ରାସ୍ତାରୁ ହାତଗୋଡ଼ ବନ୍ଧା ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କଲା ପୋଲିସ

ଲଖନପୁର,୧୭ା୧୨(ଡି.ଏନ୍‌.ଏ.): ଝାରସୁଗୁଡ଼ା ଜିଲା ଲଖନପୁର ଥାନା ଅନ୍ତର୍ଗତ ବେଲପାହାଡ଼ରୁ ସୁନ୍ଦରଗଡ଼ ଯାଇଥିବା ଗ୍ରୀଣ୍ଡୋଲା-କାଉଧର ରାସ୍ତାରୁ ପୋଲିସ ଏକ ଅଚିହ୍ନା ଯୁବକଙ୍କ ମୃତଦେହ ଜବତ କରିଛି। ମୃତ ଯୁବକଙ୍କ ହାତ, ଗୋଡ଼ ଏବଂ ମୁହଁ ବନ୍ଧା ହୋଇଛି । ପ୍ରମାଣ ନଷ୍ଟ କରିବା ପାଇଁ ଯୁବକଙ୍କ ମୁଣ୍ଡରେ ଗାଡ଼ି ଚଢ଼ାଇ ଦିଆଯାଇଛି । ଯୁବକଙ୍କ ଶରୀରରେ ଏକ ହଳଦିଆ ରଙ୍ଗର ଶାର୍ଟ ଓ ହାପ୍‌ ପ୍ୟାଣ୍ଟ ରହିଛି। ମୁହଁରେ ଗାଡ଼ି ଚଢ଼ାଇ ଦିଆଯାଇଥିବାରୁ ମୃତଦେହ ଚିହ୍ନଟ କରିବା କଷ୍ଟକର ହୋଇପଡ଼ିଛି। ଯୁବକଙ୍କ ବୟସ ୩୦ରୁ ୩୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। ଏସବୁ ପାରିପାଶର୍‌ବିକ ସ୍ଥିତିକୁ ଦେଖିଲେ ଏହା ଏକ ଯୋଜନାବଦ୍ଧ ସୁପରକଳ୍ପିତ ହତ୍ୟାକାଣ୍ଡ ବୋଲି ପୋଲିସ ସନ୍ଦେହ କରୁଛି। ଖବରପାଇ ବ୍ରଜରାଜନଗର ଏସ୍‌ଡିପିଓ ଦିଲୀପ ଦାସ, ଲଖନପୁର ଥାନା ଆଇଆଇସି ପବିତ୍ର କିଷାନ, ବେଲପାହାଡ଼ ଥାନା ଆଇଆଇସି ରଶ୍ମିତା ବେହେରା ପ୍ରମୁଖ ପୋଲିସ ଅଧିକାରୀମାନେ ପହଞ୍ଚି ତଦନ୍ତ ଚଳାଇଛନ୍ତି । ଏହି ହତ୍ୟାକାଣ୍ଡର ଅନୁସନ୍ଧାନ ପାଇଁ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛନ୍ତି। ପୋଲିସ ମୃତଦେହ ଜବତ କରି ଝାରସୁଗୁଡ଼ା ବ୍ୟବଚ୍ଛେଦ ପାଇଁ ପଠାଇଛି।
ଅନ୍ୟପକ୍ଷରେ ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲାର ଏହା ସୀମା ହୋଇଥିବାରୁ ଏହି ଜଙ୍ଗଲିଆ ନିଛାଟିଆ ରାସ୍ତାରେ ଦୁର୍ବୃତ୍ତମାନେ ରାତିରେ ମୃତଦେହ ପକାଇ ଚାଲି ଯାଇଥିବା ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ଗିଲ୍‌ଙ୍କ ଦ୍ୱିଶତକ, ରୋହିତଙ୍କ ଶତକ: ୱେଷ୍ଟଇଣ୍ଡିଜକୁ ଧୂଳି ଚଟାଇଲା ଭାରତ

ଗୁଆହାଟୀ,୩୦ା୯: ଶୁବମନ ଗିଲଙ୍କ ଦ୍ୱିଶତକ ଏବଂ ରୋହିତ ଶର୍ମାଙ୍କ ଧମାକାଦାର ଶତକ ବଳରେ ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ଭାରତ ୮ ୱିକେଟ୍‌ରେ ବଡ଼ ବିଜୟ ହାସଲ…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

ବିମାନକୁ କ୍ରାଶ କରିବାକୁ….ବଡ଼ ବୟାନ ଦେଲେ ପ୍ରଧାନମନ୍ତ୍ରୀ, ବିଶ୍ବରେ ହଇଚଇ!

ଦୁବାଇରୁ ଇସ୍ରାଏଲ ଯାଉଥିବା ଏକ ଫ୍ଲାଇଦୁବାଇ ବିମାନରେ ହୋଇଥିବା ଅଘଟଣକୁ ନେଇ ପ୍ରତିକ୍ରିୟା ଦେଇଛନ୍ତି ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତନ୍ୟାହୁ । ବିମାନ ଇସ୍ରାଏଲ ନିକଟରେ ପହଞ୍ଚିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?