ମାଡିଆସୁଛି ଘୂର୍ଣ୍ଣିଝଡ଼: ୧୧ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୧୨।୪: କାଳବୈଶାଖୀ ଜନିତ ବର୍ଷାରେ ରାଜ୍ୟବାସୀ ଅସହ୍ୟ ତାତିରୁ ଆଶ୍ୱସ୍ତି ପାଇଛନ୍ତି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ପଶ୍ଚିମ ଆଭ୍ୟନ୍ତର, ଦକ୍ଷିଣ ଓ ଉପକୂଳର ୨୧ଟି ଜିଲାରେ କାଳବୈଶାଖୀ ଜନିତ ବର୍ଷା ଓ ଘୂର୍ଣ୍ଣିଝଡ଼ ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି। ସୂଚନା ମୁତାବକ, ସୋମବାର ଅପରାହ୍ନ ସାଢେ ୧ଟାରୁ ମଙ୍ଗଳବାର ସକାଳ ସାଢେ ୮ଟା ମଧ୍ୟରେ କୋରାପୁଟ, ମାଲକାନଗିରି, ରାୟଗଡ଼, ଗଜପତି, କନ୍ଧମାଳ, ଗଞ୍ଜାମ, ନୟାଗଡ଼, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ବୌଦ୍ଧ, ଅନୁଗୋଳ, ଢେଙ୍କାନାଳ, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, ବାଲେଶ୍ୱର, ଭଦ୍ରକ ଜିଲାର ସ୍ଥାନରେ ହାଲୁକାରୁ ମଧ୍ୟମଧରଣ ବର୍ଷା ସାଙ୍ଗକୁ ବଜ୍ରପାତ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ କୁଆ ପଥର ବର୍ଷା ହେବ। ସେହିପରି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନୟାଗଡ଼ ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲାର ଗୋଟିଏ କିମ୍ବା ୨ଟି ସ୍ଥାନରେ ବଜ୍ରପାତ ଏବଂ କୁଆପଥର ବର୍ଷା ସହିତ ବିଜୁଳି ଓ ଘଡ଼ଘଡ଼ି ସହ ଘଣ୍ଟା ପ୍ରତି ପବନର ବେଗ ୩୦ରୁ ୪୦ କି.ମି ରହି ଘୂର୍ଣ୍ଣିଝଡ ସମ୍ଭାବନା ରହିଛି। ଏନେଇ ୧୧ଟି ଜିଲାକୁ ୟେଲୋ ଓ୍ବର୍ନିଂ ଜାରି କରାଯାଇଛି। ଏହି ସମୟରେ ଲୋକଙ୍କୁ ଘର ଭିତରୁ ବାହାରକୁ ନ ଯିବାକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରାଯାଇଛି। ୧୨ରୁ ୧୫ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ରୋଗୀ ସାଜି ଆସିଲେ, ଡାକ୍ତରଙ୍କ ହାତ-ଗୋଡ଼ ବାନ୍ଧି କଳାକନା ବୁଲାଇଲେ: ଧର୍ମଗଡ଼ରେ ସଶସ୍ତ୍ର ଡକାୟତି

ଧର୍ମଗଡ଼,୧୧।୭(ଘାସିରାମ ଜଗତ): କଳାହାଣ୍ଡି ଜିଲା ଧର୍ମଗଡ଼ ସହରର କେନ୍ଦ୍ରସ୍ଥଳରେ ଏକ ଦୁଃସାହସିକ ସଶସ୍ତ୍ର ଡକାୟତି ଘଟଣା ସାମ୍ନାକୁ ଆସିଛି। ଧର୍ମଗଡ଼ ଡାକ୍ତରଖାନାର ସ୍ତ୍ରୀ ଓ ପ୍ରସୂତି ବିଭାଗ…

ସହିଦ ପୀଠର ମର୍ଯ୍ୟାଦାକୁ ଆଘାତ? ମଙ୍ଗଳପୁର–ସହିଦ ପୀଠ ରାସ୍ତାରେ ମଦ ଦୋକାନକୁ ତୀବ୍ର ବିରୋଧ; ଅନ୍ୟତ୍ର…

ଧାମନଗର,୧୧ା୭(କାଳନ୍ଦି ବେହେରା): ଭଦ୍ରକ ଜିଲାର ପ୍ରସିଦ୍ଧ ପର୍ଯ୍ୟଟନସ୍ଥଳୀ ତଥା ଲୋକଙ୍କ ଭାବାବେଗର ପ୍ରତୀକ ‘ସହିଦ ପୀଠ’ ନିକଟରେ ମଦ ଦୋକାନ ଖୋଲିବାକୁ ନେଇ ସ୍ଥାନୀୟ ଅଞ୍ଚଳରେ ତୀବ୍ର…

ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ୍‌ କରୁଥିବା ଗ୍ୟାଙ୍ଗର ୪ ଗିରଫ

କେନ୍ଦୁଝର,୧୧ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଟାଉନ ଥାନା ପୋଲିସ ଶନିବାର ଏଟିଏମ୍‌ କାଉଣ୍ଟରରୁ ଟଙ୍କା ଲୁଟ କରୁଥିବା ୪ ଜଣିଆ ଗ୍ୟାଙ୍ଗଙ୍କୁ ଗିରଫ କରି କୋର୍ଟ…

ଅଣସର ଘରେ ଶ୍ରୀଜୀଉ, ପଟ୍ଟଦିଅଁଙ୍କୁ ପୂଜାର୍ଚ୍ଚନା

କୋରାପୁଟ,୧୧ା୭(ଅମିତାଭ ବେହେରା)-କୋରାପୁଟ ଶାବର ଶ୍ରୀକ୍ଷେତ୍ରରେ ସ୍ନାନ ପୂର୍ଣ୍ଣିମା ପରେ ଶ୍ରୀଜୀଉମାନେ ଅଣସର ଘରେ ବିରାଜମାନ ମନ୍ଦିର ସମ୍ମୁଖରେ ପଟ୍ଟଦିଅଁଙ୍କୁ ନୀତି ଅନୁଯାୟୀ ପୂଜାର୍ଚ୍ଚନା କରାଯାଉଛି। ଅଣସର ଘରେ…

ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିରରେ ବନମହୋତ୍ସବ ପାଳିତ : “ଗଛ ବଞ୍ଚିଲେ ଆମେ ବଞ୍ଚିବା”

ଗଞ୍ଜାମ, ୧୧।୭ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ରାମଗଡ଼ ପଞ୍ଚାୟତସ୍ଥିତ ସ୍ୱାମୀ ବିବେକାନନ୍ଦ ବିଦ୍ୟାମନ୍ଦିର ପରିସରରେ ଶନିବାର ବନମହୋତ୍ସବ କାର୍ଯ୍ୟକ୍ରମ ଉତ୍ସାହର ସହ ପାଳନ କରାଯାଇଛି।…

ତାର ବାଡ଼ରେ ଫସିଯାଇଥିଲା ଭାଲୁ , ଉଦ୍ଧାର କଲା ବନ ବିଭାଗ

କେସିଙ୍ଗା, ୧୧।୭ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିନେରକେଲା ଗ୍ରାମରେ ଜଣେ ଚାଷୀଙ୍କ ତାର ବାଡ଼ରେ ଶନିବାର ସକାଳେ ଏକ ଭାଲୁ ଫସିଯାଇଥିବା…

ଭୁବନେଶ୍ୱରରେ ପାଇଖାନା ଟାଙ୍କି ଭୁଶୁଡ଼ି ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ୱର, ୧୧।୭: ରାଜଧାନୀ ଭୁବନେଶ୍ୱରର ବିଜେବି ନଗର ଅଞ୍ଚଳରେ ଏକ ଅଘଟଣ ଘଟିଛି। ନିର୍ମାଣାଧୀନ ପାଇଖାନା (ସେପ୍ଟିକ୍) ଟାଙ୍କି ଭୁଶୁଡ଼ି ପଡ଼ିବାରୁ ଦୁଇ ଜଣ ଶ୍ରମିକଙ୍କ ମୃତ୍ୟୁ…

ମଣିଷ ସୁରକ୍ଷାକୁ ଫୁ’: ଗୋଟିଏ କୂଅରେ ଖୋଲାରେ ଲାଗିଛି ୧୩ ପାଣି ପମ୍ପ୍‌, ଆଖି ପିଛୁଳାକେ ଘଟିପାରେ….

ଛତ୍ରପୁର,୧୧ା୭(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାହେବଜେନାପଲ୍ଲୀଠାରେ ଥିବା ଗୋଟିଏ କୂଅରୁ ପାଣି ଟାଣୁଛନ୍ତି ୧୩ଟି ପମ୍ପ। ସବୁଠାରୁ ବିପଦପୂର୍ଣ୍ଣ କଥା ହେଉଛି ସେହି ପମ୍ପଗୁଡ଼ିକ କୂଅର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri