ଘଡ଼ଘଡ଼ି, ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ବହିବ ପବନ: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର,୧୧ା୩ (ବନ୍ଦନା ସେଠୀ):ଦକ୍ଷିଣ ଝାଡ଼ଖଣ୍ଡ ଉପରେ ସକ୍ରିୟ ଘୂର୍ଣ୍ଣିବଳୟ ପରିସରରୁ ଏକ ଟ୍ରଫ୍‌ ଲାଇନ୍‌ ଆଭ୍ୟନ୍ତରୀଣ ଓଡ଼ିଶା, ଛତିଶଗଡ଼ ଏବଂ ବିଦର୍ଭ ଦେଇ ୦.୯ କିଲୋମିଟର ଉଚ୍ଚତାରେ ବ୍ୟାପି ରହିଛି। ଏହା ପ୍ରଭାବରେ ଉତ୍ତର ଓଡ଼ିଶାର କିଛି ସ୍ଥାନରେ ମଙ୍ଗଳବାର ହାଲୁକାରୁ ମଧ୍ୟମଧରଣର ବର୍ଷା ହୋଇଥିଲା। ବୁଧବାର ମଧ୍ୟ ଉତ୍ତର ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର ଏବଂ ଭଦ୍ରକରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା
ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା, ଘଡ଼ଘଡ଼ି ବିଜୁଳି ସହିତ ୩୦ରୁ ୪୦ କି.ମି. ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ୟେଲୋ ଓ୍ବାର୍ନିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଗତ ୨୪ଘଣ୍ଟାରେ ମୟୂରଭଞ୍ଜ ଜିଲାର ଚନ୍ଦନପୁରଠାରେ ସର୍ବାଧିକ ୧୫.୪ ମି.ମି. ବର୍ଷା ହୋଇଥିଲା। ସେହିପରି ଜାମଶୋଳାଘାଟଠାରେ ୧୧.୮ ମି.ମି., ଯଶୀପୁରରେ ୯.୫ ମି.ମି., ବାଙ୍ଗିରିପୋଷିରେ ୬ ମି.ମି., ଚାନ୍ଦୁଆରେ ୫ ମି.ମି., ତିରିଙ୍ଗଠାରେ ୪.୪ ମି.ମି., ସାରସକଣାରେ ୪ ମି.ମି., ବହଳଦାରେ ୩.୫ ମି.ମି., ଜି.ବି. ନଗରଠାରେ ୩ ମି.ମି. ଏବଂ ବାରିପଦାରେ ୨ ମି.ମି. ବର୍ଷା ରେକର୍ଡ ହୋଇଛି। ଅପରପକ୍ଷେ ମଙ୍ଗଳବାର ୮ ସହରର ତାପମାତ୍ରା ୩୭ ଡିଗ୍ରୀ ଏବଂ ତା’ଠାରୁ ଅଧିକ ରହିଥବାବେଳେ ଝାରସୁଗୁଡାେରେ ସର୍ବାଧିକ ତାପମାତ୍ରା ୩୯.୨ ଡିଗ୍ରୀ ରହିଛି। ଆସନ୍ତା ୨୪ ଘଣ୍ଟାରେ ଦିନ ତାପମାତ୍ରା ଆହୁରି ୨ ରୁ ୩ ଡିଗ୍ରୀ ବଢିବା ନେଇ ବିଭାଗ ପକ୍ଷରୁ ଆକଳନ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଇନ୍ଧନ ଓ ରନ୍ଧନ ସଙ୍କଟ

ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ବିଶ୍ୱବ୍ୟାପୀ ଅନୁଭୂତ ହେଲାଣି। ଆମେରିକା-ଇସ୍ରାଏଲର ମିଳିତ ଆକ୍ରମଣ ଇରାନକୁ କ୍ରୋଧିତ କରି ରଖିଛି। ତା’ର ପଡ଼ୋଶୀ ଦେଶ ସାଉଦି ଆରବ, କୁଏଟ,…

ମାଛ ଧରିବାକୁ ଯାଇଥିଲେ, ଝାମ୍ପିନେଲା କୁମ୍ଭୀର: ସ୍ତ୍ରୀ-ପୁଅ ପହଞ୍ଚିବାରୁ, ଲୋମଟଙ୍କୁରା ଘଟଣା ଜାଣିଲେ…

ମହାକାଳପଡ଼ା,୧୧ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ):କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ବଉଳକଣି ପଞ୍ଚାୟତ କାଂଶପାଳ ମୌଜା ଗୋବରୀ ନଦୀ ସଂଲଗ୍ନ ୫୦ ନଂ. ପ୍ଲଟ ନିକଟରେ ମଙ୍ଗଳବାର ଭୋର ୫ଟାରେ…

ନୂଆ ସ୍ବାଦରେ ରାଜ୍ୟ ସଭା: ଚାଲିଛି ମୂଲଚାଲ୍‌

ଭୁବନେଶ୍ୱର,୧୧ା୩(ସୁନିତ୍‌ ମିଶ୍ର):ରାଜ୍ୟ ରାଜନୀତିରେ ରାଜ୍ୟ ସଭା ନିର୍ବାଚନ ଏବେ ମୁଖ୍ୟ ପ୍ରସଙ୍ଗ ପାଲଟିଛି। ସବୁ ଦଳର ବିଧାୟକମାନେ ସେମାନଙ୍କ ପାର୍ଟିରୁ ରାଜ୍ୟ ସଭା ପାଇଁ ଯିଏ ପ୍ରାର୍ଥୀ…

ଭତ୍ତା ଅପେକ୍ଷାରେ ମଞ୍ଜୁ: ଦୁର୍ଦ୍ଦିନରେ ବିତୁଛି ଜୀବନ

ଲୋଇସିଂହା ବ୍ଲକ ଅନ୍ତର୍ଗତ ବାଦିବାହାଲ ପଞ୍ଚାୟତ ଭାଲିଆମୁଣ୍ଡା ବଳଦେବପୁର ବସ୍ତିରେ ରୁହନ୍ତି ମଞ୍ଜୁ ହୋତା(୬୦)। ବିଧବା ଭତ୍ତା ପାଇଁ ବ୍ଲକ ପ୍ରଶାସନ ନିକଟରେ ଆବେଦନ କରିଥିଲେ ମଧ୍ୟ…

ଯୁଦ୍ଧ ମଧ୍ୟରେ ଇରାନକୁ ଫୋନ୍‌ କଲା ଭାରତ, ଆଲୋଚନା ମଧ୍ୟରେ ଘଟିଲା…ବିଶ୍ୱରେ ଚହଳ

  ନୂଆଦିଲ୍ଲୀ,୧୧।୩: ଭାରତୀୟ ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର ଇରାନ ବୈଦେଶିକ ମନ୍ତ୍ରୀ ଆବାସ ଆରାଘଚିଙ୍କ ସହ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି। ଜୟଶଙ୍କର ତାଙ୍କ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲରେ…

ମନ୍ଥର ଗତିରେ ଚାଲିଛି ମେଗା ପାନୀୟ ପ୍ରକଳ୍ପ: ଲାଗିରହିଛି ଜଳ ସମସ୍ୟା

ଲୋଇସିଂହା,୧୧ା୩(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଆଗଲପୁର ବ୍ଲକ ବଡଟୀକା ପଞ୍ଚାୟତ ବଡଟୀକା ସଦର ଗାଁରେ ପାନୀୟ ଜଳ ସମସ୍ୟା ଲାଗି ରହିଛି। ଗ୍ରାମକୁ ମେଗା ପ୍ରକଳ୍ପ ଜରିଆରେ ପଇିବା…

ଆଦାନୀ ହାତକୁ ଯିବ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ

ପାରାଦୀପ,୧୧ା୩(ଶରତ ରାଉତ):ରାଜ୍ୟରେ ଓଡ଼ିଆ ଅସ୍ମିତା ପ୍ରସଙ୍ଗରେ ବ୍ୟାପକ ପ୍ରଚାର ପ୍ରସାର ହେଉଛି। କିନ୍ତୁ ଓଡ଼ିଆଙ୍କ ପ୍ରାଚୀନ ସଂସ୍କୃତି ସହ ଜଡ଼ିତ ରାଜ୍ୟର ଏକମାତ୍ର ନୌବାଣିଜ୍ୟ ଶିକ୍ଷାନୁଷ୍ଠାନ ଏବେ…

ଭାଷା ବନ୍ଦନା @ ଗୋଟେ ଟଙ୍କା, ଗୋଟେ ଘଣ୍ଟା

ଓଡ଼ିଶା ଶ୍ରୀଜଗନ୍ନାଥଙ୍କ ମାଟି। ଆମ ସଂସ୍କୃତି ଯେମିତି ମହାପ୍ରଭୁଙ୍କୁ ନେଇ ଋଦ୍ଧିମନ୍ତ, ଭାଷା ବି ସେମିତି ବିକଶିତ ‘ଚକାଡୋଳା’କୁ ନେଇ। ଅର୍ଥାତ୍‌ ଆମର ପ୍ରାୟ ପ୍ରତ୍ୟେକ ଲିପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri