୩ରୁ କମିବ ଝଡ଼ବର୍ଷା

ଭୁବନେଶ୍ୱର,୧।୪(ବ୍ୟୁରୋ): ରାଜ୍ୟରେ ପଶ୍ଚିମା ଝଡ଼ ପ୍ରଭାବରେ ଅସହ୍ୟ ତାତି ଜାରି ରହିଥିବାବେଳେ ଅପରାହ୍ନରୁ ଘଡ଼ଘଡ଼ି ସହ ବର୍ଷା ହେଉଛି। ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନାନୁସାରେ, ଶୁକ୍ରବାର ଟିଟିଲାଗଡ଼ରେ ସର୍ବାଧିକ ତାପମାତ୍ରା ୩୭.୪ ଡିଗ୍ରୀ ରହିଥିବାବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, କନ୍ଧମାଳ ଆଦି ଜିଲାରେ ପ୍ରବଳ ବର୍ଷା ହୋଇଛି। ଜଗତ୍‌ସିଂହପୁରରେ ସର୍ବାଧିକ ୩୩.୨ ମିମି ବର୍ଷା ରେକର୍ଡ କରାଯାଇଥିବାବେଳେ ବଡ଼ଗଡ଼ରେ ୨୮.୬ ମିମି, ନୟାଗଡ଼ ୧୩.୦ ମିିମି, ଚାନ୍ଦବାଲି ୧୦.୫ମିମି ଓ ବାରିପଦାରେ ୭.୮ ମିମି ରେକର୍ଡ଼ କରାଯାଇଛି। ଅନ୍ୟପକ୍ଷରେ ଶନିବାର ଓଡ଼ିଶା ଭିଜିବ। ବାଲେଶ୍ୱର ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ବୌଦ୍ଧ, ଅନୁଗୋଳ, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ସୁନ୍ଦରଗଡ଼, କେନ୍ଦୁଝର ଓ କନ୍ଧମାଳରେ ପ୍ରବଳ ବର୍ଷା ସହ ଘଡ଼ଘଡ଼ି ବିଜୁଳି ମାରିପାରେ। ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ୭-୧୦ ସେଣ୍ଟିମିଟର ବର୍ଷା ହେବ ବୋଲି ବିଭାଗ ଆକଳନ କରିବା ସହ ସଂପୃକ୍ତ ଜିଲାଗୁଡ଼ିକୁ ଅରେଞ୍ଜ ଓ୍ବାର୍ନିଂ ଜାରି କରିଛି। ଏଥିସହ ଅନ୍ୟ ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ ବର୍ଷା ହେବା ନେଇ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ୨ ତାରିଖରେ ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, କଟକ, ଜଗତ୍‌ସିଂହପୁର, ବୌଦ୍ଧ, ପୁରୀ, କୋରାପୁଟ, ମୟୂରଭଞ୍ଜ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କନ୍ଧମାଳରେ ଝଡ଼ବର୍ଷା ସମ୍ଭାବନା ରହିଛି। ଏହି ଜିଲାଗୁଡ଼ିକୁ ଉକ୍ତ ଦିନପାଇଁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ତେବେ ୩ ତାରିଖରୁ ଝଡ଼ବର୍ଷା କମିବ। ଉକ୍ତଦିନ ରାଜ୍ୟର ଉପକୂଳବର୍ତ୍ତୀ ଅଞ୍ଚଳ ସମେତ ମୟୂରଭଞ୍ଜ, କେନ୍ଦୁଝର, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ୪ ତାରିଖରେ ଦକ୍ଷିଣ ଉପକୂଳବର୍ତ୍ତୀ ଅଞ୍ଚଳ ସମେତ କେନ୍ଦ୍ରପଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ଓ ବିଜୁଳି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବ। ୫ ତାରିଖରେ ଉପକୂଳ ଓଡ଼ିଶା ସହ ମୟୂରଭଞ୍ଜ, ରାୟଗଡ଼ା, ମାଲକାନଗିରି, କୋରାପୁଟରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ବୋଲି ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?