ଟାଇଗର-୩ ଟ୍ରେଲର ରିଲିଜ୍‌

ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫଙ୍କ ଅଭିନୀତ ବହୁପ୍ରତୀକ୍ଷିତ ଫିଲ୍ମ ଟାଇଗର-୩ର ଟ୍ରେଲର ରିଲିଜ୍‌ ହୋଇଛି। ଟ୍ରେଲରରେ ସଲମାନଙ୍କ ଜବରଦସ୍ତ ଆକ୍ସନ ଦେଖିବାକୁ ମିଳିଛି। ଟ୍ରେଲରରେ ଜଣେ ମହିଳାଙ୍କ ବ୍ୟାକ୍‌ଗ୍ରାଉଣ୍ଡ ଭଏସ୍‌ରୁ ଆରମ୍ଭ ହୋଇଛି। ଯେଉଁଥିରେ କୁହାଯାଇଛି, ଦେଶର ଶାନ୍ତି ଏବଂ ଦେଶର ଶତ୍ରୁମାନଙ୍କ ମଧ୍ୟରେ କେତେ ଦୂରତା ଅଛି । ଏହା ପରେ ସଲମାନ ଖାନଙ୍କର ଏକ ଶକ୍ତିଶାଳୀ ଏଣ୍ଟ୍ରି ଅଛି। ମୋଟଉପରେ ଟାଇଗର ୩ର ୨ ମିନିଟ ୫୧ ସେକେଣ୍ଡର ଟ୍ରେଲର ଧମାକାଦାର ରହିଛି। ଆକ୍ସନ ପ୍ୟାକ ଟ୍ରେଲରକୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହା ସହିତ ପ୍ରଶଂସକମାନେ ଫିଲ୍ମ ରିଲିଜକୁ ଅପେକ୍ଷା କରିଛନ୍ତି।
ସେପ୍ଟେମ୍ବର ୨୭ରେ ‘ଟାଇଗର ୩’ର ଟିଜର ମୁକ୍ତିଲାଭ କରିଥିଲା। ଏଥିରେ ସଲମାନଙ୍କ ଶକ୍ତିଶାଳୀ ଲୁକ ପ୍ରଶଂସକଙ୍କୁ ବହୁତ ପ୍ରଭାବିତ କରିଥିଲା। ‘ଟାଇଗର-୩’ ଓ୍ବାଇଆର୍‌ଏଫ୍‌ ସ୍ପାଏ ୟୁନିଭର୍ସର ପଞ୍ଚମ ଚଳଚ୍ଚିତ୍ର। ଏଥିରେ କ୍ୟାଟ୍ରିନା କୈଫ ଏବଂ ଇମ୍ରାନ ହାଶମୀ ସଲମାନ ଖାନଙ୍କ ସହ ମୁଖ୍ୟ ଭୂମିକାରେ ନଜର ଆସିବେ। ଏହି ଫିଲ୍ମରେ ଇମ୍ରାନଙ୍କୁ ଏକ ନକାରାତ୍ମକ ଭୂମିକାରେ ଦେଖିବାକୁ ମିଳିବ। ଏହି ଚଳଚ୍ଚିତ୍ରର ନିର୍ଦ୍ଦେଶନା ଦେଇଛନ୍ତି ମନୀଷ ଶର୍ମା। ଦିୱାଲୀ ପ୍ରେକ୍ଷାଳୟରେ ‘ଟାଇଗର-୩’ ଆସୁଛି। ଏହି ଚଳଚ୍ଚିତ୍ର ହିନ୍ଦୀ, ତାମିଲ ଏବଂ ତେଲୁଗୁ ଭାଷାରେ ମୁକ୍ତିଲାଭ କରିବ।


Enter your email to get our daily news in your inbox.

All Right Reserved By Dharitri.Com

ନୂଆ ଇତିହାସ ରଚିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ୨୮ ଡିସେମ୍ବରରେ…

ନୂଆଦିଲ୍ଲୀ, ୨୭।୨୫: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୮ ଡିସେମ୍ବରରେ ଭାରତୀୟ ନୌସେନାର ଏକ ପନଡୁବ୍ବୀରେ ସମୁଦ୍ର ଯାତ୍ରା କରିବେ। ଏହି ଯାତ୍ରା କର୍ନାଟକର କାରବାର...

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri