Posted inଖେଳ

ଗୁରୁବାର ଅହମଦାବାଦ ଟେଷ୍ଟ: ଭାରତ ପାଇଁ କର ବା ମର ସ୍ଥିତି…

ଅହମଦାବାଦ,୮।୩ : ଅହମଦାବାଦରେ ଗୁରୁବାର ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯିବ। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଏହି ମ୍ୟାଚ ପୂର୍ବାହ୍ନ ସାଢ଼େ ୮ଟାରୁ ଆରମ୍ଭ ହେବ। ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି।

ଯେ କୌଣସି ମୂଲ୍ୟରେ ଏହି ଟେଷ୍ଟ ଜିତିବାକୁ ଟିମ୍‌ ଇଣ୍ଡିଆ ଚାପରେ ରହିବ। ଏହାର ବିଜୟ ଭାରତୀୟ ଦଳକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ସୃଷ୍ଟି କରିବ। ଯାହାଦ୍ୱାରା ଟିମ୍‌ ଇଣ୍ଡିଆ ଜୁନ ମାସରେ ପୁଣି ଥରେ ଅଷ୍ଟ୍ରେଲିଆ ସହିତ ମୁକାବିଲା କରି ପାରିବ।

ଟିମ ଇଣ୍ଡିଆ ୨୦୧୬-୧୭ ଠାରୁ ଅଷ୍ଟ୍ରେଲିଆଠାରୁ କ୍ରମାଗତ ତିନିଟି ଟେଷ୍ଟ ସିରିଜ ଜିତିଛି। ଯଦି ଅହମ୍ମଦାବାଦ ଟେଷ୍ଟରେ ଜିତେ ତେବେ ଏହା ଅଷ୍ଟ୍ରେଲିଆ ଉପରେ କ୍ରମାଗତ ଚତୁର୍ଥ ଟେଷ୍ଟ ସିରିଜ ବିଜୟ ହେବ। ଏହି ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ଯଦି ସିରିଜ ୨-୨ ଡ୍ର ରହେ ତେବେ ବର୍ଡର-ଗାଭାସ୍କର ଟ୍ରଫି ଟିମ୍‌ ଇଣ୍ଡିଆ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

ଦଳାଚକଟା ପୀଡ଼ିତାଙ୍କୁ ପ୍ରଥମ ବିଜୟ ଉତ୍ସର୍ଗ କଲେ ଆର୍‌ସିବି ଅଧିନାୟକ

ବେଙ୍ଗାଲୁରୁ,୨୯ା୩: ସନ୍‌ରାଇଜର୍ସ ବିପକ୍ଷ ମ୍ୟାଚ୍‌ରେ ଏକ ଜବରଦସ୍ତ ବିଜୟ ସହ ଡିଫେଣ୍ଡିଂ ଚାମ୍ପିୟନ ରୟାଲ ଚ୍ୟାଲେଞ୍ଜ ବେଙ୍ଗାଲୁରୁ (ଆର୍‌ସିବି) ତା’ର ଅଭିଯାନ ଆରମ୍ଭ କରିଛି। ଦଳର ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri