ଅରଖକୁଦାରେ ପଶିଲା ଜୁଆରପାଣି

ବ୍ରହ୍ମଗିରି,୨୭।୫(ଡି.ଏନ୍‌.ଏ.): ସାମୁଦ୍ରିକ ବାତ୍ୟା ୟାସ୍‌ ପୁରୀ ଜିଲାରେ ବିଶେଷ କ୍ଷୟକ୍ଷତି କରିନାହିଁ। ତଥାପି ବ୍ରହ୍ମଗିରି ଅଞ୍ଚଳରେ ବାତ୍ୟା ପ୍ରଭାବରେ ବୁଧବାର କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ଅରଖକୁଦା ଗାଁରେ ସମୁଦ୍ରର ଜୁଆର ପାଣି ପଶିଯାଇଛି। ଫଳରେ ଲୋକମାନେ ଭୟଭୀତ ହୋଇପଡିଛନ୍ତି। ‘ୟାସ’ ମୁକାବିଲା ପାଇଁ ଜିଲା ପ୍ରଶାସନ ସଜାଗ ରହି ଅନେକ ମତ୍ସ୍ୟଜୀବୀଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ସ୍ଥାନାନ୍ତରିତ କରିଥିଲା। ବାତ୍ୟା ପ୍ରଭାବରୁ ବ୍ରହ୍ମଗିରି ଅଞ୍ଚଳ ବର୍ତ୍ତିଯାଇଥିବା ସମୟରେ ପୂର୍ଣ୍ଣମୀ ତିଥିରେ ସମୁଦ୍ର ଅଶାନ୍ତ ହୋଇଥିଲା। ଏହି ଗ୍ରାମକୁ ସାମୁଦ୍ରିକ ଜୁଆରରୁ ସୁରକ୍ଷା ପାଇଁ ଗ୍ରାମ ଚାରିପଟେ ରିଙ୍ଗ ବନ୍ଧ ହୋଇଛି। କିନ୍ତୁ ଦୁର୍ବଳ ରିଙ୍ଗବନ୍ଧ ଯୋଗୁ ଅରଖକୁଦା ଗାଁର ମେରାଇନ୍‌ ଥାନା ନିକଟ, ଭାଗବତ ସାହି, ଲକ୍ଷ୍ମୀନାରାୟଣ ସାହି ଓ ହରଚଣ୍ଡୀ ସାହି ଇତ୍ୟାଦିରେ ଜୁଆର ପାଣି ପଶିଛି। ଫଳରେ ସ୍ଥାନୀୟ ମତ୍ସ୍ୟଜୀବୀ ଆତଙ୍କିତ ହୋଇପଡ଼ିଛନ୍ତି। ସୂଚନା ଥାଉକି, କୋଟି କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେଉଥିବା ରିଙ୍ଗ୍‌ ବନ୍ଧ ବର୍ତ୍ତମାନ ସୁଦ୍ଧା ଶେଷ ହୋଇ ନ ଥିବାବେଳେ ଏବଂ ରିଙ୍ଗବନ୍ଧରେ ଥିବା କଲଭର୍ଟରେ ଗେଟ୍‌ ବ୍ୟବସ୍ଥା ନ ଥିବାରୁ ସମୁଦ୍ର ଜୁଆର ପାଣି ଗାଁରେ ପଶୁଥିବା ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ତେଣୁ ଯଥାଶୀଘ୍ର ପ୍ରଶାସନ ପକ୍ଷରୁ ଏହି ଅଞ୍ଚଳକୁ ଗୁରୁତ୍ୱ ଦେଇ ଠିକ୍‌ ଭାବେ ରିଙ୍ଗ ବନ୍ଧ ନିର୍ମାଣ କରିବାକୁ ଅଞ୍ଚଳବାସୀ ଦାବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ରମଣ ମାମଲା: ବାପ-ପୁଅଙ୍କୁ ବାନ୍ଧିଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ଖଜୁରୀପଦା ଗ୍ରାମର ରବୀନ୍ଦ୍ର ସାହୁଙ୍କୁ ଆକ୍ରମଣ ଘଟଣାରେ ପାଟପୁର ପୋଲିସ ସୋମବାର ଅଭିଯୁକ୍ତ ବାବୁ ସାହୁ…

ଗୁଡାରି ଏନଏସିକୁ ମିଳିବ ୨ କୋଟି ଟଙ୍କାର ପୁରସ୍କାର

ଗୁଡାରି,୨୪/୮(ପ୍ରମୋଦ କୁମାର ପତି): ଆସନ୍ତା ଅଗଷ୍ଟ ୩୧ ତାରିଖରେ ସ୍ବାୟତ୍ତ ଶାସନ ଦିବସ ପାଳନ ସମାରୋହରେ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(OUAT), ଭୁବନେଶ୍ୱରର ‘କୃଷି ଶିକ୍ଷା…

ନିଖୋଜ ନାବାଳିକା ଉଦ୍ଧାର: ସିଡ଼ବ୍ଲ୍ୟୁସିରେ ହାଜର କଲା ପୋଲିସ

ଦିଗପହଣ୍ଡି,୨୪।୮(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଜଣେ ୧୫ ବର୍ଷୀୟା ନାବାଳିକା ଗତ ଜୁଲାଇ ୪ ତାରିଖରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିଲେ।…

ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ ମଙ୍ଗଳ: ୪ ରାଶିର କ୍ୟାରିୟରରେ ହେବ ବଡ଼ ଉନ୍ନତି, ବ୍ୟବସାୟରେ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨୪ ସେପ୍ଟେମ୍ବର ୨୦୨୬, ଗୁରୁବାର ସକାଳ ୫ଟା ୫୦ ମିନିଟରେ ମଙ୍ଗଳ ଗ୍ରହ ପୁଷ୍ୟ ନକ୍ଷତ୍ରରେ ପ୍ରବେଶ କରିବେ। ଶନିଙ୍କ ନକ୍ଷତ୍ର…

ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଲେ ସଇତାନ ପୁଅ! କୁମ୍ଭାରପଡ଼ାରେ ହଇଚଇ

ପୁରୀ,୨୪।୮(ଅଜିତ କୁମାର ମହାନ୍ତି): ପୁରୀ ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ନିଜ ମା’ଙ୍କୁ ମାରି ଘରେ ପ୍ଲାଷ୍ଟର କରିଦେଇଛନ୍ତି ଜଣେ ସଇତାନ ପୁଅ! ପୁରୀ କୁମ୍ଭାରପଡ଼ାରେ…

ଆରକ୍ଷଣକୁ ନେଇ ଅଭିଜିତ ଦୀପକେଙ୍କ ବଡ଼ ବୟାନ, କହିଲେ- ‘ମୁଁ ଦଳିତ ପରିବାରରୁ ଆସିଛି, ମୋ ବାପା …’

ନୂଆଦିଲ୍ଲୀ,୨୪।୮: ଦେଶର ବିଭିନ୍ନ ସ୍ଥାନରେ ଏବେ ଆରକ୍ଷଣ ବ୍ୟବସ୍ଥା ଏବଂ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (UGC)ର ଇକ୍ୱିଟି ନିୟମକୁ ନେଇ ପ୍ରଦର୍ଶନ ଚାଲିଛି। ପ୍ରଦର୍ଶନକାରୀମାନେ ଜାତିଭିତ୍ତିକ ଆରକ୍ଷଣ…

ଛାତ୍ରୀ ନିବାସକୁ ନାହିଁ ରାସ୍ତା: ସମସ୍ୟା ଭୋଗୁଛନ୍ତି ୨୩୦ ଆଦିବାସୀ ଛାତ୍ରୀ

ମୋହନା,୨୪।୮(ମନ୍ମଥ ମିଶ୍ର): ଛାତ୍ରୀ ନିବାସ ଅଛି। ଛାତ୍ରୀ ଅଛନ୍ତି। ପାଠପଢ଼ା ପାଇଁ ସବୁ ବ୍ୟବସ୍ଥା ଅଛି। ହେଲେ ବିଦ୍ୟାଳୟରେ ପହଞ୍ଚିବା ପାଇଁ ନାହିଁ ଭଲ ରାସ୍ତା। ଫଳରେ…

ବିବାଦରେ ଫସିଲେ କ୍ରିତି ସାନନ, ସୋସିଆଲ ମିଡିଆରେ ଉଠିଲା ଝଡ଼

ମୁମ୍ବାଇ: ଗୋଟିଏ ପର୍ବ, ଦାମୀ ବିଜ୍ଞାପନ, ବଲିଉଟର ଜଣେ ବଡ଼ ଚେହେରା ଏବଂ ସୋସିଆଲ ମିଡିଆରେ ବିବାଦ। ରକ୍ଷାବନ୍ଧନ ପାଇଁ ତିଆରି ହୋଇଥିବା ଏକ ଜୁଏଲାରୀ ବିଜ୍ଞାପନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri