ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା : ୩ ଘଣ୍ଟିଆ ୱାର୍ନିଂ

ଭୁବନେଶ୍ୱର,୨୪।୨: ଟୁଇନ୍‌ ସିଟିରେ ଘଡ଼ଘଡ଼ି ସହ ବର୍ଷା ନେଇ ୩ ଘଣ୍ଟିଆ ୱାର୍ନିଂ ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଜାରି କରିଛନ୍ତିି। ଅନ୍ୟପକ୍ଷେ ପୁରୀ, ମୟୂରଭଞ୍ଜ, କେନ୍ଦୁଝର, ଗଞ୍ଜାମ ଜିଲାକୁ ମଧ୍ୟ ୱାନିଂ କରାଯାଇଛି। ଗଜପତି, ରାୟଗଡ଼ା, କେନ୍ଦ୍ରାପଡ଼ା, ଜଗତସିଂହପୁର ପାଇଁ ମଧ୍ୟ ସତର୍କତା ଜାରି ରହିଛି।

ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ଦୁଇ ଦିନ ହେଲା ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି । ବିଶେଷ କରି କୋରାପୁଟ, ସୁବର୍ଣ୍ଣପୁର ବରଗଡ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତାକାଲି ୫ ଜିଲାରେ ବର୍ଷା ନେଇ ପାଣିପାଗ ବିଭାଗ ୟେଲୋ ୱାର୍ନିଂ ଜାରି କରିଛି । ସେହି ଜିଲାଗୁଡିକ ହେଲା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା ଏବଂ କେନ୍ଦୁଝର। ଏସବୁ ଜିଲାରେ ବିଜୁଳି ଓ ଘଡଘଡି ସହ ବର୍ଷା ଏବଂ ପବନ ସମ୍ଭାବନା ରହିଛି।

ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ କ୍ଷେତ୍ର ସକ୍ରିୟ ରହିଛି। ଏଥିସହ ଗାଙ୍ଗେୟ ପଶ୍ଚିମବଙ୍ଗରୁ ଉତ୍ତର ଉପକୂଳ ଆନ୍ଧ୍ରପ୍ରଦେଶକୁ ଏକ ଟ୍ରଫ ଲାଇନ ସମୁଦ୍ର ପତ୍ତନଠାରୁ ୦.୯ କିମି ଉଚ୍ଚତାରେ ଓଡ଼ିଶା ଦେଇ ଗତି କରୁଛି। ଏହା ପ୍ରଭାବରେ ସୋମବାର ପଶ୍ଚିମ ଓଡ଼ିଶା ସମେତ ବିଭିନ୍ନ ଜିଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା। ଝାରସୁଗୁଡ଼ା ଜିଲାରେ ମଧ୍ୟମ ଧରଣର ବର୍ଷା ହୋଇଥିବାବେଳେ ସୋନପୁରର ବିନିକା ସମେତ ଜିଲାର କେତେକ ସ୍ଥାନରେ ବର୍ଷା ହୋଇଛି। ସେହିଭଳି ବରଗଡ଼ରେ ମେଘୁଆ ପାଗ ରହିଥିବାବେଳେ ବର୍ଷା ସହ କୁଆପଥର ମାଡ଼ ହୋଇଥିବା ସୂଚନା ମିଳିଛି। ଏଥିସହ କୋରାପୁଟରେ ମଧ୍ୟ ବର୍ଷା ଓ କୁଆପଥର ମାଡ଼ ହୋଇଥିବା ଜଣାପଡ଼ିଛି। ମଙ୍ଗଳବାର ମଧ୍ୟ ୧୫ ଜିଲାରେ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ମଙ୍ଗଳବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ପୁରୀ, ଖୋର୍ଦ୍ଧା, ଜଗତ୍ସିଂହପୁର, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼ ଏବଂ ଢେଙ୍କାନାଳ ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ସହିତ ଘଡ଼ଘଡ଼ି, ବିଜୁଳି ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏଥିସହ ୩୦ରୁ ୪୦ କି.ମି. ବେଗରେ ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗର୍ଭବତୀ ଓ ଶିଶୁଙ୍କ ସ୍ୱାସ୍ଥ୍ୟ ସହ ଖେଳ! ଛତୁଆରେ ପୋକ ସାଲୁବାଲୁ, ବରଗଡ଼ ଜିଲାପାଳଙ୍କୁ ଫେରାଦ ହେଲେ…

ବରଗଡ଼,୨୯।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ପୌରାଞ୍ଚଳରେ ନିମ୍ନମାନର ଛତୁଆ ବଣ୍ଟନ କରାଯାଉଥିବା ଅଭିଯୋଗ ହୋଇଛି। ଏଭଳି ଅଭିଯୋଗ ନେଇ ଶୁକ୍ରବାର ପୌରାଞ୍ଚଳ ଅଧିନ ବିଭିନ୍ନ ୱାର୍ଡ଼ର ମହିଳାମାନେ ବରଗଡ଼…

ବଡବନ୍ଧ ପୁନଃରୁଦ୍ଧାର କାର୍ଯ୍ୟକୁ ନେଇ ରାଜନୈତିକ ଛକାପଞ୍ଝା: ନିର୍ବାହୀ ଅଧିକାରୀଙ୍କୁ …

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର) :ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଐତିହ୍ୟ ସମ୍ପନ୍ନ ବଡବନ୍ଧ ପୋଖରୀ ପୁନଃରୁଦ୍ଧାର କାର୍ଯ୍ୟନେଇ ରାଜନୈତିକ ଛକାପଞ୍ଝା ଆରମ୍ଭ ହୋଇଯାଇଛି। ପୋଖରୀରୁ  ପଙ୍କ ଉଦ୍ଧାର…

ଚଳନ୍ତା କୋଇଲା ଟ୍ରେନରେ ନିଆଁ

କେସିଙ୍ଗା, ୨୯।୫ (ତୁମେଶ୍ୱର ସାହୁ): କୋଇଲା ବୋଝେଇ ଏକ ମାଲଗାଡ଼ି ଟ୍ରେନରେ ନିଆଁ ଲାଗିଥିବା ଦେଖିବାକୁ ମିଳିଛି। ଟ୍ରେନଟି ବିଶାଖାପଟ୍ଟଣମରୁ କେସିଙ୍ଗା ହୋଇ ଭିଳାଇ ଅଭିମୁଖେ ଯାଉଥିବା…

ସଫଳତା ଦିଗରେ ଗଞ୍ଜାମରେ ଲକ୍ଷ୍ୟ ନିକେତନ: ଓପିଏସସିରେ କୃତିତ୍ୱ ଅର୍ଜନ କରିଥିବା ଭଞ୍ଜନଗର ଉପଖଣ୍ଡର ୪ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର, ୨୯/୫ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲାପାଳ ଭି. କୀର୍ତ୍ତି ଭାସନଙ୍କ ପ୍ରୟାସରେ ଜିଲ୍ଲାର ଯୁବତୀ-ଯୁବକମାନଙ୍କୁ ୟୁପିଏସସି ଓ ଓପିଏସସି ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ଲକ୍ଷ୍ୟରେ…

ପଡ଼ିଆରେ ହେଡ୍ସ-ଟେଲ୍ସକୁ ନେଇ ହଙ୍ଗାମା! କ୍ୱାଲିଫାୟର୍-୨ ରେ ଦୁଇଥର ପଡ଼ିଲା ଟସ୍,ନିଷ୍ପତ୍ତି ବଦଳାଇଦେଲା…

ନୂଆଦିଲ୍ଲୀ,୨୯।୫: ଆଇପିଏଲ୍‌ ୨୦୨୬ର ଦ୍ୱିତୀୟ କ୍ୱାଲିଫାୟର୍‌ (Qualifier-୨) ମ୍ୟାଚ୍‌ରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁଜରାଟ ଟାଇଟନ୍ସ (GT) ଏବଂ ରାଜସ୍ଥାନ ରୟାଲ୍ସ (RR) ମଧ୍ୟରେ…

ପ୍ରେମିକ ସହ ସ୍ତ୍ରୀ ରଖୁଥିଲେ ଶାରୀରିକ ସମ୍ପର୍କ: ପ୍ଲାନ ପକାଇ ଧରିଦେଲେ ସ୍ବାମୀ, ଗୋଟେ ଘରେ ଉଲଗ୍ନ କରି…

ଦିଗପହଣ୍ଡି,୨୯|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡପଡ଼ା ପଞ୍ଚାୟତରେ ଏକ ଅଭାବନୀୟ ଘଟଣା ଘଟିଛି। ଘରେ ସ୍ଵାମୀଙ୍କ ଅନୁପସ୍ଥିତିରେ ସ୍ତ୍ରୀ ତାଙ୍କ ପ୍ରେମିକ ସହ…

୨୫ ଦିନ ପୂର୍ବରୁ ସରିଯାଉଛି କି LPG ସିଲିଣ୍ଡର? ବ୍ୟସ୍ତ ନ ହୋଇ ଆପଣାନ୍ତୁ ଏହି ୩ ଉପାୟ, ବୁକିଂ ନିୟମ…

ନୂଆଦିଲ୍ଲୀ,୨୯।୫: ଘରୋଇ ଏଲ୍‌ପିଜି (LPG) ସିଲିଣ୍ଡର ବ୍ୟବହାର କରୁଥିବା ଗ୍ରାହକଙ୍କ ପାଇଁ ଏକ ଜରୁରୀ ଖବର। ସାଧାରଣତଃ ଏକ ୧୪.୨ କିଲୋଗ୍ରାମର ଗ୍ୟାସ ସିଲିଣ୍ଡର ଏକ ମଧ୍ୟବିତ୍ତ ପରିବାରରେ…

ପ୍ରଶାସନ ଫେଲ୍, ସାହାରା ସାଜିଲା କମ୍ପାନୀ: ଥୁଆମୂଳ ରାମପୁରରେ ତାତି ବଢ଼ୁଛି, ଜଳଛତ୍ର ନାହିଁ

ଥୁଆମୂଳରାମପୁର,୨୯।୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକରେ ଗ୍ରୀଷ୍ମ ପ୍ରବାହ ଦିନକୁ ଦିନ ଅସହ୍ୟ ହେବାରେ ଲାଗିଛି। ତାପମାତ୍ରା ୩୮ ଡିଗ୍ରୀ ସେଲସିଅସରୁ ବୃଦ୍ଧି ପାଇ ୪୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri