ଥୁଆମୂଳ ରାମପୁର ଦୁର୍ଘଟଣା: ପ୍ରଶାସନର ପ୍ରତିଶ୍ରୁତି ପରେ ଓହରିଲା ରାସ୍ତାରୋକ: ମୃତଦେହ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର

ଥୁଆମୂଳରାମପୁର,୭ା୪(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳରାମପୁର ଥାନା ଅଞ୍ଚଳରେ ସୋମବାର ଘଟିଥିବା ଦୁଇଟି ପୃଥକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମୃତ୍ୟୁସଂଖ୍ୟା ୪କୁ ବୃଦ୍ଧି ପାଇଛି। ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଉଥିବା ଗୁରୁତର ବାଲେଶ୍ୱର ନାଏକଙ୍କ ରାସ୍ତାରେ ମୃତ୍ୟୁ ଘଟିଛି। ଅନ୍ୟପକ୍ଷେ କ୍ଷତିପୂରଣ ଦାବିରେ ଉଭୟ ଘଟଣାସ୍ଥଳରେ ଜାରି ରହିଥିବା ରାସ୍ତାରୋକୋ ପ୍ରଶାସନର ପ୍ରତିଶ୍ରୁତି ପରେ ମଙ୍ଗଳବାର ପ୍ରତ୍ୟାହୃତ ହୋଇଛି।

ସୂଚନାଯୋଗ୍ୟ, ସୋମବାର ସିନାତୋଟା ନିକଟରେ ଟ୍ରାକ୍ଟର ସହ ଦୁଇଟି ବାଇକ୍‌ରେ ମୁହାଁମୁହିଁ ଧକ୍କା ହୋଇଥିଲା। ଏଥିରେ ସାନ ଦେରଲା ଗ୍ରାମର ରୁଦ୍ର ନାଏକ (୧୯) ଓ ବଡ଼ ଦେରଲା ଗ୍ରାମର ଖଗେଶ୍ୱର ମାଝୀ (୩୪)ଙ୍କ ଘଟଣାସ୍ଥଳରେ ମତ୍ୟୁ ଘଟିଥିଲା। ଏହି ଘଟଣାରେ ଅତି ଗୁରୁତର ସାନ ଦେରଲାର ବାଲେଶ୍ୱର ନାଏକ (୨୦)ଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟ ନିଆଯାଉଥିବା ବେଳେ ଗୁଣୁପୁର ନିକଟରେ ଆମ୍ବୁଲାନ୍ସ ଭିତରେ ହିଁ ତାଙ୍କର ପ୍ରାଣବାୟୁ ଉଡ଼ିଯାଇଥିଲା। ପରେ ଜିଲା ମେଡିକାଲରେ ବ୍ୟବଚ୍ଛେଦ କରାଯାଇ ମୃତଦେହ ପରିବାରକୁ ହସ୍ତାନ୍ତର କରାଯାଇଛି।

ଦୁର୍ଘଟଣା ପରେ ଉପଯୁକ୍ତ କ୍ଷତିପୂରଣ ଦାବିରେ ମୃତକଙ୍କ ପରିବାର ଓ ଗ୍ରାମବାସୀ ସୋମବାର ରାତି ୮ଟାରୁ ମଙ୍ଗଳବାର ସକାଳ ୯.୩୦ ପର୍ଯ୍ୟନ୍ତ ଥୁଆମୂଳ ରାମପୁର-କାଶୀପୁର ମୁଖ୍ୟ ରାସ୍ତା ଅବରୋଧ କରି ଧାରଣାରେ ବସିଥିଲେ। ଖବର ପାଇ ମଙ୍ଗଳବାର ସକାଳେ ଥାନା ଅଧିକାରୀ କୈବଲ୍ୟ ସେଠ, ତହସିଲଦାର ସତ୍ୟ ସନାତନ ପାଣିଗ୍ରାହୀ, ଏବଂ ଅତିରିକ୍ତ ତହସିଲଦାର ତପନ କୁମାର ପତି ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ। ସରକାରୀ ସହାୟତା ସହ ଉକ୍ତ ଟ୍ରାକ୍ଟର ମାଲିକଙ୍କ ଠାରୁ ମଧ୍ୟ ସହାୟତା ରାଶି ଯୋଗାଇ ଦେବାର ପ୍ରତିଶ୍ରୁତି ମିଳିବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ପରେ ପୋଲିସ ମୃତଦେହ ଜବତ କରି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି। ଏହି ଘଟଣାରେ ଥୁଆମୂଳ ରାମପୁର ଥାନାରେ କେସ ନଂ ୪୯ ରୁଜୁ ହୋଇଛି।

କଳାହାଣ୍ଡି-ରାୟଗଡ଼ା ସୀମାନ୍ତରେ ଘଟିଥିବା ଅନ୍ୟ ଏକ ବାଇକ ଦୁର୍ଘଟଣାରେ କାଶୀପୁର ଥାନା ବଡ଼ ଚେକ୍ନା ଗ୍ରାମର କୁମରମଣି ନାଏକ (୨୭)ଙ୍କ ମୃତ୍ୟୁ ଘଟିଥିଲା। କ୍ଷତିପୂରଣ ଦାବିରେ ତାଙ୍କ ପରିବାର ଲୋକେ ମଧ୍ୟ ରାତି ସାରା ମୃତଦେହ ରାସ୍ତା ମଝିରେ ରଖି ଧାରଣାରେ ବସିଥିଲେ। କାଶୀପୁର ଥାନାରେ ଲିଖିତ ଅଭିଯୋଗ ପରେ ଥାନା ଅଧିକାରୀ ଘଟଣାସ୍ଥଳରେ ପହଞ୍ଚି ଉପଯୁକ୍ତ ସହାୟତା ଯୋଗାଇ ଦେବାର ପ୍ରତିଶ୍ରୁତି ଦେବା ପରେ ଧାରଣା ଓହରିଥିଲା। ପୋଲିସ ଶବ ଜବତ କରି କାଶୀପୁର ମେଡିକାଲରେ ବ୍ୟବଚ୍ଛେଦ ପରେ ପରିବାରକୁ ହସ୍ତାନ୍ତର କରିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପ୍ରତିଦିନ ଖାଦ୍ୟ ତାଲିକାରେ ସାମିଲ କରନ୍ତୁ କାକୁଡ଼ି, ବଢ଼ିବ…

କାକୁଡ଼ିରେ ଅନେକ ପ୍ରକାର ଉପକାରୀ ଗୁଣ ଭରି ରହିଛି। ଏହାକୁ ନିୟମିତ ଖାଇଲେ ତାହା ଶରୀର ପାଇଁ ବେଶ୍‌ ଲାଭପ୍ରଦ ସାବ୍ୟସ୍ତ ହୋଇଥାଏ। ଏକ ସଦ୍ୟତମ ସର୍ଭେରୁ…

ଭିକ୍ଷା ମାଗି ଜମା କରିଥିଲେ ଲକ୍ଷ ଲକ୍ଷ ଟଙ୍କା; ଘରୁ ମିଳିଲା ୩୦ରୁ ଅଧିକ ବସ୍ତା ନୋଟ୍, ଗଣିଗଣି ସବୁ ହାଲିଆ

ବେଙ୍ଗାଲୁରୁ,୨୪ା୮: କର୍ନାଟକରୁ ସାମ୍ନାକୁ ଆସିଛି ଏକ ଆଶ୍ଚର୍ଯ୍ୟଜନକ ଘଟଣା। ସାରା ଜୀବନ ଭିକ୍ଷା ମାଗି ଜୀବନ ବିତାଇଥିବା ଜଣେ ବୃଦ୍ଧାଙ୍କ ମୃତ୍ୟୁ ପରେ ତାଙ୍କ ଘରୁ ମିଳିଛି…

ବର୍ଷା ଋତୁରେ ଖାଦ୍ୟ ସୁରକ୍ଷା

ବର୍ଷା ଋତୁ ଗରମରୁ ମୁକ୍ତି ଆଣିଥାଏ, କିନ୍ତୁ ବର୍ଦ୍ଧିତ ଆର୍ଦ୍ରତା ଯୋଗୁ ଖାଦ୍ୟ ନଷ୍ଟ ହେବାର ଆଶଙ୍କା ବୃଦ୍ଧି କରିଥାଏ। ତା’ସହ ଖାଦ୍ୟଜନିତ ରୋଗ ସୃଷ୍ଟି କରିବାରେ…

ଟ୍ରେନ୍‌ରେ ପିଟିହୋଇ ମହିଳା ଗୁରୁତର

ବଲାଙ୍ଗୀର, ୨୪।୮: ବଲାଙ୍ଗୀର ସହର ନିକଟସ୍ଥ ଝୁଜେନପାଲି ରେଳ ଫାଟକଠାରେ ଟ୍ରେନ୍‌ରେ ପିଟି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ମହିଳା ଜଣକ ପାଟଣାଗଡ଼ ଥାନା ଅନ୍ତର୍ଗତ…

ଝାଡ଼ଖଣ୍ଡ-ରାଉରକେଲା ପୋଲିସର ବଡ଼ ଅପରେଶନ, ଜଙ୍ଗଲରୁ ଜବତ ହେଲା ବିପୁଳ ବିସ୍ଫୋରକ

ରାଉରକେଲା,୨୪।୮: ସୁନ୍ଦରଗଡ଼ ଜିଲା କେ.ବଲାଙ୍ଗ ଥାନା ନିକଟ ଜଙ୍ଗଲରୁ ସୋମବାର ବିପୁଳ ପରିମାଣର ବିସ୍ଫୋରକ ଜବତ ହୋଇଛି। ମାଓବାଦୀମାନେ ଜଙ୍ଗଲରେ ଏହି ବିସ୍ଫୋରକ ଲୁଚାଇ ରଖିଥିବା ଜଣାପଡିଛି।…

ଗଞ୍ଜାମ ତହସିଲରେ କର୍ମଚାରୀ ଅଭାବ : ଏକାଥରକେ ୬ କର୍ମଚାରୀଙ୍କ ବଦଳି, କାର୍ଯ୍ୟ ବାଧାପ୍ରାପ୍ତ

ଗଞ୍ଜାମ, ୨୪।୮ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ଐତିହାସିକ ପୋତାଗଡ଼ ରାସ୍ତାରେ ଅବସ୍ଥିତ ଗଞ୍ଜାମ ତହସିଲ କାର୍ଯ୍ୟାଳୟରେ କର୍ମଚାରୀ ଅଭାବ ଯୋଗୁ ବିଭିନ୍ନ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ…

ଲଗାଣ ବର୍ଷାରେ ଥୁଆମୂଳ ରାମପୁର ବେହାଲ: ଭାଙ୍ଗିଲା ଘର, ସ୍ଥାନୀୟ ଲୋକଙ୍କ ଅଭିଯୋଗ ପରେ ମୁହଁ ଖୋଲିଲେ RI

ଥୁଆମୂଳ ରାମପୁର,୨୪ା୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଓ ଏହାର ଆଖପାଖ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁ ସାଧାରଣ ଜୀବନଯାତ୍ରା ସମ୍ପୂର୍ଣ୍ଣ ଅସ୍ତବ୍ୟସ୍ତ ହୋଇପଡ଼ିଛି।…

୨,୨୪୮ କୋଟି ତୁରନ୍ତ ଫେରାଅ, ୨୧ ବିଭାଗକୁ ଅର୍ଥ ବିଭାଗର ପତ୍ର

ଭୁବନେଶ୍ୱର,୨୪ା୮(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ୨୧ଟି ବିଭାଗ କେନ୍ଦ୍ରୀୟ ପ୍ରବର୍ତ୍ତିତ ଯୋଜନା ଅର୍ଥ ଖର୍ଚ୍ଚ କରିପାରି ନ ଥିବାରୁ ଏବେ ସମସ୍ୟା ସୃଷ୍ଟି ହୋଇଛି। ୨୦୨୫-୨୬ ଆର୍ଥିକବର୍ଷର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri