ଟାଇଗର-୩ ଟ୍ରେଲର ରିଲିଜ୍‌

ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ବହୁପ୍ରତୀକ୍ଷିତ ଫିଲ୍ମ ଟାଇଗର-୩ର ଟ୍ରେଲର ରିଲିଜ୍‌ ହୋଇଛି। ଟ୍ରେଲରରେ ସଲମାନଙ୍କ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିଛି। ଟ୍ରେଲରରେ ଜଣେ ମହିଳାଙ୍କ ବ୍ୟାକ୍‌ଗ୍ରାଉଣ୍ଡ ଭଏସ୍‌ରୁ ଆରମ୍ଭ ହୋଇଛି। ଯେଉଁଥିରେ କୁହାଯାଇଛି, ଦେଶର ଶାନ୍ତି ଏବଂ ଦେଶର ଶତ୍ରୁମାନଙ୍କ ମଧ୍ୟରେ କେତେ ଦୂରତା ଅଛି । ଏହା ପରେ ସଲମାନ ଖାନଙ୍କର ଏକ ଶକ୍ତିଶାଳୀ ଏଣ୍ଟ୍ରି ଅଛି। ମୋଟଉପରେ ଟାଇଗର ୩ର ୨ ମିନିଟ ୫୧ ସେକେଣ୍ଡର ଟ୍ରେଲର ଧମାକାଦାର ରହିଛି। ଆକ୍ସନ ପ୍ୟାକ ଟ୍ରେଲରକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହା ସହିତ ପ୍ରଶଂସକମାନେ ଫିଲ୍ମ ରିଲିଜକୁ ଅପେକ୍ଷା କରିଛନ୍ତି।
ସେପ୍ଟେମ୍ବର ୨୭ରେ ‘ଟାଇଗର ୩’ର ଟିଜର ମୁକ୍ତିଲାଭ କରିଥିଲା। ଏଥିରେ ସଲମାନଙ୍କ ଶକ୍ତିଶାଳୀ ଲୁକ ପ୍ରଶଂସକଙ୍କୁ ବହୁତ ପ୍ରଭାବିତ କରିଥିଲା। ‘ଟାଇଗର-୩’ ଓ୍ବାଇଆର୍‌ଏଫ୍‌ ସ୍ପାଏ ୟୁନିଭର୍ସର ପଞ୍ଚମ ଚଳଚ୍ଚିତ୍ର। ଏଥିରେ କ୍ୟାଟ୍ରିନା କୈଫ ଏବଂ ଇମ୍ରାନ ହାଶମୀ ସଲମାନ ଖାନଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିବେ। ଏହି ଫିଲ୍ମରେ ଇମ୍ରାନଙ୍କୁ ଏକ ନକାରାତ୍ମକ ଭୂମିକାରେ ଦେଖିବାକୁ ମିଳିବ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ମନୀଷ ଶର୍ମା। ଦିୱାଲୀ ପ୍ରେକ୍ଷାଳୟରେ ‘ଟାଇଗର-୩’ ଆସୁଛି। ଏହି ଚଳଚ୍ଚିତ୍ର ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

କ୍ଲାସେନଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦ୍‌ର ପ୍ରଥମ ବିଜୟ

କୋଲକାତା,୨ା୪: ହେନରିଚ୍‌ କ୍ଲାସେନଙ୍କ ଅର୍ଦ୍ଧଶତକ ଓ ନୀତୀଶ କୁମାର ରେଡ୍ଡୀଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ସନରାଇଜର୍ସ ହାଇଦ୍ରାବାଦ୍‌(ଏସ୍‌ଆର୍‌ଏଚ୍‌) ୬୫ ରନରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)କୁ ପରାସ୍ତ…

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ଆସାମ ବିଧାନସଭା ନିର୍ବାଚନ: କଂଗ୍ରେସ ଇସ୍ତାହାରରେ ୧୧ ସଂକଳ୍ପ

ବୋକାଜାନ୍‌,୨ା୪: ଆସାମ ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଗୁରୁବାର ଦଳର ଇସ୍ତାହାର ଜାରି କରିଛନ୍ତି। ସେଥିରେ ୧୧ଟି ସଂକଳ୍ପନାମା ରହିଛି। ଶାସନ, ପରିଚୟ,…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ବରଗଡ଼ରୁ ମଧ୍ୟପ୍ରଦେଶ ହେଉଥିଲା ଗଞ୍ଜେଇ ଚାଲାଣ: ଧରାପଡ଼ିଲେ ୨ ଅଭିଯୁକ୍ତ

ଅତାବିରା,୨ା୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ତଥା ଗୋଡ଼ଭଗା ଫାଣ୍ଡି ଅଧୀନ ସତୀଯୋର ପାଖରୁ ବୁଧବାର ପୋଲିସ ଗଞ୍ଜେଇ ଜବତ କରି ୨ ଜଣଙ୍କୁ ଅଟକ…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ବିଚ୍‌ ରାସ୍ତାରେ ବୁଲିଲା ଭୁଜାଲି: ଦୋକାନୀ ଲହୁଲୁହାଣ, ପ୍ରତି ଆକ୍ରମଣରେ ଅଭିଯୁକ୍ତ ଗୁରୁତର

ଅତାବିରା,୨।୪(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଗୋଡ଼ଭଗା ଫାଣ୍ଡି ଅଞ୍ଚଳରେ ଦିନ ଦ୍ବିପ୍ରହରରେ ବିଚ୍‌ ରାସ୍ତାରେ ଭୁଜାଲି ମାଡ଼ ଘଟଣା ସାମ୍ନାକୁ ଆସିଛି। ଭୁଜାଲି…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri