‘ଟାଇଗର-୩’ ରୁ ଆସିଲା ଭାଇଜାନଙ୍କ ନୂଆ ଲୁକ୍‌

ମୁମ୍ବାଇ: ବଲିଉଡର ଭାଇଜାନ ତଥା ସଲମାନ ଖାନ ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ଟାଇଗର-୩’ ପାଇଁ କ୍ରମାଗତ ଭାବରେ ହେଡଲାଇନରେ ରହିଛନ୍ତି। ନିକଟରେ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘ଟାଇଗର-୩’ ର ଟିଜର ରିଲିଜ ହେବା ପରଠାରୁ ସଲମାନ ଖାନ ପ୍ରଶଂସକଙ୍କ ମଧ୍ୟରେ ଚର୍ଚ୍ଚାରେ ରହିଆସିଛନ୍ତି। ଏହି ସମୟରେ ଫିଲ୍ମର ଟ୍ରେଲର ରିଲିଜ ହେବା ପୂର୍ବରୁ ନିର୍ମାତା ଫିଲ୍ମରୁ ସଲମାନ ଖାନଙ୍କ ନୂଆ ଲୁକ୍‌ ଶେୟାର କରିଛନ୍ତି।

‘ଟାଇଗର-୩’ ଆଣିବାକୁ ସଲମାନ ଖାନ ପ୍ରସ୍ତୁତ ଅଛନ୍ତି ଏବଂ ଟ୍ରେଲର ରିଲିଜ ପୂର୍ବରୁ ନିର୍ମାତା ୟଶ ରାଜ ଫିଲ୍ମସ ଏକ ନୂଆ ଫଟୋ ରିଲିଜ କରିଛନ୍ତି ଯେଉଁଥିରେ ସଲମାନ ଖାନଙ୍କୁ ଆଗାମୀ ଫିଲ୍ମରୁ ‘ର’ଏଜେଣ୍ଟ ଟାଇଗର ଭାବରେ ଦର୍ଶାଯାଇଛି। ଏହି ନୂଆ ରୂପରେ ଭାଇଜାନ ହାତରେ ଏକ ଚେନ୍‌ ଧରିଥିବାର ନଜର ଆସିଛନ୍ତି। ଏହି ପୋଷ୍ଟର ଶେୟାର କରି ସଲମାନ ଲେଖିଛନ୍ତି, ୧୬ ଅକ୍ଟୋବରରେ ‘ଟାଇଗର-୩’ ଟ୍ରେଲର ଆସୁଛି। ଏଥର ଦିଓ୍ବାଲିରେ ସିନେମା ଘରେ ଫିଲ୍ମ ଆସିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ବଡ଼ ଉପଦେଶ, କହିଲେ ଘରୁ ରହି କାମ କରିବାକୁ…

ନୂଆଦିଲ୍ଲୀ,୧୧।୫:  ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ବିଶ୍ୱ ବଜାରରେ ତୈଳ ସଙ୍କଟ ଦେଖାଦେଇଥିବାବେଳେ ଭାରତରେ ପେଟ୍ରୋଲ ଓ ଡିଜେଲ ଦର ବଢ଼ିବା ଆଶଙ୍କା କରାଯାଉଛି। ପଶ୍ଚିମ ଏସିଆ ସଙ୍କଟ…

ଗୋଡ଼ାଇ ଗୋଡ଼ାଇ ଯୁବକଙ୍କୁ ହତ୍ୟା କଲେ ଖଣି ମାଫିଆ, ଶରୀରର ଅନେକ ସ୍ଥାନରେ ରହିଛି…

ନୟାଗଡ଼,୧୧ା୫(ଲୋକନାଥ ମିଶ୍ର): ମାଙ୍କଡ଼ାପଥର ଚୋରାଚାଲାଣକୁ ବିରୋଧ କରିବାରୁ ରବିବାର ବିଳମ୍ବିତ ରାତିରେ ଓଡ଼ଗାଁ ବିଜୟ ମଣ୍ଡପସାହିର ଅଜିତ ସାହୁ(୩୫)ଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରିଛନ୍ତି ମାଫିଆ। ଏହି…

ଆମେରିକାକୁ କଡ଼ା ଜବାବ ଦେଲା ଇରାନ!

ତେହରାନ,୧୧।୫: ଆମେରିକା ଏବଂ ଇରାନ ମଧ୍ୟରେ ଉତ୍ତେଜନା ପୁଣି ଥରେ ବୃଦ୍ଧି ପାଉଥିବା ପରି ମନେ ହେଉଛି। ଗୋଟିଏ ପଟେ, ଆମେରିକା ସମାଧାନ ପାଇଁ ଚାପ ପ୍ରୟୋଗ…

ରାହୁଲଙ୍କୁ ମହଙ୍ଗା ପଡ଼ିଲା ଥାଲାପତିଙ୍କ ସହ ଇନଷ୍ଟା ରିଲ ଶେୟାର କରିବା

ନୂଆଦିଲ୍ଲୀ,୧୧।୫: ତାମିଲନାଡୁରେ ବିଜୟ ଥାଲାପତିଙ୍କ ଶପଥ ଗ୍ରହଣ ସମାରୋହ ସମୟରେ, ଟିଭିକେ ମୁଖ୍ୟ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ସହ ମଞ୍ଚ ଉପରେ ଏକ ରିଲ…

ସ୍ତ୍ରୀଙ୍କ ହାତ ଗୋଡ଼ ବାନ୍ଧି ମାରିବା ପାଇଁ ସ୍ବାମୀଙ୍କ ଉଦ୍ୟମ, ଜ୍ୱାଇଁଙ୍କୁ ମାଡ଼ ମାରି ଶ୍ୱଶୁର ଘର ଲୋକେ…

ମହାକାଳପଡ଼ା,୧୧ା୫ (ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ସାମୁଦ୍ରିକ ଥାନା ଅଧୀନ ସ୍ଥାନୀୟ ଖରିନାଶୀ ଗ୍ରାମର ମନୋରଞ୍ଜନ ଗିରି ୧୪ ବର୍ଷ ପୂର୍ବେ…

ଦେବାଳିଆ ମଧ୍ୟସ୍ଥ

ପାକିସ୍ତାନକୁ ଆଉ ସାହା ହେଉନାହାନ୍ତି ଆତଙ୍କବାଦୀ କି ଆମେରିକା। ଦେବାଳିଆ ପାକିସ୍ତାନର ଆର୍ଥିକ ମେରୁଦଣ୍ଡ ଭାଙ୍ଗିପଡ଼ିଛି। ଦେଶବାସୀଙ୍କୁ ଦୁଇଓଳି ଖାଇବା ଯୋଗାଇବାକୁ ପାକିସ୍ତାନ ପାଖରେ ସମ୍ବଳ ନାହିଁ।…

ଦୀର୍ଘସୂତ୍ରୀର ବିନାଶ ଘଟେ

ସମସ୍ତଙ୍କର ଏକ ସାଧାରଣ ଅଭିଯୋଗ ‘ସମୟ ନାହିଁ’ା ବାସ୍ତବରେ ସମୟ ଅଛି, ଆମେ ଠିକ୍‌ ସମୟରେ କାର୍ଯ୍ୟଟି କରିବାକୁ ନିଜେ ସୁଲଭ ନାହୁଁ। ସମୟ ପାଖରେ ଆମେ…

ପ୍ରବଳ ଝଡ଼ତୋଫାନ ସହ ବର୍ଷା: ଭାଙ୍ଗିଲା ଯାତ୍ରା ତୋରଣ,ବ୍ୟାପକ କ୍ଷୟକ୍ଷତି

ଭଞ୍ଜନଗର,୧୧ା୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରବିବାର ରାତି ୧୦ଟାରୁ ୧୧ଟା ପର୍ଯ୍ୟନ୍ତ ପ୍ରବଳ ଝଡ଼ତୋଫାନ ସହ ବର୍ଷା ହୋଇଥିଲା। ଏହାର କିଛି ସମୟ ପରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri