୨୮ ଯାଏ ଝଡ଼ବର୍ଷା: ୟେଲୋ ଓ୍ବାର୍ନିଂ ଜାରି

ଭୁବନେଶ୍ୱର, ୨୩ା୩ (ବନ୍ଦନା ସେଠୀ):ଗତ କିଛିଦିନ ଧରି ବିଭିନ୍ନ ସ୍ଥାନରେ ଲାଗି ରହିଥିବା ଝଡ଼ବର୍ଷାର ପ୍ରଭାବ କମିଥିଲେ ହେଁ କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ଜାରି ରହିଛି। ଆଗାମୀ ୬ଦିନ ଅର୍ଥାତ୍‌ ୨୮ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସୋମବାର ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, ମୟୂରଭଞ୍ଜ, କୋରାପୁଟ, ରାୟଗଡ଼ା, ଗଜପତି ଏବଂ କେନ୍ଦୁଝର ଜିଲାର କିଛି ସ୍ଥାନରେ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି। ତେବେ ୨୬, ୨୭ ଏବଂ ୨୮ ତାରିଖରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବାରୁ ପାଣିପାଗ କେନ୍ଦ୍ର ବିଭିନ୍ନ ଜିଲାକୁ ୟେଲୋ ଓ୍ବାର୍ନିଂ ଦେଇଛି। ଅନ୍ୟପକ୍ଷରେ ଝଡ଼ବର୍ଷା ପାଇଁ ରାଜ୍ୟରେ ତାପମାତ୍ରାରେ ସାମାନ୍ୟ ହ୍ରାସ ଘଟିଛି। ରବିବାର ୬ଟି ସ୍ଥାନର ସର୍ବାଧିକ ତାପମାତ୍ରା ୩୫ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିଥିବାବେଳେ ପାରଳାଖେମୁଣ୍ଡିରେ ସର୍ବାଧିକ ୩୬.୨ ଡିଗ୍ରୀ ରେକର୍ଡ ହୋଇଛି। ତେବେ ଆସନ୍ତା ୪ ଦିନରେ ପାରଦ ୨ରୁ ୪ ଡିଗ୍ରୀ ଯାଏ ବଢିବା ନେଇ ବିଭାଗ ପୂର୍ବାନୁମାନ କରିଛି।

 

Dharitri – Odisha’s No.1 Odia Daily

 

Share