେତାମାନେ ପ୍ରାୟତଃ ନିଜ ଭାଷଣରେ ସଚ୍ଚୋଟତା ଏବଂ ନ୍ୟାୟର କଥା କୁହନ୍ତି, କିନ୍ତୁ ଯେତେବେଳେ ପ୍ରକୃତ ପରୀକ୍ଷାର କଥା ଆସେ, ସାଂସଦମାନଙ୍କ କାର୍ଯ୍ୟ...

ପ୍ରଶାସନ ସାଜିଛି ନୀରବଦ୍ରଷ୍ଟା: ନକଲି ଜମି ମାଲିକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ କେବେ?

ପୁରୁଷୋତ୍ତମପୁର,୧୧।୧୨(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସବରେଜିଷ୍ଟର ଅଫିସରେ ଜମି ଦୁର୍ନିତିର ପର୍ଦ୍ଦାପାଶ ହୋଇଛି। ଜମିର ପ୍ରକୃତ ମାଲିକ ମୃତ୍ୟୁବରଣ କରିଥିବା ସତ୍ତ୍ବେ ଅନ୍ୟ ଜଣେ...

IPL Auctionରେ ଏହି ୩ ଖେଳାଳିଙ୍କୁ କିଣିବା ପାଇଁ କୌଣସି ସୀମା ପର୍ଯ୍ୟନ୍ତ ଯାଇପାରେ CSK

ନୂଆଦିଲ୍ଲୀ,୧୧।୧୨: IPL ୨୦୨୬ ପାଇଁ ମିନି ନିଲାମ ଡିସେମ୍ବର ୧୬ରେ ଆବୁଧାବିରେ ଅନୁଷ୍ଠିତ ହେବ। ଚେନ୍ନାଇ ସୁପର କିଙ୍ଗ୍ସ ନିଲାମରେ ୪୩.୪କୋଟି ଟଙ୍କା ଉପଲବ୍ଧ ଅଛି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri