ହାତଗୋଡ଼ ବାନ୍ଧି ଗର୍ଭବତୀଙ୍କୁ ମାରି ପୋଲ ତଳେ ଫିଙ୍ଗିଦେଲେ, ଅଧା ସନ୍ତାନ ପ୍ରସବ ଅବସ୍ଥାରେ ମିଳିଲା ମୃତଦେହ

ପରଜଙ୍ଗ,୧୧ା୯(ଡି.ଏନ୍‌.ଏ.): ଭଗବାନ ମଣିଷକୁ ବୁଦ୍ଧି, ବିବେକ, ଜ୍ଞାନ ସବୁକିଛି ଦେଇଛନ୍ତି। ମାତ୍ର ସଭ୍ୟ ମଣିଷ ଯେ ଏତେ ଅମଣିଷ ପାଲଟିଯାଏ ତାହା ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଘଟିଥିବା ଏକ ଘଟଣାରୁ ସ୍ପଷ୍ଟ ହୋଇଛି।

ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ହାତ, ଗୋଡ଼ ବାନ୍ଧି ଅତି ନିର୍ଦ୍ଦୟ ଭାବେ କେହି ମାଡ଼ ମାରି ଫିଙ୍ଗିଦେଇଛି। ଯେଉଁଥିପାଇଁ ମହିଳାଙ୍କ ଗର୍ଭରେ ଥିବା ସନ୍ତାନଟି ଅଧା ପ୍ରସବ ଅବସ୍ଥାରେ ରହିଛି ଏବଂ ମହିଳାଙ୍କ ଜୀବନ ମଧ୍ୟ ଚାଲିଯାଇଛି।

ଢେଙ୍କାନାଳ ଜିଲା ପରଜଙ୍ଗ ଅଞ୍ଚଳରେ ଥିବା ଏକ ବ୍ରିଜ ତଳୁ ମୃତଦେହ ଜବତ ହୋଇଛି। ପୋଲିସ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛନ୍ତି। ବର୍ତ୍ତମାନ ସୁଦ୍ଧା ମହିଳାଙ୍କ ପରିଚୟ ମିଳିପାରିନାହିଁ।

ସୂଚନାଯୋଗ୍ୟ, ପରଜଙ୍ଗ ଥାନା ଅଞ୍ଚଳ ଦେଇ ଯାଇଥିବା ୧୪୯ ନମ୍ବର ଜାତୀୟ ରାଜପଥର ଭେଜିଆ ନିଟରେ ରଗରାଗିଆ ପୋଲ ତଳେ ଜଣେ ମହିଳାଙ୍କ ମୃତଦେହ ପଡ଼ିଥିଲା। ଏହି ସମୟରେ ଛତୁ ତୋଳିବାକୁ ଯାଇଥିବା କିଛି ଲୋକ ଦେଖି ପୋଲିସକୁ ସୂଚନା ଦେଇଥିଲେ।

ଘଟଣାସ୍ଥଳରେ କାମାକ୍ଷାନଗର ଏସ୍‌ଡିପିଓ ରଞ୍ଜନ କୁମାର ଦେ, ପରଜଙ୍ଗ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ ଓ ପୋଲିସ ଟିମ୍‌ ସହ ସାଇଣ୍ଟିଫିକ୍‌ ଟିମ୍‌ଙ୍କ ସହାୟତାରେ ଅଧିକ ତଦନ୍ତ ଜାରି ରଖିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏଥର ଧାମନଗରରେ ବିଗ୍‌ ଫାଇଟ୍‌, ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର

ଭଦ୍ରକ,୨୬।୪: ଏଥର ଧାମନଗର ଦେଖିବ ବଡ଼ ଫାଇଟ୍‌। ମୁହାଁମୁହିଁ ହେବେ ଡାକ୍ତର-ଇଞ୍ଜିନିୟର। ଭଦ୍ରକ ଲୋକ ସଭାର ଧାମନଗର ବିଧାନସଭା ଆସନରେ ହେବ କାଣ୍ଟେ କା ଟକ୍କର।...

ଏଲପିଜି ସିଲିଣ୍ଡରରେ ଭୋଟର ସଚେତନତା ବାର୍ତ୍ତା

କଟକ,୨୬ା୪ (କାର୍ତ୍ତିକ ସାହୁ) ଆଗାମୀ ସାଧାରଣ ନିର୍ବାଚନରେ ଭୋଟଦାନକୁ ଶତ ପ୍ରତିଶତ କରାଇବାର ଲକ୍ଷ୍ୟ ରଖିଛି କଟକ ଜିଲା ପ୍ରଶାସନ। ଭୋଟରମାନଙ୍କୁ ଆକୃଷ୍ଟ କରିବା ପାଇଁ...

୨୮ରେ କମ୍ପିବ ଓଡିଶା, ଆସୁଛନ୍ତି ରାହୁଲ-ନଡ୍ଡା

ଭୁବନେଶ୍ୱର,୨୬।୪: ଦିନକ ପରେ ଓଡିଶା ଗସ୍ତରେ ଆସୁଛନ୍ତି ଭାଜପା ଓ କଂଗ୍ରେସର ଦୁଇ ଟାଣୁଆ ନେତା । ସେମାନେ ହେଲେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି...

କର୍ମୀଙ୍କୁ ଗୁରୁମନ୍ତ୍ର ଦେଲେ ନିରଞ୍ଜନ

ବନ୍ତ,୨୬।୪(ହରିନାରାୟଣ ମହାନ୍ତି): ବନ୍ତ ବଜାରଠାରେ ଶୁକ୍ରବାର ବ୍ଲକ କଂଗ୍ରେସ ପକ୍ଷରୁ ଅନୁଷ୍ଠିତ କର୍ମୀ ସମ୍ମିଳନୀରେ ଭଣ୍ଡାରିପୋଖରୀ ବିଧାନସଭା କ୍ଷେତ୍ରର ବିଧାୟକ ପ୍ରାର୍ଥୀ ନିରଞ୍ଜନ ପଟ୍ଟନାୟକ ଆଗାମୀ...

ଭାଇବୋହୂ, ପୁତୁରାଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲେ ଦେଢଶୁର

କୁଚିଣ୍ଡା,୨୬।୪(ବିରଞ୍ଚତ୍ ଦର୍କା): ସମ୍ବଲପୁର ଜିଲା ଗୋବିନ୍ଦପୁର ଥାନା କିନାବଗା ପଞ୍ଚାୟତ ଦଲକିବାହାଲ ଗ୍ରାମରେ ଗୁରୁବାର ରାତିରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ନିଜ ଭାଇବୋହୂ ଏବଂ...

ଫୁଟୁଛି ଓଡିଶା, ଅନୁଗୁଳ ସର୍ବୋଚ୍ଚ ଉତ୍ତପ୍ତ ସହର

ଭୁବନେଶ୍ୱର,୨୬।୪(ଅସମାପିକା ସାହୁ): ସାରା ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ । ପ୍ରବଳ ଗରମ ଓ ଗୁଳୁଗୁଳିରେ ସାରା ରାଜ୍ୟ ସନ୍ତୁଳି ହେଉଥିବା ବେଳେ...

ପୁଅକଥା ମନେ ପକାଇ ହସ୍ପିଟାଲରେ ମା’ଙ୍କ ଆତ୍ମହତ୍ୟା ଉଦ୍ୟମ

ବଲାଙ୍ଗୀର,୨୬।୪: ବଲାଙ୍ଗୀର ଜିଲା କଣ୍ଟାବାଞ୍ଜି ହସ୍ପିଟାଲରେ ଜଣେ ମହିଳା ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ମହିଳା ଜଣଙ୍କ ହେଉଛନ୍ତି ମୁରିବାହାଲ ଥାନା ସାନଝରବାହାଲି ଗାଁର ପଦ୍ମାବତୀ ସେଠ...

ଆହୁରି ଦୁଇ ସପ୍ତାହ ନିସ୍ତାର ନାହିଁ: ୨୮ ତାରିଖ ପାଇଁ ସତର୍କ କଲା ବିଭାଗ

ଭୁବନେଶ୍ୱର,୨୬।୪: ରାଜ୍ୟରେ ଜାରି ରହିଛି ତାତି। ଗରମ ସାଙ୍ଗକୁ ଗୁଳୁଗୁଳିରେ ସନ୍ତୁଳି ହେଉଛନ୍ତି ରାଜ୍ୟବାସୀ। ଏଭଳିସ୍ଥତିରେ ଆହୁରି ଦୁଇ ସପ୍ତାହ ତାତିରୁ ନିସ୍ତାର ମିଳିବ ନାହିଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri