ଏହି କାରଣରୁ ଫିଲ୍ମ ‘ଟାଇଗର-୩’ ଉପରେ ପ୍ରତିବନ୍ଧକ ଲଗାଇଲା ଓମାନ, କତାର

ମୁମ୍ବାଇ,୯।୧୧: ଅଭିନେତା ସଲମାନ ଖାନଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଟାଇଗର-୩’ ଦୀପାବଳି ଅର୍ଥାତ୍‌ ଆସନ୍ତା ନଭେମ୍ବର ୧୨ରେ ପ୍ରେକ୍ଷାଳୟକୁ ଆସୁଛି। ଏଥିରେ କ୍ୟାଟ୍ରିନା କୈଫ ଏବଂ ଇମ୍ରାନ ହାଶମୀଙ୍କୁ ପ୍ରମୁଖ ଭୂମିକାରେ ଦେଖିବାକୁ ମିଳିବ। ତେବେ ଫିଲ୍ମ ରିଲିଜ୍‌ ପୂର୍ବରୁ ଏକ ବଡ ଖବର ସାମ୍ନାକୁ ଆସିଛି। ଓମାନ ଏବଂ କତାରରେ ଆକ୍ସନ ଥ୍ରୀଲର ଫିଲ୍ମ ‘ଟାଇଗର-୩’ ଉପରେ ପ୍ରତିବନ୍ଧକ ଲଗାଯାଇଥିବା ଜଣାଯାଇଛି।

ଅକ୍ଷୟ କୁମାରଙ୍କ ଫିଲ୍ମ ‘ସମ୍ରାଟ ପୃଥ୍ବୀରାଜ’ କୁଏତ ଏବଂ ଓମାନରେ ପ୍ରତିବନ୍ଧକର ସମ୍ମୁଖୀନ ହେବା ପରେ ଏବେ ସଲମାନ ଖାନଙ୍କ ଆକ୍ସନ ଥ୍ରୀଲର ‘ଟାଇଗର-୩’କୁ ମଧ୍ୟ ବ୍ୟାନ୍‌ କରାଯାଇଥିବା ଜଣାଯାଇଛି। ଏହି ପ୍ରତିବନ୍ଧକର କାରଣ ହେଉଛି ଇସଲାମିକ ଦେଶ ଏବଂ ଚରିତ୍ରମାନଙ୍କୁ ନକାରାତ୍ମକ ଭାବେ ଚିତ୍ରଣ କରାଯାଇଥିବା ବୋଲି କୁହାଯାଉଛି। ଏହି ଚଳଚ୍ଚିତ୍ରର ଦୃଶ୍ୟ ତୁର୍କୀ,ରୁଷିଆ ଏବଂ ଅଷ୍ଟ୍ରିଆରେ ଶୁଟିଂ ହୋଇଛି। ଖବର ମୁତାବକ ଏହି ଚଳଚ୍ଚିତ୍ରଟି କେତେକ ଇସଲାମୀୟ ଦେଶ ଏବଂ ଚରିତ୍ରକୁ ଏକ ପ୍ରତିକୂଳ ଢଙ୍ଗରେ ଚିତ୍ରିତ କରିଛି, ଯାହାଦ୍ୱାରା କୁଏତ, ଓମାନ ଏବଂ କତାରରେ ଏହାକୁ ନିଷେଧ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସୁନା ବଜାରରେ ନିଆଁ: ହଠାତ ଏତିକି ବଢ଼ିଗଲା ସୁନା ଦର, ରୂପା ବି… ଏକ୍ସପର୍ଟ ଚକିତ!

ନୂଆଦିଲ୍ଲୀ, ୨୫।୩: ଅନ୍ତର୍ଜାତୀୟ ବଜାରରେ ସୁନା ଓ ରୂପା ଦରରେ ବୃଦ୍ଧି ଯୋଗୁ ଘରୋଇ ବଜାରରେ ଏହାର ପ୍ରଭାବ ଦେଖିବାକୁ ମିଳିଛି। ଦିଲ୍ଲୀ ସର୍ରଫା ବଜାରରେ ବୁଧବାର…

ଜୀବନ ବଞ୍ଚାନ୍ତୁ, ପୁରସ୍କାର ପାଆନ୍ତୁ: ସଡ଼କ ଦୁର୍ଘଟଣାଗ୍ରସ୍ତଙ୍କୁ ସାହାଯ୍ୟ କଲେ ସରକାର ଦେବେ ୨୫,୦୦୦ ଟଙ୍କା!

ନୂଆଦିଲ୍ଲୀ,୨୫।୩: ସାଧାରଣତଃ ସଡ଼କ ଦୁର୍ଘଟଣା ସମୟରେ ପୋଲିସ କିମ୍ବା ଆଇନଗତ ଝାମେଲାରେ ପଡ଼ିବା ଭୟରେ ଲୋକମାନେ ଆହତଙ୍କୁ ସାହାଯ୍ୟ କରିବାକୁ ପଛଘୁଞ୍ଚା ଦିଅନ୍ତି। କିନ୍ତୁ ଏବେ ସରକାର…

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri