୪ ଘଣ୍ଟା ଧରି ଅନୁଭୂତ ହେଲା ଶକ୍ତିଶାଳୀ ଭୂକମ୍ପ, ୧୬ ମୃତ

ଲାସା, ୨୩ା୧୦: ତିବ୍ବତରେ ଗୁରୁବାର ରାତିରେ ଶକ୍ତିଶାଳୀ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ୭ ତୀବ୍ରତାର ଏହି ଭୂମିକମ୍ପ ବ୍ୟାପକ ଧନଜୀବନ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ଏକ ରିପୋର୍ଟ ଅନୁଯାୟୀ, ଏହି ଘଟଣାରେ ଖବର ଲେଖାଯିବା ସୁଦ୍ଧା ୧୬ ଜଣଙ୍କ ମୃତ୍ୟୁ ହୋଇଛି । ମାତ୍ର ୪ ଘଣ୍ଟା ମଧ୍ୟରେ ୧୩ ଥର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିବାବେଳେ ଚାଇନାର ଅନ୍ୟ କେତେକ ଅଞ୍ଚଳରେ ମଧ୍ୟ ଏହାର ପ୍ରଭାବ ପଡ଼ିଛି ।

ଭୂମିକମ୍ପ ପରେ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ପାଇଁ ୩୦୦ରୁ ଅଧିକ ପୋଲିସ କର୍ମଚାରୀ ଏବଂ ୩୪୭ ଜଣ ଉଦ୍ଧାରକାରୀଙ୍କୁ ନିୟୋଜିତ କରାଯାଇଛି । ପ୍ରଭାବିତ ଲୋକଙ୍କୁ ରିଲିଫ୍‌ ସାମଗ୍ରୀ ପଠାଯାଉଥିବାବେଳେ ଭଗ୍ନାବଶେଷ ତଳେ ଫସିଥିବା ଲୋକଙ୍କୁ ଖୋଜିବା ଓ ଉଦ୍ଧାର କରିବା କାର୍ଯ୍ୟ ଜାରି ରହିଛି । ବାସହରା ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରାଯାଉଛି।

ଜାତୀୟ ଭୂମିକମ୍ପ ବିଜ୍ଞାନ କେନ୍ଦ୍ରର ସୂଚନା ଅନୁଯାୟୀ, ଭାରତୀୟ ସମୟ ରାତି ପ୍ରାୟ ୮ଟା ୩ ମିନିଟ୍‌ରେ ଭୂମିକମ୍ପ ହୋଇଥିଲା। ଏହାର କେନ୍ଦ୍ରସ୍ଥଳ ତିବ୍ବତର ନାଗକୁ ସହରରେ ରହିଥିବାବେଳେ ରାଜଧାନୀ ଲାସାଠାରୁ ପ୍ରାୟ ୪୦୦ କିଲୋମିଟର ଦୂରରେ ଥିଲା। ଭୂମିପୃଷ୍ଠଠାରୁ ପ୍ରାୟ ୧୭୩ କିଲୋମିଟର ଗଭୀରରେ ଭୂମିକମ୍ପର କେନ୍ଦ୍ର ରହିଥିବା ରିପୋର୍ଟରେ ଉଲ୍ଲେଖ ରହିଛି। ବୈଜ୍ଞାନିକଙ୍କ ମତରେ, ତିବ୍ବତୀୟ ମାଳଭୂମି ଭୂମିକମ୍ପପ୍ରବଣ ଅଞ୍ଚଳ ଭାବେ ପରିଚିତ। ଏହି ଅଞ୍ଚଳ ଭାରତୀୟ ଓ ୟୁରେସୀୟ ଟେକ୍ଟୋନିକ୍‌ ପ୍ଲେଟ୍‌ର ସଂଘର୍ଷ କ୍ଷେତ୍ର ନିକଟରେ ଅବସ୍ଥିତ ଥିବାରୁ ଏଠାରେ ଭୂମିକମ୍ପ ହେବାର ଆଶଙ୍କା ଅଧିକ ରହିଛି। ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଭୂମିକମ୍ପ ପରେ ଅତି କମ୍‌ରେ ୩୩୯ଟି ଘର ଭୁଶୁଡ଼ି ପଡ଼ିଛି । ଉଦ୍ଧାରକାରୀ ଦଳ ଭଗ୍ନାବଶେଷ ତଳେ ଫସିଥିବା ଲୋକଙ୍କୁ ଖୋଜିବା ସହ ରିଲିଫ୍‌ ଓ ଥଇଥାନ କାର୍ଯ୍ୟ ଜାରି ରଖିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?