Posted inଜାତୀୟ

ଉଦ୍ୟୋଗପତି ପଲ୍ଲବିଙ୍କୁ ଟିକେଟ, ଗୋଆରେ ପ୍ରଥମ ଥର ମହିଳା ପ୍ରାର୍ଥୀଙ୍କୁ ଟିକେଟ ଦେଇଛି ଭାଜପା

ପଣଜୀ,୨୫।୩: ଡେମ୍ପୋ ଇଣ୍ଡଷ୍ଟ୍ରିଜର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ପଲ୍ଲବି ଡେମ୍ପୋ ଗୋଆରୁ ଭାଜପା ପ୍ରାର୍ଥୀ ଭାବରେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଯାଉଛନ୍ତି। ଗୋଆ ନିର୍ବାଚନ ଇତିହାସରେ ସେ ହେଉଛନ୍ତି ପ୍ରଥମ ମହିଳା ପ୍ରାର୍ଥୀ ଯିଏ ପାର୍ଟି ଟିକେଟରେ ପ୍ରତିଦ୍ୱନ୍ଦ୍ୱିତା କରିଛନ୍ତି।
ସାଧାରଣ ନିର୍ବାଚନ ପାଇଁ ୧୧୧ ଜଣ ପ୍ରାର୍ଥୀଙ୍କ ତାଲିକାରେ ଭାଜପା ରବିବାର ଦକ୍ଷିଣ ଗୋଆର ପ୍ରାର୍ଥୀ ଡେମ୍ପୋ ବୋଳି ଘୋଷଣା କରିଛି। ଗୋଆ ଉଦ୍ୟୋଗୀ ତଥା ଶିକ୍ଷାବିତ୍‌ ପଲ୍ଲବି ରସାୟନ ବିଜ୍ଞାନରେ ସ୍ନାତକୋତ୍ତର ଏବଂ ପୁଣେର MIT ରୁ ବ୍ୟବସାୟ ପରିଚାଳନା (MBA) ରେ ମାଷ୍ଟର ଡିଗ୍ରୀ ହାସଲ କରିଛନ୍ତି। ସେ ଏହାର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ ଭାବରେ ଡେମ୍ପୋ ଇଣ୍ଡଷ୍ଟ୍ରିଜର ମିଡିଆ ଏବଂ ରିଏଲ ଇଷ୍ଟେଟ ଶାଖାର ତଦାରଖ କରନ୍ତି।
ସୂଚନାଯୋଗ୍ୟ, ଦକ୍ଷିଣ ଗୋଆ ଆସନ ବର୍ତ୍ତମାନ କଂଗ୍ରେସ ନେତା ଫ୍ରାନ୍ସିସ୍କୋ ସରଦିହ୍ନ ପ୍ରତିନଧିତ୍ୱ କରୁଛନ୍ତି। ୧୯୬୨ ପରଠାରୁ ଭାଜପା କେବଳ ଦୁଇଥର ଏହି ଆସନ ଜିତିଛି।
ସୂଚନାଯୋଗ୍ୟ, ୨୦ ଟି ବିଧାନସଭା ଆସନ ଦକ୍ଷିଣ ଗୋଆ ଲୋକ ସଭା ଆସନ ଅଧୀନରେ ଆସେ । ପୂର୍ବ ନିର୍ବାଚନରେ କେବଳ ମହାରାଷ୍ଟ୍ରବାଦି ଗୋମାନ୍ତକ ପାର୍ଟି, ୟୁନାଇଟେଡ ଗୋଅନ୍ସ ପାର୍ଟି ଏବଂ କଂଗ୍ରେସରୁ ପ୍ରାର୍ଥୀ ନିର୍ବାଚିତ ହୋଇଛନ୍ତି। ତେବେ ୧୯୯୯ ଏବଂ ୨୦୧୪ ନିର୍ବାଚନରେ ଭାଜପା ଏହି ଆସନ ଜିତିଥିଲା, କିନ୍ତୁ ଏହାକୁ ବଜାୟ ରଖିପାରି ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭାରତୀୟ ମସଲାକୁ ଆମେରିକାର ସନ୍ଦେହ

ଏମ୍‌ଡିଏଚ୍‌ ଏବଂ ଏଭରେଷ୍ଟ ଭଳି ଭାରତୀୟ ମସଲାରେ କ୍ୟାନ୍‌ସର ସୃଷ୍ଟିକାରୀ କେମିକାଲ ମିଶୁଥିବା କହି ହଂକଂ ଓ ସିଙ୍ଗାପୁର କିଛିଦିନ ହେଲା ଏହାର ବିକ୍ରି ଉପରେ...

ବିଶ୍ୱର ୧୫ ଉତ୍ତପ୍ତ ସହର ମଧ୍ୟରେ ଅନୁଗୋଳ, ଭୁବନେଶ୍ୱର

ଭୁବନେଶ୍ୱର, ୨୮।୪(ଅସମାପିକା ସାହୁ)ଜଳୁଛି ସାରା ଓଡ଼ିଶା। ପଶ୍ଚିମା ଓ ଉତ୍ତର-ପଶ୍ଚିମା ଶୁଷ୍କ ବାୟୁ ପ୍ରବାହ ଯୋଗୁ ରାଜ୍ୟରେ ଏବେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଜାରି ରହିଛି।...

‘EVM ଉପରେ ପ୍ରଶ୍ନ ଉଠାଇଥିବାରୁ କଂଗ୍ରେସ କ୍ଷମା ମାଗିବା ଉଚିତ୍‌’

ଗୋଆ,୨୭ା୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର କହିଛନ୍ତି, ଇଲେକ୍ଟ୍ରୋନିକ ଭୋଟିଂ ମେଶିନ (ଇଭିଏମ୍‌)ର ବିଶ୍ୱସନୀୟତା ଉପରେ ପ୍ରଶ୍ନ ଉଠାଇ କଂଗ୍ରେସ ଦେଶକୁ କ୍ଷମା ମାଗିବା ଉଚିତ୍‌।...

କାଶୀ, ଅଯୋଧ୍ୟା ପରେ ଆମେ ମଥୁରା ଆଡ଼କୁ ଯିବୁ: ଯୋଗୀ ଆଦିତ୍ୟନାଥ

ଲକ୍ଷ୍ନୌ,୨୭ା୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ପୁଣି ଥରେ କଂଗ୍ରେସ ଏବଂ ସମାଜବାଦୀ ପାର୍ଟିକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଏହି ଲୋକମାନେ ରାମ ଏବଂ...

ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା, ଅନ୍ତିମ ସଂସ୍କାରରେ ଯୋଗ ଦେବାକୁ ବି ମିଳିଲା ନାହିଁ ଜାମିନ୍‌

ରାଞ୍ଚି,୨୭।୪: ଜମି ଦୁର୍ନୀତି ମାମଲାରେ ଜେଲରେ ଥିବା ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ୍‌ଙ୍କୁ ବଡ଼ ଝଟ୍‌କା। ତାଙ୍କୁ ନିଜ ବଡ଼ବାପା ରାଜାରାମ ସୋରେନଙ୍କ ଅନ୍ତିମ...

ପୁଣି ଆହତ ହେଲେ ମମତା ବାନାର୍ଜୀ, ହେଲିକପ୍ଟର ଚଢ଼ିବା ବେଳେ ଗୋଡ଼ ଖସିଲା…

କୋଲକାତା,୨୭।୪: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ପୁଣି ଆହତ ହୋଇଛନ୍ତି । ଦୁର୍ଗାପୁରରେ ହେଲିକପ୍ଟର ଚଢିବା ସମୟରେ ଗୋଡ ଖସିଯିବା ଯୋଗୁ ସେ ପଡିଯାଇଥିଲେ ।...

‘କଂଗ୍ରେସ ମୁସଲମାନଙ୍କ ଭୋଟ୍‌ ଚାହୁଁଛି ହେଲେ ପ୍ରାର୍ଥୀ ନୁହେଁ’

ନୂଆଦିଲ୍ଲୀ,୨୭।୪: ଲୋକ ସଭା ନିର୍ବାଚନରେ କଂଗ୍ରେସ ମୁସଲମାନ ପ୍ରାର୍ଥୀଙ୍କୁ ଟିକେଟ ନ ଦେବାରୁ ଦଳ ଭିତରେ ଅସନ୍ତୋଷ ପ୍ରକାଶ ପାଇଛି। ଏନେଇ କଂଗ୍ରେସ ନେତା ଆରିଫ...

ଧନଞ୍ଜୟ ସିଂଙ୍କୁ ଝଟକା: ଜାମିନ ମଞ୍ଜୁର, ହେଲେ ଲଢିପାରିବେନି ନିର୍ବାଚନ

ପ୍ରୟାଗରାଜ,୨୭।୪: ଆହ୍ଲାବାଦ ହାଇକୋର୍ଟ ଜୈନପୁରର ପୂର୍ବତନ ଏମପି ଧନଞ୍ଜୟ ସିଂଙ୍କ ଜାମିନକୁ ଅନୁମୋଦନ କରିଛନ୍ତି କିନ୍ତୁ ତାଙ୍କ ଦଣ୍ଡାଦେଶ ଶୁଣାଣିକୁ ମନା କରି ଦେଇଛନ୍ତି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri