ଚାଇନା ବିରୋଧରେ ଚନ୍ଦ୍ରଗିରିରେ ତିବତୀୟ ୟୁଥ୍ କଂଗ୍ରେସ ପକ୍ଷରୁ ଶାନ୍ତିପୂର୍ଣ୍ଣ ପ୍ରତିବାଦ, ଦାବି ରଖି…

ମୋହନା,୨୨ା୭( ମନ୍ମଥ ମିଶ୍ର ): ଗଜପତି ଜିଲା ଚନ୍ଦ୍ରଗିରିରେ ବସବାସ କରୁଥିବା ତିବତୀୟ ଶରଣାର୍ଥୀମାନେ ଚାଇନାର କଥିତ ଦମନ ନୀତିକୁ ବିରୋଧ କରି ଶାନ୍ତିପୂର୍ଣ୍ଣ ଭାବେ ଶୋଭାଯାତ୍ରା କରିଛନ୍ତି। ଗତ ଜୁଲାଇ ୨ ତାରିଖରେ ଜାତିସଂଘ ମୁଖ୍ୟାଳୟ ସମ୍ମୁଖରେ ଆତ୍ମହତ୍ୟା କରିଥିବା ତିବତୀୟ ଯୁବକ ଲୋବଗା ରଙ୍ଗଜେନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ବନ୍ଦୀ ତିବତୀୟମାନଙ୍କୁ ମୁକ୍ତ କରିବା ପାଇଁ ଦାବି କରିଛନ୍ତି। ଚନ୍ଦ୍ରଗିରି ତିବତୀୟ ସେଟଲମେଣ୍ଟ କାର୍ଯ୍ୟାଳୟ ପରିସରରୁ ବୁଧବାର ଦିନ ଶତାଧିକ ୟୁଥ୍ କଂଗ୍ରେସର ତିବତୀୟ ମହିଳା ଓ ପୁରୁଷ ଏକାଠି ହୋଇ ଶାନ୍ତିପୂର୍ଣ୍ଣ ଭାବେ ଚନ୍ଦ୍ରଗିରି ମୁଖ୍ୟ ବଜାର ପର୍ଯ୍ୟନ୍ତ ଶୋଭାଯାତ୍ରା ବାହାର କରି ପ୍ରତିବାଦ କରିଥଲେ।

ପ୍ରତିବାଦକାରୀମାନେ ଚାଇନାର କଥିତ ଦମନ ନୀତି ବିରୋଧରେ ସ୍ଲୋଗାନ ଦେଇ ତିବତର ମାନବାଧିକାର ସୁରକ୍ଷା ପାଇଁ ଦାବି ଉଠାଇଥିଲେ । ପ୍ରତିବାଦକାରୀମାନଙ୍କ କହିବା ଅନୁଯାୟୀ, ଚାଇନାର ହିରାସତରେ ଥିବା ୧୧ତମ ପାଞ୍ଚେନ୍ ଲାମାଙ୍କ ସହ ପରିବେଶକର୍ମୀ, ତିବତୀୟ କଳାକାର, ମାନବାଧିକାର ରକ୍ଷକ ଓ ଅନ୍ୟ ତିବତୀୟ ବନ୍ଦୀମାନଙ୍କୁ ବିନା ସର୍ତ୍ତରେ ମୁକ୍ତ କରାଯାଉ। ସେମାନେ ଚାଇନାର କଥିତ ଏକତା ସାମାଜିକ ସ୍ଥିରତା ଓ ଜାତୀୟ ଏକୀକରଣକୁ ପ୍ରତ୍ୟାହାର କରିବାକୁ ମଧ୍ୟ ଦାବି କରିଥିଲେ। ଏହା ସହ ଭାରତ ସରକାର ତିବତୀୟ ସମୁଦାୟକୁ ନୈତିକ ସମର୍ଥନ ଜାରି ରଖିବାକୁ ନିବେଦନ କରିଥିଲେ । ଲୋବଗା ରଙ୍ଗଜେନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ବନ୍ଦୀ ତିବତୀୟମାନଙ୍କ ମୁକ୍ତି ଓ ମାନବାଧିକାର ସୁରକ୍ଷା ପାଇଁ ସେମାନେ ଆନ୍ତର୍ଜାତିକ ସ୍ତରରେ ହସ୍ତକ୍ଷେପ କରିବା ପାଇଁ ଦାବି କରିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri