Posted inଖେଳ

ଆଜିଠାରୁ କାଉଣ୍ଟରରେ ଟିକେଟ ବିକ୍ରି: ରାତିରୁ ଲମ୍ବା ଲାଇନ୍‌

କଟକ,୫ା୨(କାର୍ତ୍ତିକ ସାହୁ): ଭାରତ ଓ ଇଂଲଣ୍ଡ ମଧ୍ୟରେ ହେବାକୁ ଥିବା ବାରବାଟୀ ଦିନିକିଆ କ୍ରିକେଟ ମ୍ୟାଚ ଆଉ ମାତ୍ର ୪ଦିନ ପରେ। ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି ପହଞ୍ଚତ୍ଲାଣି। ଅନଲାଇନ୍‌ରେ ଟିକଟ ବୁକିଂରୁ ନିରାଶ କ୍ରିକେଟପ୍ରେମୀ କାଉଣ୍ଟରରେ ଟିକେଟ କରିବାକୁ ଷ୍ଟାଡିୟମ ପାଖରେ ଏବେଠୁ ଭିଡ଼ ଜମାଇଲେଣି। ବୁଧବାର ଅଫ୍‌ଲାଇନ ଟିକଟ ବିକ୍ରି ଆରମ୍ଭ ହେବ। ଆଗ ଟିକେଟ କିଣିବା ପାଇଁ ନାହିଁ ନ ଥିବା ଉତ୍ସାହ। ଷ୍ଟାଡିୟମ ନିକଟ ରାସ୍ତାକୁ ଲାଗି ୪ଟି କାଉଣ୍ଟରରେ ଟିକେଟ ବିକ୍ରି ବ୍ୟବସ୍ଥା ହୋଇଛି। ଯେପରି କୌଣସି ପ୍ରକାର ବିଶୃଙ୍ଖଳା ନ ଉପୁଜେ ସେଥିପାଇଁ ବ୍ୟାରିକେଡ୍‌ ବନ୍ଧା ଯାଇଛି। ସକାଳ ୯ଟାରେ କାଉଣ୍ଟର ଖୋଲିବ। ଷ୍ଟାଡିୟମର ସମସ୍ତ ଗ୍ୟାଲେରୀ ସମେତ ଅନ୍ୟାନ୍ୟ ପ୍ରାୟ ୧୨,୦୦୦ ଟିକେଟ କାଉଣ୍ଟରରେ ବିକ୍ରି ହେବ ବୋଲି ଜଣାଯାଇଛି।
ସୂଚନା ଅନୁଯାୟୀ, ଷ୍ଟାଡିୟମର ହର୍ସଗେଟ୍‌ ନିକଟ କାଉଣ୍ଟରରେ ସ୍ପେଶାଲ ଏନକ୍ଲୋଜର, ଏସି ବକ୍ସ, କର୍ପୋରେଟ ବକ୍ସ, ନ୍ୟୁ ପାଭିଲିୟନ ଆଦି ଟିକଟ ବିକ୍ରି କରାଯିବ। ଉଭୟ ପୁରୁଷ ଏବଂ ମହିଳା ଗୋଟିଏ ଧାଡ଼ିରେ ଏହି କାଉଣ୍ଟରରୁ ଟିକେଟ କିଣିବେ। ବାସ୍କେଟବଲ ଗ୍ରାଉଣ୍ଡ ନିକଟ ୧୩ ନମ୍ବର ଫାଟକ ନିକଟରେ ୩ଟି କାଉଣ୍ଟର ଖୋଲିବ। ଏହି କାଉଣ୍ଟରଗୁଡ଼ିକରେ କେବଳ ଗ୍ୟାଲେରୀ ଟିକେଟ ବିକ୍ରି ହେବ। ଏଠାରେ ଗୋଟିଏ କାଉଣ୍ଟର ସ୍ବତନ୍ତ୍ର ଭାବେ ମହିଳା ଏବଂ ଅନ୍ୟ ଦୁଇଟି ପୁରୁଷଙ୍କ ପାଇଁ କରାଯାଇଛି। ଜଣେ ବ୍ୟକ୍ତି ସର୍ବାଧିକ ଦୁଇଟି ଟିକେଟ କିଣି ପାରିବ। ଟିକେଟ କିଣିବା ନିମନ୍ତେ ପରିଚୟପତ୍ର ବାଧ୍ୟତାମୂଳକ କରାଯାଇଛି। ଓସିଏ ଏକାଡେମୀ ନିକଟରେ ଏବଂ ଉପର ବାଲିଯାତ୍ରା ପଡ଼ିଆରେ ପାର୍କିଂ ବ୍ୟବସ୍ଥା ହୋଇଛି। ଟିକେଟକ୍ରେତାଙ୍କ ନିମନ୍ତେ ଓସିଏ ପକ୍ଷରୁ ସ୍ବତନ୍ତ୍ର ବନ୍ଦୋବସ୍ତ କରାଯାଇଛ, ଯଥା ଏକାଡେମୀ ନିକଟରେ ବିଶ୍ରାମଗୃହ ଏବଂ ପାନୀୟଜଳ ଆଦିର ବ୍ୟବସ୍ଥା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବୁଧଙ୍କ ସିଂହ ରାଶିର ପ୍ରବେଶରେ ଘଟିବ ବୁଦ୍ଧାଦିତ୍ୟ ରାଜଯୋଗ! ଏହି ରାଶିଙ୍କୁ ଧନଲାଭରୁ କ୍ୟାରିୟର ଯାଏ ଫିଟିଯିବ ଭାଗ୍ୟ…

ଗ୍ରହମାନଙ୍କର ରାଜକୁମାର ବୁଧ ରାଶି ପରିବର୍ତ୍ତନ କରିବାକୁ ଯାଉଛନ୍ତି| ୨୨ ଅଗଷ୍ଟ ୨୦୨୬ ସନ୍ଧ୍ୟା ୭ଟା ୨୪ ମିନିଟ୍‌ରେ ବୁଧ କର୍କଟ ରାଶିରୁ ବାହାରି ସିଂହ ରାଶିରେ…

ଦେବୀ ମିଶ୍ରଙ୍କ ଗାଡ଼ିକୁ ପିଟିଲା ଟ୍ରକ, ତା’ପରେ..

ଭୁବନେଶ୍ୱର,୨୦।୮: କଟକ ଜିଲା ନରସିଂହପୁର ମୁଖ୍ୟ ରାସ୍ତା କମଳାଦେଇପୁର ଛକ ନିକଟରେ ଗୁରୁବାର ପୂର୍ବତନ ମନ୍ତ୍ରୀ ତଥା ବିଜୁ ଜନତା ଦଳର ଉପସଭାପତି ଦେବୀ ପ୍ରସାଦ ମିଶ୍ରଙ୍କ…

ବନ୍ଧ୍ୟାକରଣ ସତ୍ତ୍ୱେ କେମିତି ହେଲି ୬ଟି ଛୁଆର ବାପା? କୁକୁର ବେଶରେ ଆସି ଜନଶୁଣାଣିରେ ଏମିତି ପଚାରିଲେ…

ଭୋପାଳ,୨୦।୮: ମଧ୍ୟପ୍ରଦେଶର ଖଣ୍ଡୱାରେ ଜନଶୁଣାଣି ସମୟରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଜଣେ ବ୍ୟକ୍ତି କୁକୁରର ମୁଖା ଓ ପୋଷାକ ପିନ୍ଧି ‘କୁକୁର’ ହୋଇ କଲେକ୍ଟର…

କାର୍ଯ୍ୟକାରୀ ହେଲା ନିର୍ଦ୍ଦେଶ: ଆର୍ଯ୍ୟପଲ୍ଲୀ ତଟବର୍ତ୍ତୀ ଅଞ୍ଚଳରେ ଚାଲିଛି ପଥର ପ୍ୟାକିଂ କାର୍ଯ୍ୟ

ଛତ୍ରପୁର,୨୦ା୮(ଦିଲ୍ଲୀପ ସାମଲ): ଦିନକୁ ଦିନ ବଙ୍ଗୋପସାଗର ଛତ୍ରପୁର ପୌରପରିଷଦ ଉପକଣ୍ଠ ଆର୍ଯ୍ୟପଲ୍ଲୀ କୂଳ ଲଙ୍ଘି ଚାଲିଛି। ଏନେଇ ଆର୍ଯ୍ୟପଲ୍ଲୀ ପଞ୍ଚାୟତର ସମସ୍ତ ଗାଁ ବିପଦରେ ଥିବାବେଳେ ଲୋକେ…

ପୂର୍ବତନ ବିଧାୟକଙ୍କୁ କାମୁଡ଼ିଲା ସାପ, ବନ୍ୟା ସ୍ଥିତି ସମୀକ୍ଷା ପାଇଁ ଯାଇ…

ରାଜନଗର,୨୦।୮: ରାଜନଗରର ପୂର୍ବତନ ବିଧାୟକଙ୍କୁ କାମୁଡ଼ିଦେଲା ସାପ । ବନ୍ୟାଞ୍ଚଳ ସ୍ଥିତି ସମୀକ୍ଷା ପାଇଁ ଯାଇଥିବା ବେଳେ ଅଂଶୁମାନ ମହାନ୍ତିଙ୍କୁ ସାପ କାମୁଡ଼ି ଦେଇଥିବା ଜଣାପଡିଛି ।…

ସୁପ୍ରିମକୋର୍ଟରୁ ଆସିଲା ସାଂଘାତିକ ତଥ୍ୟ: ମୁଖ୍ୟମନ୍ତ୍ରୀ ବିଜୟ ଥଲାପତିଙ୍କ ନାଁରେ ଏତେ ଆପରାଧିକ ମାମଲା, ଶୀର୍ଷରେ…

ନୂଆଦିଲ୍ଲୀ, ୨୦।୮: ନେତାମାନଙ୍କ ବିରୋଧରେ ରହିଥିବା ଆପରାଧିକ ମାମଲାର ଶୀଘ୍ର ଶୁଣାଣି ଦାବିକୁ ନେଇ ସୁପ୍ରିମକୋର୍ଟରେ ଚାଲିଥିବା ଶୁଣାଣି ସମୟରେ ଚକିତ କରିଦେବା ଭଳି ତଥ୍ୟ ସାମ୍ନାକୁ…

ବନ୍ୟାସ୍ରୋତରେ ଭାସିଗଲେ ଯୁବକ, ବହୁ ସମୟ ଧରି ଖୋଜାଖୋଜି ପରେ ବି…

ପଟ୍ଟାମୁଣ୍ଡାଇ,୨୦ା୮(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଆଦର୍ଶ ଥାନା ଅନ୍ତର୍ଗତ ପେଣ୍ଠପାଳ ପଞ୍ଚାୟତ ନାହିଆ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଯାଇଛି। ବନ୍ୟାପାଣିର ପ୍ରବଳ ସ୍ରୋତରେ ଭାସିଯାଇ…

୨୦ରୁ ୨୨ଅଗଷ୍ଟ ଯାଏ ସବୁ ସ୍କୁଲ-କଲେଜ ବନ୍ଦ; ରାଜ୍ୟପାଳ ଜାରି କଲେ ନିର୍ଦ୍ଦେଶ, ଜାଣନ୍ତୁ କାହିଁକି…

୨୦ ରୁ ୨୨ ଅଗଷ୍ଟ ପର୍ଯ୍ୟନ୍ତ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବ, ଯାହାକୁ ନେଇ ଶିକ୍ଷା ବିଭାଗ ପକ୍ଷରୁ ଆନୁଷ୍ଠାନିକ ନିର୍ଦ୍ଦେଶ ଜାରି କରାଯାଇଛି। ଶିକ୍ଷା ବିଭାଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri