ଗଛରେ ବାନ୍ଧି ନିର୍ଧୁମ ପିଟିଲେ: ମାଡ଼ଖାଇ ମାନିଲେ ସତ, କହିଲେ ମୁଁ…

ଉମରକୋଟ,୫।୧୧(ସନ୍ତୋଷ ଶତପଥୀ): ବାଇକ୍‌ ଚୋରି ଅଭିଯୋଗରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ମାଡ଼ ମରାଯାଉଥିବା ଭିଡିଓ ଏବେ ଭାଇରାଲ ହେଉଛି। ଏହି ଘଟଣା ନବରଙ୍ଗପୁର ଜିଲା ଉମରକୋଟ ଥାନା ଅଧୀନ ଡାବିରିଗୁଡ଼ା ଗ୍ରାମ ନିକଟ ଜଙ୍ଗଲର ବୋଲି ଜଣାପଡ଼ିଛି।

ସୂଚନାନୁଯାୟୀ, ଉମରକୋଟ ଓ ଏହାର ଆଖପାଖ ବଙ୍ଗୀୟ ଗ୍ରାମରେ ମା’ କାଳୀଙ୍କ ପୂଜା ଚାଲିଛି। ସୁକିଗାଁରେ ହେଉଥିବା ପୂଜା ଦେଖିବାବୁ ଉକ୍ତ ଅଞ୍ଚଳର କୈଳାସ ଶିକଦାର ଯାଇଥିଲେ। ସେ ଏକ ସ୍ଥାନରେ ବାଇକ୍‌ ରଖି ପୂଜା ଦେଖିବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ବାଇକ୍‌ ନ ଥିବା ଦେଖି କୈଳାସ ଚୋରି ହୋଇଥିବା ସନ୍ଦେହ କରି ଖୋଜାଖୋଜି କରିଥିଲେ।

ଏହାର ୨ ଦିନ ପରେ ଡାବିରିଗୁଡ଼ା ଜଙ୍ଗଲ ନିକଟରେ ଚୋରି ବାଇକ୍‌ ଥୁଆ ହୋଇଥିବା ଦେଖିଥିଲେ। ପାଖରେ ଜଣେ ଯୁବକ ନିକଟସ୍ଥ ଜମିରେ ସାର ପକାଉଥିବା ଦେଖି ତାଙ୍କୁ ଧରି ବାଇକ୍‌ ସମ୍ପର୍କରେ ପଚରାଉଚରା କରିଥିଲେ। ଯୁବକ ଜଣକ ବାଇକ୍‌ ଚୋରି କରିଥିବା ଅସ୍ବୀକାର କରିବାରୁ ଗ୍ରାମବାସୀ ରାଗିଯାଇ ତାଙ୍କୁ ଗୋଟିଏ ଗଛରେ ବାନ୍ଧି ପିଟିଥିଲେ। ପରେ ଯୁବକ ଜଣକ ପରିସ୍ଥିତିରେ ପଡ଼ି ବାଇକ୍‌ ଚୋରି କରିଥିବା ସ୍ବୀକାର କରିଥିଲେ। ମାଡ଼ ଖାଇଥିବା ଯୁବକ ଜଣେ ବାଇକ ମେକାନିକ ବୋଲି ଜଣାପଡ଼ିଛି।

କୈଳାସଙ୍କୁ ଗାଡ଼ି ମିଳିବା ପରେ ଆପୋସ ସମାଧାନ କରାଯାଇଥିଲା। ଏ ନେଇ ସେ ଥାନାରେ କୌଣସି ଅଭିଯୋଗ କରି ନ ଥିଲେ। କିନ୍ତୁ ଏହି ସମୟର ଭିଡିଓ ଉତ୍ତୋଳନ କରି କେହି ଭାଇରାଲ କରିଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶିକ୍ଷା ଭବିଷ୍ୟତ ନିର୍ମାଣର ମୂଳଦୁଆ: ରାଷ୍ଟ୍ରପତି

କଟକ,୪।୮(କାର୍ତ୍ତିକ ସାହୁ): ଶିକ୍ଷା କେବଳ ଜ୍ଞାନ ଅର୍ଜନର ମାଧ୍ୟମ ନୁହେଁ ବରଂ ବ୍ୟକ୍ତିତ୍ୱ ଗଠନ, ସାମାଜିକ ପରିବର୍ତ୍ତନ ଏବଂ ରାଷ୍ଟ୍ରର ସମୃଦ୍ଧ ଭବିଷ୍ୟତ ନିର୍ମାଣର ଭିତ୍ତିପ୍ରସ୍ତର ବା…

ଭାରତୀୟ ଏଜେଣ୍ଟ ପାକିସ୍ତାନରେ ପ୍ରବେଶ କରି ୩୦ ଜଣ ଆତଙ୍କବାଦୀଙ୍କୁ ହତ୍ୟା କରିଥିଲେ: ଲସ୍କର ଅପରେଟିଭର ଚାଞ୍ଚଲ୍ୟକର ଦାବି!

ଇସଲାମାବାଦ,୪।୮: ଲସ୍କର-ଏ-ତୋଏବା ସହିତ ଜଡିତ ଜଣେ କାର୍ଯ୍ୟକର୍ତ୍ତା ଦାବି କରିଛନ୍ତି ଯେ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ ଏଜେଣ୍ଟମାନେ ପାକିସ୍ତାନରେ ଅନୁପ୍ରବେଶ କରି ୩୦ ରୁ…

ଭାଜପାକୁ ହରାଇ ବିପୁଳ ବିଜୟ ପରେ ବଡ଼ ଦାବି କଲେଣି ପ୍ରଶାନ୍ତ କିଶୋର, କହିଲେ…

ପାଟନା,୪।୮: ବିହାରର ବାଙ୍କିପୁର ବିଧାନସଭା ଆସନ ପାଇଁ ଉପନିର୍ବାଚନରେ ବିଜୟୀ ହେବା ପରେ, ଜନ ସୁରାଜ ପ୍ରତିଷ୍ଠାତା ପ୍ରଶାନ୍ତ କିଶୋର ତାଙ୍କ ବିଜୟକୁ ରାଜ୍ୟ ରାଜନୀତିରେ ପରିବର୍ତ୍ତନର…

ଦୁଇ ଦିନରେ ପୋଲିସକୁ ଦ୍ୱିତୀୟ ସଫଳତା: ୭ ଲକ୍ଷ ଟଙ୍କା ଲୁଟ୍‌ ମାମଲାର ହେଲା ପର୍ଦ୍ଦାଫାଶ

ଗଜପତି,୩।୮(ଗିରିଧାରୀ ପରିଛା): ଗଜପତି ଜିଲାରେ ଟଙ୍କା ଲୁଟ୍‌ ଘଟଣାରେ ପୁଣି ଏକ ବଡ଼ ସଫଳତା ହାସଲ କରିଛି ଗାରାବନ୍ଧା ପୋଲିସ । ଦୁଇ ଦିନ ମଧ୍ୟରେ ଜିଲାରେ…

ଭତ୍ତା ପାଇଁ ହଟହଟା: ଜିଲାପାଳଙ୍କୁ ଫେରାଦ ହେଲେ ବୃଦ୍ଧାବୃଦ୍ଧ

ବରଗଡ଼,୩।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାର ବିଭିନ୍ନ ଅଞ୍ଚଳର ବୃଦ୍ଧାବୃଦ୍ଧ ଦୀର୍ଘ ମାସ ହେଲା ବାର୍ଦ୍ଧକ୍ୟ ଭତ୍ତାରୁ ବଞ୍ଚିତ ହୋଇଥିବା ଅଭିଯୋଗ ହୋଇଛି । ବ୍ୟାଙ୍କକୁ ଗଲେ କେତେବେଳେ…

‘୨୫ ଦିନ ଅନଶନ କରନ୍ତୁ, ତା’ପରେ ଇସ୍ତଫା ଦେବି’: ଗୃହମନ୍ତ୍ରୀଙ୍କ ବୟାନକୁ ନେଇ ଭାଜପା ନିଆଁ

ନୂଆଦିଲ୍ଲୀ,୩।୮: ଭାରତୀୟ ଜନତା ପାର୍ଟି (BJP) କର୍ନାଟକ ଗୃହମନ୍ତ୍ରୀ ପ୍ରିୟଙ୍କ ଖାର୍ଗେଙ୍କର ଏକ ବୟାନକୁ ଶେୟାର କରି ତାଙ୍କୁ ଟାର୍ଗେଟ କରିଛି। ଭିଡିଓରେ ପ୍ରିୟଙ୍କ ଖାର୍ଗେ କହୁଥିବାର…

ନୂଆ ଅବତାରରେ ଧୋନୀ: ଭାଇରାଲ ହେଉଛି VIDEO

ରାଞ୍ଚି,୩।୮: ପୁଣି ଚର୍ଚ୍ଚାରେ ଭାରତୀୟ କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ତାଙ୍କୁ ଏକ ନୂଆ ଅବତାରରେ ଦେଖାଯାଇଛି। ଧୋନୀ ଏକ ରେସଟ୍ରାକରେ ବାଇକ…

୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର ଅଭିଯୋଗ, ୪ ମାସ ପରେ ଯୁବକଙ୍କୁ ପୋଲିସ ଧରି…

ଦିଗପହଣ୍ଡି,୩।୮(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗାଁର ୯ମ ଶ୍ରେଣୀରେ ପଢୁଥିବା ଜଣେ ୧୫ ବର୍ଷୀୟା ଛାତ୍ରୀଙ୍କୁ ଅପହରଣ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri