Posted inଫୁରସତ

ଜଙ୍ଗଲରେ ବାଘ-ଭାଲୁଙ୍କ ଜୋରଦାର ଲଢ଼େଇ, ଶେଷରେ ଜିତିଲା…

ଅନେକ ପ୍ରାଣୀ ଜଙ୍ଗଲରେ ରୁହନ୍ତି। ସେମାନଙ୍କ ମଧ୍ୟରୁ ବାଘ ସବୁଠୁ ଭୟଙ୍କର। ସମ୍ପ୍ରତି ସୋସିଆଲ ମିଡିଆରେ ଏକ ଭିଡିଓ ସାମ୍ନାକୁ ଆସିଛି, ଯାହାକୁ ଦେଖିଲେ ଆଶ୍ଚର୍ଯ୍ୟ ହେବେ। ଜଙ୍ଗଲରେ ଉଭୟ ବାଘ ଏବଂ ଭାଲୁ ପରସ୍ପର ସହ ମୁହାଁମୁହିଁ ହୋଇଥିଲେ। ଠିକ୍‌ ସେତିକିବେଳେ ଦୁହିଁଙ୍କ ମଧ୍ୟରେ ପ୍ରବଳ ଝଗଡ଼ା ହୋଇଥିଲା। ବର୍ତ୍ତମାନ ଏହି ମୁହାଁମୁହିଁର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି।

 

ଭିଡିଓରେ ପ୍ରଥମେ ଭାଲୁଟି ବାଘ ଉପରେ ଆକ୍ରମଣ କରୁଥିବା ଦେଖିବାକୁ ମିଳିଛି। ଭାଲୁର ଗୋଟିଏ ଆକ୍ରମଣରେ ପ୍ରଥମେ ବାଘଟି ଭୂମି ଉପରେ ପଡ଼ିଯାଉଛି। କିନ୍ତୁ ସେ ପୁନର୍ବାର ଉଠି ଭାଲୁ ଉପରେ ଆକ୍ରମଣ କରୁଛି। ବାଘଟି ଭାଲୁ ସହ ଜୋରଦାର ଲଢ଼େଇ କରୁଛି। କିଛି ସମୟରେ ବାଘଟି ଜଙ୍ଗଲକୁ ଚାଲିଯାଉଛି। ଭାଲୁ ପୁଣି ବାଘ ପଛରେ ଦୌଡୁଛି। ଶେଷରେ ବାଘଟି ଭାଲୁଠାରୁ ଦୂରେଇ ଯାଉଥିବାର ଦେଖାଯାଏ।

ଭିଡିଓଟି ସୋସିଆଲ ମିଡିଆରେ ଶେୟାର ହେବା ମାତ୍ରେ ଲୋକମାନେ ସେମାନଙ୍କର ପ୍ରତିକ୍ରିୟା ଦେବାରେ ଲାଗିଛନ୍ତି। ଜଣେ ଉପଭୋକ୍ତା ଲେଖିଛନ୍ତି, ଆମେ ସବୁବେଳେ ଭାବୁଥାଉ ବାଘ ଅତ୍ୟନ୍ତ ବିପଜ୍ଜନକ, କିନ୍ତୁ ଭାଲୁ ମଧ୍ୟ ଦେଖାଇ ଦେଲା ଯେ, ତା’ର ବି କେତେ ଶକ୍ତି ଅଛି। ଏହି ସମୟରେ ଅନ୍ୟ ଜଣେ ୟୁଜର କହିଛନ୍ତି, ଭିଡିଓଟି ପ୍ରକୃତରେ ଆଶ୍ଚର୍ଯ୍ୟଜନକ।

ଏହି ଭିଡିଓଟି @ ବୋସ୍କି ଖାନ୍ନା ନାମକ ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଭିଡିଓକୁ ବର୍ତ୍ତମାନ ସୁଦ୍ଧା ଶତାଧିକ ଲୋକ ଦେଖିସାରିଲେଣି। @ ବୋସ୍କି ଖାନ୍ନା ମଧ୍ୟ ଏହି ଭିଡିଓକୁ ଆଇଏଫ୍‌ଏସ୍‌ ପ୍ରବୀଣ କାଶଓ୍ବାନଙ୍କୁ ଟ୍ୟାଗ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri