କଲ୍ୟାଣସିଂହପୁର ଭିଡ଼ ହିଂସା, ୨୪ ଅଭିଯୁକ୍ତଙ୍କ ହେଲା ଟିଆଇ ପରେଡ୍‌

ରାୟଗଡ଼ା/ବିଷମ କଟକ, ୬।୭ (କୈଳାସ ଚନ୍ଦ୍ର ପୃଷ୍ଟି/ ପ୍ରସନ୍ନ କୁମାର ପଣ୍ଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁରରେ ଘଟିଥିବା ବହୁଚର୍ଚ୍ଚିତ ଭିଡ଼ ହିଂସା ମାମଲାରେ ସୋମବାର ବିଷମକଟକ ଉପକାରାଗାରରେ ୨୪ଅଭିଯୁକ୍ତଙ୍କ ଟେଷ୍ଟ ଆଇଡେଣ୍ଟିଫିକେଶନ (ଟିଆଇ) ପରେଡ୍‌ କରାଯାଇଛି। ୧ମ ଶ୍ରେଣୀ ବିଚାରବିଭାଗୀୟ ମାଜିଷ୍ଟ୍ରେଟ୍‌ ପୂଜା ଜୈନଙ୍କ ଉପସ୍ଥିତିରେ ପୀଡ଼ିତା ଅଭିଯୁକ୍ତମାନଙ୍କୁ ଚିହ୍ନଟ କରିଥିବା ସୂଚନା ମିଳିଛି।

ଟିଆଇ ପରେଡ୍‌ ସମୟରେ ପୀଡ଼ିତା ଘଟଣା ସମ୍ପର୍କରେ ବୟାନଦେବା ସହ କେଉଁ ପରିସ୍ଥିତିରେ ଆକ୍ରମଣ ହୋଇଥିଲା, ସେ ନେଇ ମାଜିଷ୍ଟ୍ରେଟ୍‌ଙ୍କ ସମ୍ମୁଖରେ ବିସ୍ତୃତ ବିବରଣୀ ଦେଇଥିଲେ। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଥିବା ବେଳେ ବିଷମକଟକ ଏସ୍‌ଡିପିଓ ସନ୍ତୋଷିନୀ ଓରାମ ଓ ସ୍ଥାନୀୟ ପୋଲିସ ଅଧିକାରୀମାନେ ଉପସ୍ଥିତ ଥିଲେ।

ପୀଡ଼ିତାଙ୍କ ଗୋପନୀୟତା ରକ୍ଷା ପାଇଁ ଗଣମାଧ୍ୟମକୁ କାରାଗାର ପରିସରଠାରୁ ଦୂରରେ ରହିବାକୁ ପୋଲିସ ଅନୁରୋଧ କରିଥିଲା। ଏସ୍‌ପି ରାଜ ପ୍ରସାଦ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, ଏହି ଭିଡ଼ ହିଂସା ଘଟଣାରେ ପର୍ଯ୍ୟାୟକ୍ରମେ ୨୪ ଜଣଙ୍କୁ ଗିରଫ କରାଯାଇଛି। ପ୍ରଥମେ ସେମାନଙ୍କୁ ରାୟଗଡ଼ା ଉପକାରାଗାରରେ ରଖାଯାଇଥିଲା। ପରେ ଟିଆଇ ପରେଡ୍‌ ସୁବିଧା ପାଇଁ ସେମାନଙ୍କୁ ବିଷମକଟକ ଉପକାରାଗାରକୁ ସ୍ଥାନାନ୍ତର କରାଯାଇଥିଲା।ଟିଆଇ ପରେଡ୍‌ ପରେ କଲ୍ୟାଣସିଂହପୁର ଥାନାରୁ ଷ୍ଟେଟ୍‌ ବ୍ୟାଙ୍କ ଛକ ପର୍ଯ୍ୟନ୍ତ ପୋଲିସ ଫ୍ଲାଗ୍‌ ମାର୍ଚ୍ଚ କରାଯାଇଥିଲା।

ସୂଚନାଯୋଗ୍ୟ, ଗତ ଜୁନ୍‌ ୧୬ରେ ପିଲାଚୋର ଗୁଜବକୁ କେନ୍ଦ୍ରକରି ପ୍ରାୟ ୫୦୦ରୁ ଅଧିକ ଲୋକ ବାହାର ରାଜ୍ୟର ଜଣେ ସ୍ବେଚ୍ଛାସେବୀ ଯୁବକ ଓ ଯୁବତୀଙ୍କୁ ଆକ୍ରମଣ କରିଥିଲେ। ଯୁବତୀଙ୍କ ସହ ଅସଦାଚରଣ ହୋଇଥିବା ମଧ୍ୟ ଅଭିଯୋଗ ହୋଇଥିଲା। ଘଟଣାଟି ଜାତୀୟ ସ୍ତରରେ ଚର୍ଚ୍ଚାର ବିଷୟ ପାଲଟିଥିଲା। ଫଳରେ ଓଡ଼ିଶା ପୋଲିସର ଡିଜିପି ଏହାକୁ ‘ରେଡ୍‌ ଫ୍ଲାଗ୍‌ କେସ୍‌’ ଭାବେ ଘୋଷଣାକରି କ୍ରାଇମବ୍ରାଞ୍ଚ ସହଯୋଗରେ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?