ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ

ପରଜଙ୍ଗ,୧୧ା୯(ଡି.ଏନ୍‌.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି।

ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ହାତ, ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ କେହି ମାଡ଼ ମାରି ଫିଙ୍ଗିଦେଇଛି। ଯେଉଁଥିପାଇଁ ମହିଳାଙ୍କ ଗର୍ଭରେ ଥିବା ସନ୍ତାନଟି ଅଧା ପ୍ରସବ ଅବସ୍ଥାରେ ରହିଛି ଏବଂ ମହିଳାଙ୍କ ଜୀବନ ମଧ୍ୟ ଚାଲିଯାଇଛି।

ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଥିବା ଏକ ବ୍ରିଜ ତଳୁ ମୃତଦେହ ଜବତ ହୋଇଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ପରିଚୟ ମିଳିପାରିନାହିଁ।

ସୂଚନାଯୋଗ୍ୟ, ପରଜଙ୍ଗ ଥାନା ଅଞ୍ଚଳ ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥର ଭେଜିଆ ନିଟରେ ରଗରାଗିଆ ପୋଲ ତଳେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ଏହି ସମୟରେ ଛତୁ ତୋଳିବାକୁ ଯାଇଥିବା କିଛି ଲୋକ ଦେଖି ପୋଲିସକୁ ସୂଚନା ଦେଇଥିଲେ।

ଘଟଣାସ୍ଥଳରେ କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ କୁମାର ଦେ, ପରଜଙ୍ଗ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ଓ ପୋଲିସ ଟିମ୍‌ ସହ ସାଇଣ୍ଟିଫିକ୍‌ ଟିମ୍‌ଙ୍କ ସହାୟତାରେ ଅଧିକ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଭାଜପା ସରକାର ଅଢ଼େଇ ବର୍ଷରେ ଓଡ଼ିଶା ଛବିକୁ ମଳିନ କରିସାରିଲେଣି’

ଭୁବନେଶ୍ୱର, ୯।୧୦(ସୁନିତ୍‌ ମିଶ୍ର): ବିଜେଡି ସବୁବେଳେ ସେବା ଓ ବିକାଶରେ ବିଶ୍ୱାସ କରେ। ବିଜେଡି ସରକାର ସମୟରେ ଦ୍ରୁତ ବିକାଶ ପାଇଁ ଓଡ଼ିଶା ସାରା ଦେଶରେ ଏକ…

ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ

ଗୁଡ଼ାରୀ, ୯/୧୦ (ପ୍ରମୋଦ କୁମାର ପତି): ଆସନ୍ତା ୧୨ ତାରିଖରେ ଗୁଡ଼ାରୀ ବ୍ଲକର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରହିବ। ଏହି ଦିନ ସମସ୍ତ ଅଙ୍ଗନବାଡ଼ି କର୍ମୀ…

ଜୁଆଆଡ୍ଡା ପରିଚାଳନାକୁ ନେଇ ଉତ୍ତେଜନା: ହତ୍ୟା ଉଦ୍ୟମ ଘଟଣାରେ …

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶୁକ୍ରବାର ବ୍ରହ୍ମପୁର ସଦର ଥାନା ବାଲିପଡ଼ା ଗ୍ରାମର ନିଲୁ ଗୌଡ଼(୨୧) ଙ୍କୁ ଗିରଫ କରି ସନ୍ଧ୍ୟାରେ କୋର୍ଟ…

ଘୂର୍ଣ୍ଣିବଳୟ ସକ୍ରିୟ, ୧୩ ବେଳକୁ ଲଘୁଚାପ: ଫେରନ୍ତା ମୌସୁମୀ ପ୍ରଭାବରେ ବର୍ଷା ଆରମ୍ଭ; ୟେଲୋ ଓ୍ବାର୍ନିଂ ଜାରି…

ଭୁବନେଶ୍ୱର, ୯ା୧୦(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଇତିମଧ୍ୟରେ ଥାଇଲାଣ୍ଡ ଉପସାଗର ଓ ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ…

ସରପଞ୍ଚଙ୍କ ସ୍ବାମୀଙ୍କୁ ହତ୍ୟା ଉଦ୍ୟମ : ମାମଲା ରୁଜୁ କଲା ପୋଲିସ                     

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ପଞ୍ଚାୟତ ସରପଞ୍ଚ ଚାନ୍ଦିନୀ ନାୟକ ଙ୍କ ସ୍ବାମୀ ଟୁନା ନାୟକ ଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା…

ଦିଗପହଣ୍ଡିରେ ପ୍ରକଳ୍ପ ସ୍ତରୀୟ ପୋଷଣ ମାସ: ଶ୍ରେଷ୍ଠ ଅଙ୍ଗନୱାଡ଼ି କର୍ମୀ ମାନଙ୍କୁ କରାଗଲା ସମ୍ମାନିତ

ଦିଗପହଣ୍ଡି,୯|୧୦(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ମିଶନ ଶକ୍ତି ଭବନ ପରିସରରେ ଶୁକ୍ରବାର ମହିଳା ଓ ଶିଶୁ ବିକାଶ ସମନ୍ୱିତ ପ୍ରକଳ୍ପ ସ୍ତରୀୟ ପୋଷଣ…

କେସିଙ୍ଗା ମହାବିଦ୍ୟାଳୟରେ ସଭାପତି ପଦ ପାଇଁ ୩ ପ୍ରାର୍ଥୀଙ୍କ ନାମାଙ୍କନ ଦାଖଲ

କେସିଙ୍ଗା, ୯/୧୦ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ମହାବିଦ୍ୟାଳୟରେ ଦୀର୍ଘ ୮ ବର୍ଷ ପରେ ଛାତ୍ର ସଂସଦ ନିର୍ବାଚନ ହେବାକୁ ଯାଉଛି। ନିର୍ବାଚନ ନେଇ ବିଜ୍ଞପ୍ତି…

ପ୍ରଥମ ଥର ପାଇଁ ଋଷିମାଳ ସ୍ନାତକ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ

ବ୍ରାହ୍ମଣୀଗାଁ, ୯।୧୦(ମନୋରଞ୍ଜନ ରଣା): ଦୀର୍ଘ ୮ ବର୍ଷର ବ୍ୟବଧାନ ପରେ ଓଡ଼ିଶାର କଲେଜ ଓ ବିଶ୍ୱବିଦ୍ୟାଳୟଗୁଡ଼ିକରେ ପୁଣିଥରେ ଛାତ୍ର ସଂସଦ ନିର୍ବାଚନ ଅନୁଷ୍ଠିତ ହେଉଛି। ଏହି କ୍ରମରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?