ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର ସୁନ୍ଦରଗଡ଼ ଜିଲାରେ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା ରହିଥିବାବେଳେ ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢ଼େଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତ୍ସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ ଓ ଗଜପତି ଆଦି ଜିଲାରେ ଘଡ଼ଘଡ଼ି ସହ ବିଜୁଳି ଭୟ ରହିଛି। ଏଥିସହ ଏସବୁ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଥିବାରୁ ୟେଲୋ ଓ୍ବାର୍ନିଂ ଦିଆଯାଇଛି।