ତାଣ୍ଡବ ରଚିଲା କାଳବୈଶାଖୀ

ଢେଙ୍କାନାଳ ଅଫିସ,୨୬।୫: ଢେଙ୍କାନାଳ ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରାୟ ଘଣ୍ଟାଏ ଧରି ହୋଇଥିବା ମୂଷଳଧାରାରେ ବର୍ଷା, କୁଆପଥର ମାଡ଼ ସାଙ୍ଗକୁ ଝଡ଼ତୋଫାନରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ, ବିଦ୍ୟୁତ୍‌ ଖୁଣ୍ଟ ଧରାଶାୟୀ ହୋଇଯାଇଛି। ସହରାଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଛି। ଅନ୍ୟପଟେ ପ୍ରାୟ ସପ୍ତାହେ ହେଲା ପ୍ରବଳ ଗ୍ରୀଷ୍ମପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ବର୍ଷା ପରିବେଶରେ ଶୀତଳତା ଭରିଛି।
ଢେଙ୍କାନାଳରେ ଗୁରୁବାର ସକାଳୁ ପାରଦ ଉପରମୁହଁା ହୋଇଥିଲା। ୧୦ଟା ବେଳକୁ ଝାଞ୍ଜିମାଡ଼ ଆରମ୍ଭ ହୋଇଯାଇଥିଲା। ପ୍ରବଳ ଗୁଳୁଗୁଳିରେ ସହରବାସୀ ସନ୍ତୁଳି ହେଉଥିବାବେଳେ ମଧ୍ୟାହ୍ନ ୧୨ଟା ବେଳକୁ ହଠାତ୍‌ ପାଗ ବଦଳି ଯାଇଥିଲା। ଚତୁର୍ଦ୍ଦିଗରୁ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ପ୍ରବଳ ବେଗର ପ୍ରବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ଏହାର ପ୍ରଭାବରେ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଞ୍ଜକାନ୍ତ-ଲଳିତନଗର ଅଞ୍ଚଳର ପୋଖରୀ ହୁଡ଼ାରେ ଥିବା ବଡ଼ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ିଥିଲା। ଏଥିସହ ୨ଟି ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଯାଇଛି। କାଠଗଡ଼ା ଆନନ୍ଦନଗରଠାରେ କେତେକ ଘରର ଟିଣ ଛପର ଉଡ଼ିଯାଇଛି। ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ପାଚେରି ଉପରେ ଗଛ ଭାଙ୍ଗି ପଡ଼ିଛି। ଝଡ଼ତୋଫାନରେ ୧୫ରୁ ଊର୍ଦ୍ଧ୍ୱ ଘର କ୍ଷତିଗ୍ରସ୍ତ ହୋଇଛି। ସେହିପରି ଗଁଦିଆ-ଯୋରନ୍ଦା-କପିଳାସ ରାସ୍ତାରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି। ସୂଚନା ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଗଛ କାଟି ରାସ୍ତା ସଫା କରିଛନ୍ତି। କେତେକ ସ୍ଥାନରେ ଯାତାୟାତ ସ୍ବାଭାବିକ ହୋଇଛି। ସେହିପରି ବିଦ୍ୟୁତ୍‌ ବିଭ୍ରାଟ ସ୍ବାଭାବିକ କରିବା ଲାଗି ବିଭାଗୀୟ କର୍ମଚାରୀ ଉଦ୍ୟମ ଚଳାଇଛନ୍ତି।
ଅନ୍ୟପଟେ ବୁଧବାର ସହରର ତାପମାତ୍ରା ୪୨.୩ ଡିଗ୍ରୀ ଛୁଇଁଥିବା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ବର୍ଷା ପରେ ଏହା ୩୮.୩ ଡିଗ୍ରୀକୁ ଖସି ଆସିଛି। ଫଳରେ ଅସହ୍ୟ ଗୁଳୁଗୁଳିରେ ସାମାନ୍ୟ ବ୍ରେକ୍‌ ଲାଗିଛି। କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନରେ ମହାମନିଷୀଙ୍କ ଅବଦାନ ଅବିସ୍ମରଣୀୟ’

କେନ୍ଦୁଝର,୧ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): ପବିତ୍ର ଓଡ଼ିଶା ଦିବସରେ ଜିଲା ବିଜୁ ଜନତା ଦଳ ପକ୍ଷରୁ କେନ୍ଦୁଝର ଜିଲା ସଦରମହକୁମାଠାରେ ମହାପୁରୁଷଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ ସହ ଜିଲାପାଳଙ୍କ…

‘ଆତ୍ମନିର୍ଭର ଓଡ଼ିଶା ଗଠନ ପାଇଁ ସରକାର ସଂକଳ୍ପବଦ୍ଧ’

ସାକ୍ଷୀଗୋପାଳ,୧ା୩(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଓଡ଼ିଶା ପ୍ରଦେଶ ଗଠନର ଅନ୍ୟତମ ସ୍ମୃତିପୀଠ ପୁରୀ ଜିଲାର ସତ୍ୟବାଦୀରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ ବୁଧବାର ପାଳିତ ହୋଇଛି। ଏହି…

‘ଆପଣ ଦ୍ବିତୀୟ ଥର ଧୋକା ଦେଇପାରିବେନି’…ଟ୍ରମ୍ପଙ୍କୁ ଗାଳି କରି ହାତ ଛାଡିଦେଲା ସ୍ପେନ

ନୂଆଦିଲ୍ଲୀ,୧।୪: ଇରାନ ସହିତ ସଂଘର୍ଷ କରି ଆମେରିକା ସାହାଯ୍ୟ ପାଇଁ ୟୁରୋପକୁ ଚାହିଁ ରହିଛି । ତଥାପି, ଏହି ଅଞ୍ଚଳର ଚାରିଟି ରାଷ୍ଟ୍ର ସ୍ପଷ୍ଟ ଭାବରେ ସ୍ପଷ୍ଟ କରିଛନ୍ତି…

ତୁମୁଡ଼ିବନ୍ଧ ବ୍ଲକ କାର୍ଯ୍ୟାଳୟରେ ଓଡ଼ିଆ ଦିବସ ପାଳନ

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ କାର୍ଯ୍ୟାଳୟର ସଭା ଗୃହରେ ୯୧ତମ ଓଡ଼ିଆ ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ତୁମୁଡିବନ୍ଧ ବ୍ଲକ ମଙ୍ଗଳ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା, ଅଭିଯୁକ୍ତ ଗିରଫ

ଚାନ୍ଦବାଲି, ୩୦ା୩(କିଷାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅଞ୍ଚଳର ଜଣେ ନାବାଳିକା ୭ ମାସର ଅନ୍ତଃସତ୍ତ୍ୱା ହେବା ଘଟଣାରେ ପୋଲିସ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅଭିଯୁକ୍ତ…

ପ୍ରସ୍ତାବିତ ମେଗା ଷ୍ଟିଲପ୍ଲାଣ୍ଟ ପାଇଁ ଗ୍ରାମସଭା: ଏକର ପିଛା ଏତିକି କୋଟି ଦାବି

ପାଟଣା, ୧।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳ ରେ ପ୍ରସ୍ତାବିତ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ବୁଧବାର ଚେମଣା ପଞ୍ଚାୟତ ଅଙ୍ଗି…

ରୋଷେଇ କରୁଥିବାବେଳେ ଫାଟିଲା ଗ୍ୟାସ୍‌ ସିଲିଣ୍ଡର, ଆଉ ତା’ ପରେ…

ତୁମୁଡ଼ିବନ୍ଧ,୧ା୩(ଦୀପକ କୁମାର ପରାସେଠ୍‌): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ଥାନା ମୁଖ୍ୟ ବଜାରସ୍ଥିତ ଦୁଷ୍ମନ୍ତ ସାହୁ ନାମକ ବ୍ୟବସାୟୀଙ୍କ ବାସଭବନ ରୋଷେଇ ଘରେ ରନ୍ଧନ ଗ୍ୟାସ ଫାଟି ଯିବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri