Posted inଖେଳ

ରାଉରକେଲାରେ ଟିକେଟ୍‌ ଶେଷ

ଭୁବନେଶ୍ୱର,୨୬ା୧୨(ସ୍ପୋଟର୍‌ସ ବ୍ୟୁରୋ): ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଆୟୋଜିତ ହେବାକୁଥିବା ହକି ବିଶ୍ୱକପ୍‌କୁ ନେଇ ଫ୍ୟାନ୍‌ଙ୍କ ମଧ୍ୟରେ ଦେଖାଦେଇଛି ପ୍ରବଳ ଉତ୍ସାହ। ସମଗ୍ର ବିଶ୍ୱର ନଜର ଏହି ଟୁର୍ନାମେଣ୍ଟ ଉପରେ ରହିଛି। ବିଶ୍ୱର ୧୬ଟି ଶକ୍ତିଶାଳୀ ଦଳ ଟାଇଟଲ ହାସଲ ପାଇଁ ମୁକାବିଲା କରିବେ। ରାଉରକେଲାରେ ନବନିର୍ମିତ ବିର୍ସା ମୁଣ୍ଡା ଷ୍ଟାଡିୟମରେ ପ୍ରଥମଥର ପାଇଁ ହକିଖେଳ ହେବାକୁ ଯାଉଥିବା ବେଳେ ଡିସେମ୍ବର ୧୯ରୁ ଆରମ୍ଭ ହୋଇଛି ଟିକେଟ ବିକ୍ରି।

ପ୍ରଥମଥର ପାଇଁ ଏକ ଅନ୍ତର୍ଜାତୀୟ ଇଭେଣ୍ଟ ଦେଖିବାକୁ ପ୍ରସ୍ତୁତ ଥିବା ରାଉରକେଲାରେ ସମାପ୍ତ ହୋଇଛି ଟିକେଟ ବିକ୍ରି। ଟିକେଟ କାଉଣ୍ଟର ବାହାରେ ପ୍ରବଳ ଭିଡ଼ ଦେଖିବାକୁ ମିଳିଥିବା ବେଳେ ସପ୍ତାହ ମଧ୍ୟରେ ସମସ୍ତ ଟିକେଟ ବିକ୍ରି ସରିଛି। ହକିର ନୂତନ ଠିକଣା ବିର୍ସା ମୁଣ୍ଡା ଷ୍ଟାଡିୟମରେ ଚଳିତ ବିଶ୍ୱକପ୍‌ର ୨୦ ମ୍ୟାଚ୍‌ ଖେଳାଯିବାକୁ ଥିବା ବେଳେ ଐତିହାସିକ କଳିଙ୍ଗ ଷ୍ଟାଡିୟମରେ ଖେଳାଯିବ ୨୪ଟି ମ୍ୟାଚ୍‌। ଦେଶର ସର୍ବବୃହତ୍‌ ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମର ଦର୍ଶକ କ୍ଷମତା ୨୦ ହଜାର ଥିବା ବେଳେ କଳିଙ୍ଗ ଷ୍ଟାଡିୟମରେ ବସିପାରିବେ ୧୫,୦୦୦ ଦର୍ଶକ। କ୍ରସ୍‌ ଓଭର ସମେତ ସମସ୍ତ ନକ୍‌ଆଉଟ୍‌ ମ୍ୟାଚ୍‌ ଓ ଫାଇନାଲ ଭୁବନେଶ୍ୱରରେ ଖେଳାଯିବ। ଭାରତ ପୁଲ୍‌ ଡି’ରେ ସ୍ପେନ୍‌, ଇଂଲଣ୍ଡ ଓ ଓ୍ବେଲ୍ସ ସହ ସ୍ଥାନ ପାଇଛି। ୧୩ ତାରିଖରେ ଭାରତ ସ୍ପେନ୍‌ ବିପକ୍ଷରେ ନିଜର ପ୍ରଥମ ଅଭିଯାନ ଆରମ୍ଭ କରିବ। ଏହାର ଦୁଇ ଦିନ ପରେ ଦଳ ଇଂଲଣ୍ଡକୁ ଭେଟିବ।

ପ୍ରଥମ ଦୁଇ ମ୍ୟାଚ୍‌ ରାଉରକେଲାରେ ଖେଳିବା ପରେ ୧୯ ତାରିଖରେ ଅନ୍ତିମ ଗ୍ରୁପ୍‌ ପର୍ଯ୍ୟାୟ ମ୍ୟାଚ୍‌ ଦଳ ଭୁବନେଶ୍ୱରରେ ଖେଳିବ। ଭାରତର ସମସ୍ତ ମ୍ୟାଚ୍‌ ସନ୍ଧ୍ୟା ୭ଟାରେ ଖେଳାଯିବ। ଏଥିରେ ଭାରତ ସମେତ ଅଷ୍ଟ୍ରେଲିଆ, ବେଲ୍‌ଜିୟମ, ନେଦରଲାଣ୍ଡ୍ସ, ଆର୍ଜେଣ୍ଟିନା, ଜର୍ମାନୀ, ନ୍ୟୁଜିଲାଣ୍ଡ, ଇଂଲଣ୍ଡ, ଫ୍ରାନ୍ସ, କୋରିଆ, ମାଲେସିଆ, ସ୍ପେନ୍‌, ଦକ୍ଷିଣ ଆଫ୍ରିକା, ଜାପାନ, ଚିଲି ଓ ଓ୍ବେଲ୍ସ ଦଳ ଏହି ଟୁର୍ନାମେଣ୍ଟରେ ଅଂଶଗ୍ରହଣ କରୁଛନ୍ତି। ଗ୍ରୁପ୍‌ ପର୍ଯ୍ୟାୟରେ ଭାରତ ମ୍ୟାଚ୍‌ଗୁଡିକ ପାଇଁ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦୦ ଟଙ୍କା ରହିଥିବା ବେଳେ ଇଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୪୦୦ ଏବଂ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଟଙ୍କା ରହିଛି। ଭାରତ ଖେଳୁ ନ ଥିବା ମ୍ୟାଚ୍‌ଗୁଡିକ ପାଇଁ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦୦ ଟଙ୍କା ରହିଥିବା ବେଳେ ଇଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଏବଂ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୧୦୦ ଟଙ୍କା ଧାର୍ଯ୍ୟ କରାଯାଇଛି। କ୍ୱାଲିଫାୟରରୁ ଫାଇନାଲ ପର୍ଯ୍ୟନ୍ତ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦୦ ଟଙ୍କା ରହିଥିବା ବେଳେ ଇଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୪୦୦ ଏବଂ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଟଙ୍କା ରହିଛି। ସେହିପରି ରାଉରକେଲାରେ ଅନୁଷ୍ଠିତ ହେବାକୁ ଥିବା ପୋଜିଶନିଂ ମ୍ୟାଚ୍‌(୯-୧୬ ସ୍ଥାନ) ପାଇଁ ଓ୍ବେଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୫୦୦ ଟଙ୍କା ରହିଥିବା ବେଳେ ଇଷ୍ଟ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୨୦୦ ଏବଂ ନର୍ଥ ଓ ସାଉଥ୍‌ ଷ୍ଟାଣ୍ଡ ଟିକେଟ ମୂଲ୍ୟ ୧୦୦ ଟଙ୍କା ରହିଛି। ଗୋଟିଏ ଟିକେଟରେ ସେହି ଦିନର ସମସ୍ତ ମ୍ୟାଚ୍‌ ଦେଖିବାର ସୁଯୋଗ ମିଳିବ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭୋଟ ଦେଲେ କ୍ରିକେଟ୍‌ର ଜେଣ୍ଟଲମ୍ୟାନ୍‌: ମତଦାନ କେନ୍ଦ୍ରରେ ହୃଦୟ ଜିତିଲେ

ବେଙ୍ଗାଲୁରୁ,୨୬।୪: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର କୋଚ ରାହୁଲ ଦ୍ରାବିଡ ଶୁକ୍ରବାର ବେଙ୍ଗାଲୁରୁର ମତଦାନ କେନ୍ଦ୍ରରେ ପହଞ୍ଚି ଭୋଟ ଦେଇଛନ୍ତି। ଭୋଟ...

ମିଚେଲ୍‌ ମାର୍ଶଙ୍କ ରିପ୍ଲେସମେଣ୍ଟ ଘୋଷଣା କଲା ଦିଲ୍ଲୀ କ୍ୟାପିଟାଲ୍ଡ: ଏହି ଖେଳାଳିଙ୍କୁ ଦଳରେ କଲା ସାମିଲ

ନୂଆଦିଲ୍ଲୀ, ୨୬ା୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୪ର ଅବଶିଷ୍ଟାଂଶ ପାଇଁ ଦିଲ୍ଲୀ କ୍ୟାପିଟାଲ୍ସ ମିଚେଲ ମାର୍ଶଙ୍କ ସ୍ଥାନରେ ଆଫଗାନିସ୍ତାନ ଅଲରାଉଣ୍ଡର ଗୁଲ୍‌ବଦିନ ନାଇବଙ୍କୁ ଦଳରେ ସାମିଲ...

ଏହି କାରଣ ପାଇଁ ଦୁବେଙ୍କ ବଦଳରେ ହାର୍ଦ୍ଦିକଙ୍କୁ ଟି-୨୦ ବିଶ୍ୱକପ ଦଳରେ ମିଳିବ ସ୍ଥାନ: ରିପୋର୍ଟ

ନୂଆଦିଲ୍ଲୀ,୨୬।୪: ଭାରତ ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଭଲ ଫର୍ମ ନଥାଇ ପାରନ୍ତି କିନ୍ତୁ ତାଙ୍କର ପୂର୍ବ ପ୍ରଦର୍ଶନ ବଳରେ ବା ତାଙ୍କ ପ୍ରତିବଦଳ ଖେଳାଳି...

ସବୁ ମ୍ୟାଚ୍‌ ଜିତିପାରିବୁ ନାହିଁ…କାହିଁକି ଏମିତି କହିଲେ ୨୦.୫ କୋଟି ଟଙ୍କାର ଖେଳାଳି

ହାଇଦ୍ରାବାଦ୍‌,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡଛି। ବେଙ୍ଗାଲୁରୁ ନିଜ ଘରେ ହାଇଦ୍ରାବାଦକୁ...

୩.୨ ଓଭର-୦ ରନ୍‌-୭ ଉଇକେଟ୍‌: ଡେବ୍ୟୁ ମ୍ୟାଚ୍‌ରେ ଇତିହାସ ରଚିଲେ ଏହି କ୍ରିକେଟର୍‌

ବାଲି,୨୬।୪: ଇଣ୍ଡୋନେସିଆର ବାଲିରେ ଖେଳାଯାଇଥିବା ଅନ୍ତର୍ଜାତୀୟ ମହିଳା ଟି-୨୦ ମ୍ୟାଚରେ ବିଶ୍ୱ ରେକର୍ଡ ହାସଲ କରିଛନ୍ତି ଇଣ୍ଡୋନେସିଆର ବୋଲର ରୋହମାଲିଆ। ଏହି ୧୭ ବର୍ଷୀୟା ଅଫ...

ଆରସିବିର ବିଜୟ ପରେ ବଦଳିଗଲା ପଏଣ୍ଟ୍‌ ଟେବୁଲ୍‌: ଅରେଞ୍ଜ୍‌-ପର୍ପଲ କ୍ୟାପ୍‌ ରେସ୍‌ ବି ହେଲା ରୋଚକ

ହାଇଦ୍ରାବାଦ,୨୬।୪: ଆଇପିଏଲ ୨୦୨୪ର ୪୧ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୩୫ ରନରେ ପରାସ୍ତ କରିଛି। ଏହି ସିଜିନ୍‌ରେ ଏହା ଆରସିବିର ଦ୍ୱିତୀୟ...

ଶେଷରେ ରିଙ୍କୁ ସିଂଙ୍କ ମନବାଞ୍ଛା ପୂରଣ କଲେ କୋହଲି

ନୂଆଦିଲ୍ଲୀ,୨୬।୪: ଆଇପିଏଲରେ ଅନେକ ରୋଚକ ଘଟଣା ଦେଖିବାକୁ ମିଳେ। ସେହିଭଳି ବର୍ତ୍ତମାନ କିଛି ଦିନ ଧରି କୋଲକାତା ନାଇଟ ରାଇଡର୍ସର ରିଙ୍କୁ ସିଂ ଏବଂ ବିରାଟ...

ଏବେ ବି ଆରସିବିର ପ୍ଲେ ଅଫ୍‌ ଆଶା ଜୀବନ୍ତ: ଜାଣନ୍ତୁ କ’ଣ ରହିଛି ସମୀକରଣ

ହାଇଦ୍ରାବାଦ,୨୬।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫ ରନ୍‌ରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି । ଫାଫ ଡୁ ପ୍ଲେସିସ୍ଙ୍କ ନେତୃତ୍ୱରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ୩୫...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri