ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ପିଟିଲେ

ବାରିପଦା ଅଫିସ, ୫।୧୧: ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ସଚେତନତା ଅଭାବରୁ କଙ୍ଗାରୁ କୋର୍ଟ ବାରମ୍ବାର ଦେଖିବାକୁ ମିଳିଥାଏ। ଗୁଣିଗାରେଡ଼ିଠାରୁ ଆରମ୍ଭ କରି ଡାହାଣୀ ସନ୍ଦେହ ଏବଂ ପ୍ରେମଜନିତ ଘଟଣାରେ ଲୋକେ ଆଇନର ଆଶ୍ରୟ ନେବା ପରିବର୍ତ୍ତେ ଗ୍ରାମରେ କଙ୍ଗାରୁ କୋର୍ଟ ବସାଇ ଅକଥନୀୟ ଅତ୍ୟାଚାର କରିବା ନଜିର ରହିଛି। ଏଭଳି ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏକ ବିଦ୍ୟୁତ୍‌ ଖୁଣ୍ଟରେ ଜଣେ ମହିଳା ଓ ଜଣେ ପୁରୁଷଙ୍କୁ ବାନ୍ଧି ନିସ୍ତୁକ ମାଡ଼ ମରାଯାଉଥିବାର ଦୃଶ୍ୟ ଉକ୍ତ ଭିଡିଓରେ ଦେଖିବାକୁ ମିଳିଛି। ଗ୍ରାମବାସୀ ଦେଖଣାହାରୀ ସାଜିଥିବା ବେଳେ ଜଣେ ଯୁବକଏକ ବାଡ଼ିରେ ଉଭୟଙ୍କୁ ପିଟି ଚାଲିଛନ୍ତି। ମହିଳା ଜଣକ ଛଟପଟ ହୋଇ ନେହୁରା ହେଉଥିବା ବେଳେ ମାଡ଼ ମାରୁଥିବା ଯୁବକ ହିଂସ୍ର ହୋଇ ଉଠିଛନ୍ତି। ତେବେ ପ୍ରେମଜନିତ ଘଟଣାକୁ ନେଇ ଜିଲାରେ ହତ୍ୟାକାଣ୍ଡଠାରୁ ଆରମ୍ଭ ହୋଇ ଛାଡ଼ପତ୍ର ପର୍ଯ୍ୟନ୍ତ ଅନେକ ଘଟଣା ଘଟୁଛି। କଙ୍ଗାରୁ କୋର୍ଟ ମାଧ୍ୟମରେ ଏପରି ଦଣ୍ଡନୀୟ ଅପରାଧକୁ ରୋକିବାରେ ପ୍ରଶାସନ ବିଫଳ ହେଉଛି। ଭିଡିଓଟି ୪ଦିନ ଧରି ଭାଇରାଲ ହେବାରେ ଲାଗିଛି। ତେବେ କେଉଁ ଅଞ୍ଚଳର ଜଣାପଡ଼ିନାହିଁ। ଏହାର ତଦନ୍ତ କରି ଦୋଷୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବାକୁ ସାଧାରଣରେ ଦାବି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଆରପି ଥାନା ଦାବି କଲା ରେଳ ଉପଭୋକ୍ତା ସଂଘ

ବରଗଡ଼,୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ରେଳ ଉପଭୋକ୍ତା ସଂଘର ଏକ ପ୍ରତିନିଧି ଦଳ ଗୁରୁବାର ବରଗଡ଼ ଏସ୍‌ପି ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କୁ ଫେରାଦ ହୋଇଥିଲେ। ନୂତନ…

କାଠଯୋଡ଼ି ନଦୀରୁ ମୃତଦେହ ଉଦ୍ଧାର ମାମଲା: ମୃତ ଯୁବତୀ FM ମେଡିକାଲ କଲେଜ ଛାତ୍ରୀ, ଘର…

କଟକ/ବାରଙ୍ଗ,୪।୬(ପ୍ରଭୁ କଲ୍ୟାଣ ପାଲ/ ଲିଙ୍ଗରାଜ ରାଉତ): କଟକ ଜିଲା ବାରଙ୍ଗ ଥାନା ଅଧୀନ କାଠଯୋଡ଼ି ନଦୀରୁ ଗୁରୁବାର ଭୋରୁ ଜଣେ ଯୁବତୀଙ୍କ ମୃତଦେହ ମିଳିଛି। ସେ ହେଲେ…

ବୁଲା କୁକୁର ଆତଙ୍କ, ଗୋଟିଏ ଦିନରେ ୭ଜଣଙ୍କୁ କାମୁଡ଼ିଲା

ଅମ୍ବାଦଳା,୪।୬(ରବୀନ୍ଦ୍ର ପଣ୍ଡା): ରାୟଗଡ଼ା ଜିଲା ଅମ୍ବାଦଳା ଅଞ୍ଚଳରେ ବୁଲା କୁକୁର ଆତଙ୍କ ଦେଖାଦେଇଛି। ଗୁରୁବାର ଏକ ବୁଲା କୁକୁର କାମୁଡାରେ ଜଣେ ଶିଶୁଙ୍କ ସହ ମୋଟ ୭ଜଣ…

ଅଫିସରେ ଅସୁସ୍ଥତା, ଘରେ ଆଖି ବୁଜିଲେ ଜନସ୍ୱାସ୍ଥ୍ୟ ଵିଭାଗ କିରାଣୀ ଗୋପାଳ ରଥ

ବଲାଙ୍ଗୀର, ୪।୬(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରାଜୀବ ନଗର ନିବାସୀ ଗୋପାଳ ଚରଣ ରଥଙ୍କ ଗୁରୁବାର ପରଲୋକ ହୋଇଛି। ସେ ବଲାଙ୍ଗୀର ପିଏଚଡି ସବଡିଭିଜନ ଅଫିସରେ ବିଲିଂ…

ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ, ବନ୍ଧା ହେଲେ ଜମି ମାଲିକ

କୋରୁକୋଣ୍ଡା,୪।୬(ଶିବଦତ୍ତ ସାହୁ): ଜମି ବିକ୍ରି ନାଁରେ ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ମାଲକାନଗିରି ଜିଲା ଓର୍କେଲ ପୋଲିସ ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟସଭା ପ୍ରାର୍ଥୀ ଘୋଷଣା କରିଛି କଂଗ୍ରେସ: ଖାର୍ଗେ-ପୱନ ଖେରା କର୍ନାଟକରୁ ମନୋନୀତ

ନୂଆଦିଲ୍ଲୀ,୪।୬: କଂଗ୍ରେସ ଦଳ କର୍ନାଟକ, ମଧ୍ୟ ପ୍ରଦେଶ, ରାଜସ୍ଥାନ, ତାମିଲନାଡୁ ଏବଂ ଝାଡ଼ଖଣ୍ଡ ରାଜ୍ୟ ପାଇଁ ରାଜ୍ୟ ସଭା ପ୍ରାର୍ଥୀଙ୍କ ତାଲିକା ପ୍ରକାଶ କରିଛି। ଦଳ କର୍ନାଟକରୁ…

ପଦ୍ମପୁରରେ ନିଶା କାରବାର ଉପରେ ଚଢାଉ: ୨୨ ବସ୍ତା ବେଆଇନ କଫ୍ ସିରପ୍ ଜବତ, ୨ ଗିରଫ

ପଦ୍ମପୁର,୪।୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଅଞ୍ଚଳରେ ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ବେଆଇନ ନିଶାଦ୍ରବ୍ୟ କାରବାର ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରି ପୋଲିସ…

ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜ୍‌ମେଣ୍ଟ ଛାତ୍ରୀଛାତ୍ରଙ୍କ ସଫଳତା, ଏନ୍‌. ଝାନ୍ସିରାଣୀ ବିଶ୍ବବିଦ୍ୟାଳୟ ଟପ୍ପର

ବରଗଡ,୪।୬(ପ୍ରେମାନନ୍ଦ ଖମାରୀ): ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅଧୀନରେ ଅନୁଷ୍ଠିତ ବିବିଏ ପରୀକ୍ଷାରେ ବିକାଶ ସ୍କୁଲ ଅଫ ବିଜ୍‌ନେସ୍‌ ମ୍ୟାନେଜମେଣ୍ଟର ଛାତ୍ରୀଛାତ୍ରମାନେ ସଫଳତା ହାସଲ କରି ଅନୁଷ୍ଠାନ ଓ ସମଗ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri