ଆଜିଠାରୁ ଅଧିକାଂଶ ଅଞ୍ଚଳରେ ଝଡ଼ବର୍ଷା

ଭୁବନେଶ୍ୱର,୧୮।୯(ଅନୁରାଧା ମହାରଣା): ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦୁର୍ବଳ ହୋଇପଡ଼ିଛି। ତେଣୁ ଲଘୁଚାପ ପ୍ରଭାବରେ ରାଜ୍ୟ ଉପରେ ଦୁର୍ବଳ ସ୍ଥିତିରେ ଥିବା ମୌସୁମୀ ଏବେ ପୁନର୍ବାର ସକ୍ରିୟ ହୋଇପଡ଼ିଛି। ଫଳରେ ସୋମବାରଠାରୁ ରାଜ୍ୟରେ ଝଡ଼ବର୍ଷା ଲାଗି ରହିବ। ୧୮ରୁ ୨୨ ତାରିଖ ଯାଏ ୩ ଦିନ ଧରି ସାରା ରାଜ୍ୟରେ ପ୍ରବଳ ବର୍ଷା ହେବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ଅପରାହ୍ନ ମଧ୍ୟରେ ରାଜ୍ୟର ୮ ଜିଲାରେ ପ୍ରବଳ ବର୍ଷା(୭ରୁ ୧୧ ସେମି) ହେବାର ସମ୍ଭାବନା ରହିଥିବାବେଳେ ୧୦ ଜିଲାରେ ବଜ୍ରପାତ ସହ ଝଡ଼ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡିକ ହେଉଛି ଯାଜପୁର, ଖୋର୍ଦ୍ଧା, ଢ଼େଙ୍କାନାଳ, କେନ୍ଦୁଝର, କନ୍ଧମାଳ, ଗଞ୍ଜାମ, ଗଜପତି ଓ ରାୟଗଡ଼ା। ସେହିପରି ଏହି ସମୟ ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, କଟକ, ପୁରୀ, ନୟାଗଡ଼, ଅନୁଗୋଳ ଓ କଳାହାଣ୍ଡି ଆଦି ୧୦ ଜିଲାରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୧୯ ତାରିଖରେ କୋରାପୁଟ, ମାଲକାନଗିରି, ଖୋର୍ଦ୍ଧା, ପୁରୀ, ଗଞ୍ଜାମ, ନୟାଗଡ଼, କନ୍ଧମାଳ ଓ ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିସହ ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ବୌଦ୍ଧ, ଯାଜପୁର, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ ନୟାଗଡ଼ ଜିଲାର କିଛି ସ୍ଥାନରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ସେହିପରି ୨୦ ତାରିଖରେ ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼, ଅନୁଗୋଳ, ବୌଦ୍ଧ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କଳାହାଣ୍ଡି, ବଲାଙ୍ଗୀର, ନବରଙ୍ଗପୁର, କୋରାପୁଟ ଓ ମାଲକାନଗିରି ଜିଲାରେ ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ। ୨୧ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର ଓ କଟକ ଜିଲାରେ ବଜ୍ରପାତ ସହ ବର୍ଷା ହୋଇପାରେ। ୨୨ ତାରିଖରେ ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ସୋନପୁର, ବୌଦ୍ଧ, ବଲାଙ୍ଗୀର, ନୂଆପଡ଼ା, କଳାହାଣ୍ଡି ଓ ନବରଙ୍ଗପୁର ଆଦି ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ଆକଳନ କରିଛି ପାଣିପାଗ ବିଭାଗ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନ ଯୁଦ୍ଧରେ ରୁଷିଆର ଏଣ୍ଟ୍ରି? ଟ୍ରମ୍ପଙ୍କ ହଜିଲା ନିଦ, ଭୟଙ୍କର ହୋଇପାରେ…

ନୂଆଦିଲ୍ଲୀ/ତେହେରାନ, ୨୬।୩: ପଶ୍ଚିମ ଏସିଆରେ ଜାରି ରହିଥିବା ଯୁଦ୍ଧ ମଧ୍ୟରେ ରୁଷିଆ ଏବଂ ଇରାନର ବଢୁଥିବା ନିକଟତରତା ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ପଶ୍ଚିମା ଗୋଇନ୍ଦା…

ବସଷ୍ଟାଣ୍ଡରେ OSRTC ବସ୍‌ରେ ଲାଗିଲା ନିଆଁ: ଜୀବନ ବଞ୍ଚାଇବାକୁ କିଏ ଝରକା ପଟେ ଡେଇଁଲେ ତ କିଏ… VIDEO 

କୋରାପୁଟ, ୨୬।୩ (ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଏକ ବଡ଼ ଧରଣର ଅଘଟଣ ଟଳିଯାଇଛି। ଗୁରୁବାର ସଂନ୍ଧ୍ୟାରେ ଏକ ସରକାରୀ (OSRTC) ବସ୍‌ରେ ହଠାତ ନିଆଁ ଲାଗିଯିବା…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

କିଏ ସେହି ଅଜଣା ବ୍ୟକ୍ତି? ମହେନ୍ଦ୍ରଗିରି ପାଦଦେଶରୁ ମୃତଦେହ ଉଦ୍ଧାର ପରେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

ପାରଳାଖେମୁଣ୍ଡି, ୨୬।୩ (ଗିରିଧାରୀ ପରିଚ୍ଛା): ଗଜପତି  ଜିଲା ଗାରାବନ୍ଧ ଥାନା ଅନ୍ତର୍ଗତ ମହେନ୍ଦ୍ରଗିରି ପାଦଦେଶରେ ଥିବା ମାଡ଼ବା ଗ୍ରାମ ନିକଟସ୍ଥ ଏଙ୍ଗାରସିଂ ପାହାଡ଼ ଉପରୁ ଜଣେ ଅଜଣା…

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

ଛିଡ଼ା ହୋଇଥିଲା ଜେସିବି, ପଛରୁ ପିଟିଲା ବାଇକ: ଯୁବକ ଗୁରୁତର, ଆମ୍ବୁଲାନ୍ସ ନମିଳିବାରୁ…

ନନ୍ଦପୁର, ୨୬।୩ (ତୁଷାର କାନ୍ତ ମହାନ୍ତି): କୋରାପୁଟ  ଜିଲା ନନ୍ଦପୁର-ସେମିଳିଗୁଡ଼ା ସଂଯୋଗୀ ଏମଡିଆର-୫୫ ରାସ୍ତାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ରେ ଛିଡ଼ା ହୋଇଥିବା…

ଚକ୍‌ମା ଦେଉଛନ୍ତି ଟ୍ରମ୍ପ! ପୁଣି ଓଲଟିଲେ, କହିଲେ ‘ଡିଲ ପାଇଁ ଭିକ୍ଷା କରୁଥିଲା ଇରାନ, ମୁଁ ନୁହେଁ’, ସାରା ବିଶ୍ୱ ଆଶ୍ଚର୍ଯ୍ୟ

ଓ୍ବାଶିଂଟନ,୨୬।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସହିତ ଶାନ୍ତି ଚୁକ୍ତିର ସମ୍ଭାବନା ଉପରେ ସନ୍ଦେହ ପ୍ରକାଶ କରି କହିଛନ୍ତି ଯେ ଇରାନ ଯୁଦ୍ଧ…

ଗଜପତିରେ ଗଞ୍ଜେଇ କାରବାର ଉପରେ ପୋଲିସର ଶକ୍ତ ପ୍ରହାର: ୪.୦୬ ଟନ୍‌ର ଗଞ୍ଜେଇ ଜବତ, ମୂଲ୍ୟ…

ପାରଳାଖେମୁଣ୍ଡି/ମୋହନା, ୨୬।୩ (ଗିରିଧାରୀ ପରିଚ୍ଛା/ମନ୍ମଥ ମିଶ୍ର): ଗଜପତି ଜିଲାରେ ଅବାଧ ଗଞ୍ଜେଇ ଚାଷ ଓ ଚାଲାଣକୁ ରୋକିବା ପାଇଁ ପୋଲିସ ପ୍ରଶାସନ ପକ୍ଷରୁ ଚଢାଉକୁ ଜୋରଦାର କରାଯାଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri