ଏସବୁ ଜିଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧୭ା୪(ବ୍ୟୁରୋ): ରାଜ୍ୟର ଅଧିକାଂଶ ସ୍ଥାନରେ ଗ୍ରୀଷ୍ମପ୍ରବାହ ଜାରି ରହିଛି। ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରିି ଦେଉଛି। ରବିବାର ୧୫ଟି ଜିଲାରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବା ବେଳେ ଶନିବାର ଭଳି ଆଜି ମଧ୍ୟ ସୋନପୁରରେ ସର୍ବାଧିକ ୪୩.୫ ଡିଗ୍ରୀ ସେଲସିୟସ ତାପମାତ୍ରା ରେକର୍ଡ କରାଯାଇଛି। ଆସନ୍ତା ୫ ଦିନ ଯାଏ ଆଭ୍ୟନ୍ତରୀଣ ଜିଲା ଗ୍ରୀଷ୍ମ ପ୍ରବାହରେ ଅଧିକ ପ୍ରଭାବିତ ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ।

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, କନ୍ଧମାଳ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର ଜିଲାରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ମୟୂରଭଞ୍ଜ ଏବଂ କେନ୍ଦୁଝରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ। ଏନେଇ ଉକ୍ତ ଜିଲାଗୁଡ଼ିକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।