ତାଣ୍ଡବ ରଚିଲା କାଳବୈଶାଖୀ

ଢେଙ୍କାନାଳ ଅଫିସ,୨୬।୫: ଢେଙ୍କାନାଳ ଜିଲାରେ ଗୁରୁବାର ମଧ୍ୟାହ୍ନରେ କାଳବୈଶାଖୀ ତାଣ୍ଡବ ରଚିଛି। ପ୍ରାୟ ଘଣ୍ଟାଏ ଧରି ହୋଇଥିବା ମୂଷଳଧାରାରେ ବର୍ଷା, କୁଆପଥର ମାଡ଼ ସାଙ୍ଗକୁ ଝଡ଼ତୋଫାନରେ ବିଭିନ୍ନ ସ୍ଥାନରେ ବଡ଼ ବଡ଼ ଗଛ, ବିଦ୍ୟୁତ୍‌ ଖୁଣ୍ଟ ଧରାଶାୟୀ ହୋଇଯାଇଛି। ସହରାଞ୍ଚଳରେ ବିଦ୍ୟୁତ୍‌ ବିଭ୍ରାଟ ଦେଖାଦେଇଛି। ଅନ୍ୟପଟେ ପ୍ରାୟ ସପ୍ତାହେ ହେଲା ପ୍ରବଳ ଗ୍ରୀଷ୍ମପ୍ରବାହରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବାବେଳେ ବର୍ଷା ପରିବେଶରେ ଶୀତଳତା ଭରିଛି।
ଢେଙ୍କାନାଳରେ ଗୁରୁବାର ସକାଳୁ ପାରଦ ଉପରମୁହଁା ହୋଇଥିଲା। ୧୦ଟା ବେଳକୁ ଝାଞ୍ଜିମାଡ଼ ଆରମ୍ଭ ହୋଇଯାଇଥିଲା। ପ୍ରବଳ ଗୁଳୁଗୁଳିରେ ସହରବାସୀ ସନ୍ତୁଳି ହେଉଥିବାବେଳେ ମଧ୍ୟାହ୍ନ ୧୨ଟା ବେଳକୁ ହଠାତ୍‌ ପାଗ ବଦଳି ଯାଇଥିଲା। ଚତୁର୍ଦ୍ଦିଗରୁ କଳାହାଣ୍ଡିଆ ମେଘ ଘୋଟି ଆସିଥିଲା। ପ୍ରବଳ ବେଗର ପ୍ରବନ ବୋହିବା ସହ କୁଆପଥର ବର୍ଷା ହୋଇଥିଲା। ଏହାର ପ୍ରଭାବରେ ପୌରାଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି। କୁଞ୍ଜକାନ୍ତ-ଲଳିତନଗର ଅଞ୍ଚଳର ପୋଖରୀ ହୁଡ଼ାରେ ଥିବା ବଡ଼ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ିଥିଲା। ଏଥିସହ ୨ଟି ବିଦ୍ୟୁତ୍‌ ଖୁଣ୍ଟ ଭାଙ୍ଗି ଯାଇଛି। କାଠଗଡ଼ା ଆନନ୍ଦନଗରଠାରେ କେତେକ ଘରର ଟିଣ ଛପର ଉଡ଼ିଯାଇଛି। ବ୍ରଜନାଥ ବଡ଼ଜେନା ଉଚ୍ଚ ବିଦ୍ୟାଳୟ ପାଚେରି ଉପରେ ଗଛ ଭାଙ୍ଗି ପଡ଼ିଛି। ଝଡ଼ତୋଫାନରେ ୧୫ରୁ ଊର୍ଦ୍ଧ୍ୱ ଘର କ୍ଷତିଗ୍ରସ୍ତ ହୋଇଛି। ସେହିପରି ଗଁଦିଆ-ଯୋରନ୍ଦା-କପିଳାସ ରାସ୍ତାରେ ବିଭିନ୍ନ ସ୍ଥାନରେ ଗଛ ଉପୁଡ଼ି ପଡ଼ିଛି। ସୂଚନା ପାଇ ଅଗ୍ନିଶମ କର୍ମଚାରୀ ପହଞ୍ଚତ୍ ଗଛ କାଟି ରାସ୍ତା ସଫା କରିଛନ୍ତି। କେତେକ ସ୍ଥାନରେ ଯାତାୟାତ ସ୍ବାଭାବିକ ହୋଇଛି। ସେହିପରି ବିଦ୍ୟୁତ୍‌ ବିଭ୍ରାଟ ସ୍ବାଭାବିକ କରିବା ଲାଗି ବିଭାଗୀୟ କର୍ମଚାରୀ ଉଦ୍ୟମ ଚଳାଇଛନ୍ତି।
ଅନ୍ୟପଟେ ବୁଧବାର ସହରର ତାପମାତ୍ରା ୪୨.୩ ଡିଗ୍ରୀ ଛୁଇଁଥିବା ବେଳେ କାଳବୈଶାଖୀ ପ୍ରଭାବରେ ହୋଇଥିବା ବର୍ଷା ପରେ ଏହା ୩୮.୩ ଡିଗ୍ରୀକୁ ଖସି ଆସିଛି। ଫଳରେ ଅସହ୍ୟ ଗୁଳୁଗୁଳିରେ ସାମାନ୍ୟ ବ୍ରେକ୍‌ ଲାଗିଛି। କ୍ଷୟକ୍ଷତି ଆକଳନ କରି କ୍ଷତିଗ୍ରସ୍ତ ପରିବାରକୁ ସହାୟତା ଯୋଗାଇ ଦେବାକୁ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଦିନତମାମ ବିଦ୍ୟୁତ୍‌ କାଟ୍‌, ଟୟ ଟ୍ରେନ୍‌, ମ୍ୟୁଜିକାଲ ଫାଉଣ୍ଟେନ୍‌ର ମଜା ନେଇପାରିଲେନି ପର୍ଯ୍ୟଟକ, ଶେଷରେ…

ଦାରିଙ୍ଗବାଡ଼ି,୨୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡ଼ିରେ ରବିବାର ଛୁଟିରେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ଭୋର ସମୟରୁ ହିଁ ବିଭିନ୍ନ ଅଞ୍ଚଳରୁ ପର୍ଯ୍ୟଟକଙ୍କ ଆଗମନ...

VB-G RAM G ବିଲକୁ ରାଷ୍ଟ୍ରପତିଙ୍କ ମଞ୍ଜୁରୀ, MGNREGA ବଦଳରେ ଏଣିକି ଲାଗୁ ହେବ…

ନୂଆଦିଲ୍ଲୀ,୨୧।୧୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ବିକାଶିତ ଭାରତ-ନିଯୁକ୍ତି ଏବଂ ଆଜୀବିକା ମିଶନ (ଗ୍ରାମୀଣ) ଗ୍ୟାରେଣ୍ଟି ବିଲ୍ VB-G RAM G ୨୦୨୫ କୁ ଅନୁମୋଦନ...

ଧରିତ୍ରୀର ପ୍ରଭାବ: ବେସାହାରା ଭାଇ ଭଉଣୀଙ୍କୁ ସାହାଯ୍ୟର ହାତ ବଢ଼ାଇଲେ ବିଧାୟକ

ଗଞ୍ଜାମ,୨୧।୧୨(ବିଦ୍ୟାଧର ସାହୁ ): ଧରିତ୍ରୀରେ ଖବର ପ୍ରକାଶ ପରେ ପଡିଲା ପ୍ରଭାବ । ବେସାହାରା ଭାଇଭଉଣୀକୁ ସାହାଯ୍ୟର ହାତ ବଢ଼ାଇଲେ ଛତ୍ରପୁର ବିଧାୟକ । ଗଞ୍ଜାମ...

ଏହି ମୁସଲମାନ ଦେଶରୁ ମିଳିଲା ୪୫୦୦ ବର୍ଷର ପୁରୁଣା ସୂର୍ଯ୍ୟମନ୍ଦିର

କାଇରୋ,୨୧ା୧୨: ମିଶରର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା ମିଶରର ରାଜଧାନୀ କାଇରୋରେ ଏକ ଆବିଷ୍କାର କରିଛି, ଯାହା ବିଶ୍ୱକୁ ଆଶ୍ଚର୍ଯ୍ୟ କରିଛି। ଏଠାରେ ପ୍ରାୟ ୪,୫୦୦ ବର୍ଷ...

ଚିଲିକାରେ ଅଘଟଣ, ବୁଲିବାକୁ ଯାଇଥିବା ବେଳେ ବୁଡ଼ି ପର୍ଯ୍ୟଟକଙ୍କ ମୃତ୍ୟୁ

ଖୋର୍ଦ୍ଧା,୨୧।୧୨: ସାତପଡ଼ା ବୁଲିବାକୁ ଯାଇ ଚିଲିକାରେ ବୁଡ଼ିଗଲେ ପର୍ଯ୍ୟଟକ । ଚିଲିକା ମୁହାଣ ମୁହଁରେ ଗାଧୋଉଥିବା ସମୟରେ ଭାସିଯାଇଥିଲେ । ତେବେ ଏହି ଅଘଟଣରେ ପର୍ଯ୍ୟଟକଙ୍କ...

‘ପରବ’ର ଚତୁର୍ଥ ସନ୍ଧ୍ୟାରେ ଯୋଗ ଦେବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପ ଘୋଷଣା କରି…

କୋରାପୁଟ,୨୧ା୧୨(ଅମିତାଭ ବେହେରା): ଜାତୀୟସ୍ତରୀୟ ଆଦିବାସୀ ଲୋକ ମହୋତ୍ସବ ‘ପରବ’ ରବିବାର ଅନୁଷ୍ଠିତ ହେବାକୁ ଥିବା ଚତୁର୍ଥ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥିଭାବେ...

ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ମିଳିଲା ଯୁବକଙ୍କ ମୃତଦେହ, ପାଟିରୁ ରକ୍ତ ବାହାରିବାକୁ ନେଇ ସନ୍ଦେହ

ଭୁବନେଶ୍ବର,୨୧।୧୨:   ଭୁବନେଶ୍ୱର ନାଲ୍‌କୋ ଛକ ଏକ ଗେଷ୍ଟ ହାଉସରୁ ଉଦ୍ଧାର ହେଲା ମୃତଦେହ । ଖବରପାଇ ମୈତ୍ରୀବିହାର ଥାନା ପୋଲିସ ଗେଷ୍ଟହାଉସରେ ପହଞ୍ଚି ମୃତଦେହ ଉଦ୍ଧାର...

ପ୍ରେମ ସମ୍ପର୍କକୁ ନେଇ ହତ୍ୟା ଅଭିଯୋଗ: ପୋଲିସ ଗାଡ଼ି ଅଟକାଇଲେ ଗାଁ ଲୋକେ, ଜିଲାପାଳ ନ ଆସିଲେ…

ବଲାଙ୍ଗୀର,୨୧ା୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ମାୟାବରା ଗାଁର ଏକ କୁକୁଡ଼ା ଫାର୍ମର ପଛପଟ ଏକ ଗଛରେ ଶୁକ୍ରବାର ଜଣେ ଯୁବକଙ୍କର ମୃତଦେହ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri