୫ ଜିଲାକୁ ଝଡ଼ବର୍ଷା, ଆଜି ଏସବୁ ଅଞ୍ଚଳରେ ଘଡ଼ଘଡ଼ି ସହ…

ଭୁବନେଶ୍ୱର,୨ା୪: ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ଗରମ ଅନୁଭୂତ ହେଉଥିବାବେଳେ ଉପକୂଳରେ ଥଣ୍ଡା ଅନୁଭୂତ ହେଉଛି। ଗତ କିଛିଦିନ ଧରି ରାଜ୍ୟରେ ଏପରି ତାପମାତ୍ରା ଦେଖିବାକୁ ମିଳୁଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ହିଟ୍‌ ଆଣ୍ଡ୍‌ ହ୍ୟୁମିଡିଟି ଓ୍ବାର୍ନିଂ ଜାରି କରାଯାଇଛି। ଗୁରୁବାର ୫ ଜିଲାରେ ଝଡ଼ବର୍ଷା ହେବାର ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ପବନ ବହିବାର ସମ୍ଭାବନା ରହିଛି। ଆସନ୍ତା ୪ ତାରିଖ ଯାଏ ଏପରି ଝଡ଼ବର୍ଷା ଲାଗି ରହିବ।

ଆଜି ୩ ଜିଲା ଗଞ୍ଜାମ, ଗଜପତି, ପୁରୀକୁ ତାତି ନେଇ ୟେଲୋ ଓ୍ବାର୍ନିଂ ଜାରି ହୋଇଛି। ସେହିଭଳି ନୂଆପଡ଼ା ଓ ନବରଙ୍ଗପୁରକୁ ଝଡ଼ ତୋଫାନ ନେଇ ୟେଲୋ ଓ୍ବାର୍ନିଂ ଜାରି କରିଛି ପାଣିପାଗ ବିଭାଗ। ୫ ତାରିଖ ପରଠାରୁ ପାଗରେ ପରିବର୍ତ୍ତନ ଆସିବ।

ବୁଧବାର ରାଜ୍ୟର ୨୪ ସ୍ଥାନରେ ପାରଦ ୩୬ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥିବାବେଳେ ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୯.୫ ଡିଗ୍ରୀ ରେକର୍ଡ ହୋଇଥିଲା। ସେହିଭଳି ଢେଙ୍କାନାଳ ଜିଲାରେ ସର୍ବାଧିକ ଗୁଳୁଗୁଳି ଅନୁଭୂତ ହୋଇଥିଲା। ଆସନ୍ତା ୨ଦିନରେ ତାପମାତ୍ରା ୪ରୁ ୫ ଡିଗ୍ରୀ ବୃଦ୍ଧି ପାଇବ। ୪ ତାରିଖ ପର୍ଯ୍ୟନ୍ତ ପ୍ରବଳ ଗରମ ଓ ଗୁଳୁଗୁଳି ନେଇ ପୁରୀ, ଗଞ୍ଜାମ ଏବଂ ଗଜପତି ଜିଲାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

CJP ବିକ୍ଷୋଭ ମଧ୍ୟରେ ବଡ଼ ଘୋଷଣା କଲେ ରାହୁଲ, କହିଲେ କାଲି ପୂରା ଭାରତ…

ନୂଆଦିଲ୍ଲୀ,୧୧।୧୦: ସୁପ୍ରିମକୋର୍ଟ ଯାଏ ମାର୍ଚ୍ଚ କରିବା ସହ ଭାରତର ପ୍ରଧାନ ବିଚାରପତି (CJI)ଙ୍କୁ ଦାବିପତ୍ର ପ୍ରଦାନ କରିବାକୁ ଘୋଷଣା କରିଛନ୍ତି କଂଗ୍ରେସ ଏମପି ରାହୁଲ ଗାନ୍ଧୀ। ସୋମବାର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?