ଗାଈକୁ ଆକ୍ରମଣ କଲା ବାଘ

ଘଟଗାଁ,୧୧।୪(ଡି.ଏନ.ଏ): କେନ୍ଦୁଝର ଜିଲା ଘଟଗାଁ ରେଞ୍ଜ ଅଟେଇ ସଂରକ୍ଷିତ ଜଙ୍ଗଲରେ ପୁଣି ବାଘ ଆତଙ୍କ ଦେଖାଦେଇଛି। ଚରିବାକୁ ଯାଇଥିବା ଏକ ଗାଈକୁ ବାଘ ଆକ୍ରମଣ କରି କ୍ଷତାକ୍ତ କରିଛି। ଖବରପାଇ ରେଞ୍ଜ ଅଫିସର ପହଞ୍ଚତ୍ ଗାଈର ଚିକିତ୍ସା ବ୍ୟବସ୍ଥା କରିବା ସହ ତଦନ୍ତ କରୁଥିବା କହିଛନ୍ତି।
ସୂଚନା ଅନୁଯାୟୀ, ୨୦ନଂ. ଜାତୀୟ ରାଜପଥକୁ ଲାଗିଥିବା ଉପରଡ଼ିହା ଗ୍ରାମ ଅନ୍ତର୍ଗତ ବନ୍ଧସାହିର ଶିରପାଣୀ ଲିଆଙ୍ଗିଙ୍କ ଗାଈ ସୋମବାର ଜଙ୍ଗଲକୁ ଚରିବାକୁ ଯାଇଥିଲା। ସନ୍ଧ୍ୟାରେ ଗୁରୁତର ହୋଇ ଘରକୁ ଫେରିବା ପରେ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ବାଘ ଆକ୍ରମଣରେ ଗାଈଟିର ପେଟରେ ଗଭୀର ଆଘାତ ଲାଗିଥିବା ଦେଖିବାକୁ ମିଳିଛି। ଗାଈର ମାଲିକ ଏ ସଂକ୍ରାନ୍ତରେ ବନବିଭାଗକୁ ଜଣାଇବା ପରେ ଘଟଗାଁ ଫରେଷ୍ଟର ଯତିନ୍ଦ୍ର କୁମାର ସାହୁ ଓ ଫରେଷ୍ଟଗାର୍ଡ ଶ୍ରବଣ ପାତ୍ର ଘଟଣାସ୍ଥଳକୁ ଯାଇ ତୁରନ୍ତ ଗାଈର ଚିକିତ୍ସା ବ୍ୟବସ୍ଥା କରିଥିଲେ। ତେବେ ଏହା ବାଘ ଆକ୍ରମଣ କି ନୁହେଁ ତାହା ବନବିଭାଗ ସ୍ପଷ୍ଟ କରିନାହିଁ। ବାଘ ମୁଣ୍ଡକୁ ଆକ୍ରମଣ କରିଥାଏ। ମାତ୍ର ଏ କ୍ଷେତ୍ରରେ ପେଟକୁ ଆକ୍ରମଣ କରାଯାଇଛି। ମଙ୍ଗଳବାର ବିଶେଷଜ୍ଞଙ୍କ ଦ୍ୱାରା ଯାଞ୍ଚ ପରେ ଏହା ସ୍ପଷ୍ଟ ହେବ ବୋଲି ଘଟଗାଁ ରେଞ୍ଜ ଅଫିସର ପ୍ରଭାତ କୁମାର କୁଅଁର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri