୧୫ ସୁଦ୍ଧା ଟିକେଟ୍‌: ଶରତ

ଭୁବନେଶ୍ୱର,୧୨ା୪: ଆସନ୍ତା ୧୫ ତାରିଖ ସୁଦ୍ଧା କଂଗ୍ରେସର ୨ ପର୍ଯ୍ୟାୟ ଟିକେଟ୍‌ ଆସିବ ବୋଲି କହିଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ। ଶୁକ୍ରବାର ସେ ଦିଲ୍ଲୀ ଗସ୍ତ କରିଛନ୍ତି। ଶନିବାର ସ୍କ୍ରିନିଂ ଏବଂ ରବିବାର ସିଇସି ବୈଠକରେ ଟିକେଟ୍‌ ନେଇ ଚୂଡ଼ାନ୍ତ ହେବ ବୋଲି ସେ କହିଛନ୍ତି।

ସୂଚନାଯୋଗ୍ୟ, ପୂର୍ବରୁ କଂଗ୍ରେସର ପ୍ରଥମ ଲୋକ ସଭା ପ୍ରାର୍ଥୀ ତାଲିକା ପ୍ରକାଶ ପାଇସାରିଛି। ବରଗଡ଼ରୁ ସଂଜୟ ଭୋଇ, ସୁନ୍ଦରଗଡ଼ରୁ ଜନାର୍ଦ୍ଦନ ଦେହୁରୀ, ବଲାଙ୍ଗୀରରୁ ମନୋଜ ମିଶ୍ର, କଳାହାଣ୍ଡିରୁ ଦ୍ରୌପଦୀ ମାଝୀଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି। ସେହିପରି କୋରାପୁଟରୁ ସପ୍ତଗିରି ଉଲ୍ଲାକା, ବ୍ରହ୍ମପୁରରୁ ରଶ୍ମୀରଞ୍ଜନ ପଟ୍ଟନାୟକ, କନ୍ଧମାଳରୁ ଅମିର ଚାନ୍ଦ ନାୟକ, ନବରଙ୍ଗପୁରରୁ ଭୁଜବଳ ମାଝୀଙ୍କୁ ଟିକେଟ୍‌ ମିଳିଛି।

ଅନ୍ୟପଟେ କଂଗ୍ରେସ ବିଧାନସଭା ନିର୍ବାଚନ ପାଇଁ ମଧ୍ୟ ୪୯ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି। ଏଥିରେ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନୂଆପଡ଼ାରୁ ଟିକେଟ୍‌ ମିଳିଛି। ସେହିପରି କବିସୂର୍ଯ୍ୟନଗରରୁ ଚିରଞ୍ଜିବୀ ବିଷୋୟୀ, ଗୁଣପୁରରୁ ସତ୍ୟଜିତ ଗମାଙ୍ଗ, ରାଉଲକେଲାରୁ ବୀରେନ୍ଦ୍ର ନାଥ ପଟ୍ଟନାୟକଙ୍କୁ କଂଗ୍ରେସ ଟିକେଟ୍‌ ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନ୍ୟ ଜାତିର ଝିଅକୁ ପ୍ରେମ ବିବାହ ପଡିଲା ମହଙ୍ଗା: ଲଣ୍ଡା ହେଲେ ବର, ଚୁଟି କାଟିଲେ କନ୍ୟା

କୋରାପୁଟ,୨୩।୩(ଅମିତାଭ ବେହେରା ):ଆଧୁନିକ ସଭ୍ୟ ସମାଜରେ ଏବଂ ଡିଜିଟାଲ ଯୁଗରେ ଏବେ ମଧ୍ୟ କୁଳପ୍ରଥା ବଞ୍ଚିଛି । ଏହାର ଏକ ଜ୍ୱଳନ୍ତ ନମୁନା କୋରାପୁଟ ବ୍ଲକ ମାଛରା…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ଇତିହାସରେ ପ୍ରଥମ: ଏଥର ହେବ ଡିଜିଟାଲ ଜନଗଣନା, ଗାଁରେ ଘରକୁ ଘର ବୁଲି…

ଭୁବନେଶ୍ୱର,୨୩ା୩: ରାଜ୍ୟରେ ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି ଜନଗଣନା ପ୍ରସ୍ତୁତି। ଏନେଇ ଓଡ଼ିଶା ଜନଗଣନା ନିର୍ଦ୍ଦେଶକ ନିଖିଲ ପଓ୍ବନ କଲ୍ୟାଣ ସୂଚନା ଦେଇଛନ୍ତି। ଏପ୍ରିଲ ୧ରୁ ୧୫ ତାରିଖ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ଭବାନୀପୁର ଆସନ ମମତା ବାନାର୍ଜୀଙ୍କ ପାଇଁ କାହିଁକି ଏତେ ସ୍ବତନ୍ତ୍ର, ଜାଣନ୍ତୁ କ’ଣ କହିଲେ ଦିଦି…

କୋଲକାତା,୨୩ା୩: ପଶ୍ଚିମବଙ୍ଗ ରାଜନୀତିରେ ଭବାନୀପୁର ପରି କିଛି ନିର୍ବାଚନମଣ୍ଡଳୀର ଐତିହାସିକ ଗୁରୁତ୍ୱ ରହିଛି। ଏହି ଆସନର ନିର୍ବାଚନୀ ଯାତ୍ରା ରାଜ୍ୟରେ କଂଗ୍ରେସ ପ୍ରାଧାନ୍ୟରୁ ଟିଏମ୍‌ସିର ଉତ୍ଥାନ ପତ୍ତନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri