Posted inରାଜ୍ୟ

ତାଣ୍ଡବ ରଚିବ ବର୍ଷା ସହ ଝଡ଼, ୪ ଦିନ ପାଗରେ ହେବ ବଡ଼ ପରିବର୍ତ୍ତନ

ଭୁବନେଶ୍ୱର,୧୯।୫: ରାଜ୍ୟରେ ଆସନ୍ତା ୪ ଦିନ ପର୍ଯ୍ୟନ୍ତ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ଅନୁମାନ କରାଯାଇଛି। ଆସନ୍ତା ୨୩ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଏକ ସତର୍କ ସୂଚନା ଜାରି କରିଛି ଭୁବନେଶ୍ୱର ପାଣିପାଗ କେନ୍ଦ୍ର ।
ପାଣିପାଗ କେନ୍ଦ୍ରର ସୂଚନା ଅନୁସାରେ, ସୋମବାର ୧୫ ଜିଲାକୁ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ସୁନ୍ଦରଗଡ, ଝାରସୁଗୁଡା, କେନ୍ଦୁଝରଗଡ଼, ମୟୂରଭଞ୍ଜ, ବାଲେଶ୍ୱର, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ରାୟଗଡ଼ା, ଗଜପତି, ବଲାଙ୍ଗିର ଏବଂ ନୂଆପଡା ଜିଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି। ଏଠାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବା ସମ୍ଭାବନା ରହଥିବା କହିଛଇ ପାଣିବାଗ ବିଭାଗ।
ସେହିପରି ୨୦ ତାରିଖ ପାଇଁ ୯ଟି ଜିଲା ଯଥାକ୍ରମେ ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲାରେ ବର୍ଷା ଓ ଘଡ଼ଘଡି ସହିତ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ କୁହାଯାଇଛି । ୨୧ ତାରିଖ ପାଇଁ ୧୬ଟି ଜିଲାକୁ ବିଜୁଳି ଓ ଘଡଘଡି ନେଇ ୟେଲୋ ଆଲର୍ଟ ଜାରି କରାଯାଇଛି।
୨୨, ୨୩ ତାରିଖରେ ମଧ୍ୟ ଦକ୍ଷିଣ ଓଡ଼ିଶା, ଉତ୍ତର ଓଡ଼ିଶା ସହ ରାଜ୍ୟର ଅନ୍ୟାନ୍ୟ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପଟେ ପୁରୀ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର ଓ ଗଞ୍ଜାମ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ଖରାସହ କୋହଲା ପାଗ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri