ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ସୂଚନା ମୁତାବକ, ସୋମବାର ଅପରାହ୍ନ ସାଢେ ୧ଟାରୁ ମଙ୍ଗଳବାର ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲାର ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୁଆ ପଥର ବର୍ଷା ହେବ। ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କି.ମି ରହି ଘୂର୍ଣ୍ଣିଝଡ ସମ୍ଭାବନା ରହିଛି। ଏନେଇ ୧୧ଟି ଜିଲାକୁ ୟେଲୋ ଓ୍ବର୍ନିଂ ଜାରି କରାଯାଇଛି। ଏହି ସମୟରେ ଲୋକଙ୍କୁ ଘର ଭିତରୁ ବାହାରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri