Posted inଫୁରସତ

ଅନ୍ଧାର ରାତି, ଗାଡ଼ି ସାମ୍ନାକୁ ହଠାତ୍‌ ଚାଲିଆସିଲା ବାଘ, ଆଉ ତା’ ପରେ…

ବିଶିଷ୍ଟ ଶିଳ୍ପପତି ଆନନ୍ଦ ମହିନ୍ଦ୍ରା ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ ରୁହନ୍ତି। ଯେତେବେଳେ ବି ଟିକେ ସମୟ ପାଆନ୍ତି ସୋସିଆଲ ମିଡିଆରେ ସୁନ୍ଦର ସୁନ୍ଦର ଫଟୋ ଏବଂ ଭିଡିଓ ଶେୟାର କରିଥାନ୍ତି। ଯାହାକି ରୋଚକପୂର୍ଣ୍ଣ ହୋଇଥାଏ। ଏବେ ଆନନ୍ଦ ମହିନ୍ଦ୍ରା ଏକ ଭିଡିଓ ଶେୟାର କରିଛନ୍ତି।

ଭିଡିଓରେ ଦୁଇଟି ବାଘ ଦେଖିବାକୁ ମିଳିଛି। ଯାହା ବହୁତ ଭୟଙ୍କର। ବାଘ ଅନ୍ଧାର ରାତିରେ ରାସ୍ତା ଉପରକୁ ଆସିଗଲେ ସାଧାରଣତଃ ଡର ଲାଗେ। ଲୋକେ ନିଜ ନିଜର ଗାଡ଼ି ରଖି ଠିଆ ହୋଇଯାଆନ୍ତି। ଏପରିକି ରାସ୍ତା ମଧ୍ୟ ଜାମ୍‌ ହୋଇଯାଏ।

ଆନନ୍ଦ ମହିନ୍ଦ୍ରା ଭିଡିଓ ଶେୟାର କରିବା ପରେ ଏହା ଖୁବ୍‌ ଭାଇରାଲ ହେଉଛି। ଭିଡିଓରେ ୟୁଜର୍ସମାନେ ନାନା କମେଣ୍ଟ ଦେଉଛନ୍ତି। ଭିଡିଓରେ ଦୁଇଟି ବାଘ ଜଙ୍ଗଲ ଭିତରୁ ବାହାରି ରାସ୍ତା ଉପରକୁ ଆସୁଛନ୍ତି। ଏହା ପରେ ଗୋଟିଏ ବାଘ ରାସ୍ତା ପାର୍ଶ୍ୱରେ ଥିବା ଏକ ବାଇକ୍‌ ନିକଟକୁ ଯାଉଛି। ପୁଣି ରାସ୍ତା ମଝିରେ ଠିଆ ହୋଇଯାଉଛି। ବାଘ ଯୋଗୁ ଦୁଇ ପାର୍ଶ୍ୱରେ ଗାଡ଼ିଗୁଡ଼ିକ ଅଟକି ରହିଥିବା ଦେଖିବାକୁ ମିଳିଛି। କିଛି ସମୟ ପରେ ବାଘ ଦୁଇଟି ପୁଣି ଜଙ୍ଗଲ ମଧ୍ୟକୁ ଫେରି ଯାଉଛନ୍ତି।

ଭିଡିଓ ଶେୟାର କରି ଆନନ୍ଦ ମହିନ୍ଦ୍ରା କ୍ୟାପଶନ ଲେଖିଛନ୍ତି, ମୋର ଏକ୍ସୟୁଭି ବଡି ନାହିଁ, କାରଣ ରାସ୍ତା ଉପରେ ବାଘ ଠିଆହୋଇଛି। ତାଙ୍କର ଏହି ପୋଷ୍ଟରେ ୟୁଜରମାନେ ବେଶ୍‌ ମଜାଳିଆ କମେଣ୍ଟ ସବୁ ଦେଉଛନ୍ତି। ଭିଡିଓକୁ ବର୍ତ୍ତମାନ ସୁଦ୍ଧା ୨ ଲକ୍ଷରୁ ଅଧିକ ଲୋକ ଦେଖିସାରିଲେଣି। ୧୨ ହଜାରରୁ ଅଧିକ ଲୋକ ପସନ୍ଦ କରିଛନ୍ତି। ହଜାରେରୁ ଊର୍ଦ୍ଧ୍ୱ ଲୋକ ରିଟୁଇଟ୍‌ ବି କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡୁଡ୍‌ଲ ପରିବର୍ତ୍ତନ କଲା ଗୁଗ୍‌ଲ

ଗୁଗ୍‌ଲ ଡୁଡ୍‌ଲ ଭାରତରେ ଲୋକ ସଭା ନିର୍ବାଚନ ୨୦୨୪ ପାଇଁ ଭୋଟ୍‌ ଆରମ୍ଭକୁ ସ୍ମରଣ କରି ଡୁଡ୍‌ଲରେ କାଳି ସହିତ ଏକ ଇଣ୍ଡେକ୍ସ ଆଙ୍ଗୁଠି ଚିତ୍ରଣ...

୨୩ ବର୍ଷର ଯୁବତୀ କ୍ଲିୟର କଲେ ୟୁପିଏସସି ପରୀକ୍ଷା, କାମ କରୁଛି ମାତ୍ର ୨ଟି ଆଙ୍ଗୁଠି

ନୂଆଦିଲ୍ଲୀ,୧୮।୪: ୟୁପିଏସସି ସିଭିଲ ସର୍ଭିସେସ ପରୀକ୍ଷା (UPSC CSE) ୨୦୨୩ ଫଳାଫଳ ପ୍ରକାଶ ପାଇବା ପରେ, ଯେଉଁମାନେ ଏହାକୁ ପାସ କରିଛନ୍ତି ସେମାନଙ୍କ ଅନେକ ସଂଘର୍ଷ...

ସତର୍କତାକୁ ପ୍ରାଥମିକତା

ଆମ ଶରୀରର ଅନ୍ୟତମ ପ୍ରମୁଖ ଅଙ୍ଗ ହେଉଛି ଯକୃତ ବା ଲିଭର। ଏହା ସୁସ୍ଥ ରହିବା ନିହାତି ଦରକାର। ନ ହେଲେ ସମୟକ୍ରମେ ଏହା ଜଟିଳ...

ଭଗବାନ ରାମଙ୍କ ନିଆରା ବ୍ୟାଙ୍କ; ୫ ଲକ୍ଷ ଥର ‘ସୀତାରାମ’ ଲେଖିବା ପରେ ଖୋଲିଥାଏ ଆକାଉଣ୍ଟ

ଅଯୋଧ୍ୟା: ସାରା ଦେଶରେ ରାମ ନବମୀର ପର୍ବ ବେଶ ଧୁମ୍‌ଧାମ୍‌ରେ ପାଳନ କରାଯାଉଛି। ଏହି ଅବସରରେ ଅଯୋଧ୍ୟା ସମ୍ପୂର୍ଣ୍ଣ ଆଲୋକିତ ହୋଇଛି। କାରଣ ରାମଲାଲାଙ୍କ ପ୍ରାଣ...

ଜନ୍ମରୁ ୧ ମାସ ପର୍ଯ୍ୟନ୍ତ ପୁଅକୁ ଦେଉଥିଲେ କେବଳ ସୂର୍ଯ୍ୟକିରଣ, ଶିଶୁର ମୃତ୍ୟୁ ପରେ ପିତାଙ୍କୁ ୮ ବର୍ଷ ଜେଲ

ମସ୍କୋ,୧୭।୪: ରୁଷିଆର ଜଣେ ଇନଫ୍ଲୁଏନ୍ସରଙ୍କ ଏକ ମାସର ପୁଅର ମୃତ୍ୟୁ ହେତୁ ତାଙ୍କୁ କୋର୍ଟ ୮ ବର୍ଷ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେ ନିଜ ପୁଅକୁ...

ଅଧିକ ସଚେତନତାର ଆବଶ୍ୟକତା ରହିଛି

ପ୍ରତିବର୍ଷ ଏପ୍ରିଲ ୧୭ ତାରିଖରେ ପାଳିତ ହୋଇଥାଏ ‘ବିଶ୍ୱ ହେମୋଫିଲିଆ ଦିବସ’। ଚଳିତ ବର୍ଷ ଏହି ଦିବସର ପ୍ରସଙ୍ଗ ରହିଛି-‘ସମସ୍ତ ବଂଶାନୁକ୍ରମିକ ବ୍ୟାଧିରେ ଆକ୍ରାନ୍ତ ସବୁ...

୨୭୦ ଥର ଟ୍ରାଫିକ୍‌ ନିୟମ ଉଲ୍ଲଘଂନ, ୧.୩୬ ଲକ୍ଷ ଜରିମାନା

ବେଙ୍ଗାଲୁରୁ: ଟ୍ରାଫିକ ନିୟମ ଉଲ୍ଲଂଘନ ପାଇଁ ସାଧାରଣତଃ କିଛି ହଜାର ଟଙ୍କା ଜରିମାନା ଦେବାକୁ ପଡିଥାଏ। କିନ୍ତୁ ଏବେ ଏପରି ଏକ ମାମଲା ସାମ୍‌ନାକୁ ଆସିଛି,...

କଂଗ୍ରେସ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅମିର ଖାନ୍‌

ମୁମ୍ବାଇ,୧୭ା୪:କୃତ୍ରିମ ବୁଦ୍ଧିମତ୍ତା (ଏଆଇ) ଜରିଆରେ ବଲିଉଡ୍‌ ଅଭିନେତା ଆମୀର ଖାନ୍‌ଙ୍କ ପୁରୁଣା ଭିଡିଓକୁ ବ୍ୟବହାର କରାଯାଇ ଭାଜପା ବିରୋଧରେ ଏକ ବିଜ୍ଞାପନ ପ୍ରସ୍ତୁତ କରାଯାଇଛି। ସୋସିଆଲ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri