ଘୁମୁସର ବନଖଣ୍ଡରେ ୧୫ରୁ ବାଘ ଗଣନା, ଜଙ୍ଗଲରେ ଲାଗିବ ଟ୍ରାପ୍‌ କ୍ୟାମେରା

ଭଞ୍ଜନଗର,୮ା୧୧(ବାବୁଲା ପ୍ରଧାନ): ପ୍ରତି ୪ ବର୍ଷକୁ ଥରେ ଦେଶରେ ବାଘ ଗଣନା ହେଉଛି। ତେଣୁ ଚଳିତ ବର୍ଷ ଦେଶରେ ବାଘ ଗଣନା ପ୍ରକ୍ରିୟା ଚାଲିଛି। ଏହିଭଳି ବ୍ରହ୍ମପୁର ଆଞ୍ଚଳିକ ବନ ସଂରକ୍ଷକ କାର୍ଯ୍ୟାଳୟ ପକ୍ଷରୁ ମଧ୍ୟ ବିଭିନ୍ନ ବନଖଣ୍ଡରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ବର୍ତ୍ତମାନ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଉଛି। ଏହାପରେ ଚଳିତ ମାସ ୧୫ରୁ ୨୧ ତାରିଖ ମଧ୍ୟରେ କର୍ମଚାରୀମାନେ ଜଙ୍ଗଲକୁ ଯାଇ ବାଘର ସ୍ଥିତି ଜାଣିବା ପାଇଁ ବିଭିନ୍ନ ପଦକ୍ଷେପ ନେବେ। ଏହି ସମୟରେ କର୍ମଚାରୀମାନେ ଜଙ୍ଗଲରେ ଟ୍ରାପ କ୍ୟାମେରା ଲଗାଇବେ। ପଗମାର୍କ ଓ ମଳ ନିଶାନ ବିଶ୍ଲେଷଣ କରିବେ। ଏଥିସହ ଜିନେଟିକ ଅନୁଶୀଳନ ଓ ସାଟେଲାଇଟ ଡାଟା ମ୍ୟାପିଂ ମଧ୍ୟ ହେବ। ବାଘ ଗଣନାର ମୂଳ ଲକ୍ଷ୍ୟ ହେଲା ଭାରତରେ ବାଘମାନଙ୍କ ନିକଟ ଆନୁମାନିକ ସଂଖ୍ୟା ଜାଣିବା । ବାଘମାନଙ୍କ ବାସସ୍ଥଳୀ ଅବସ୍ଥା ଅନୁଶୀଳନ କରିବା। ଏହାପରେ ସରକାର ଦେଶରେ ବାଘ ସଂରକ୍ଷଣ ପାଇଁ ଯୋଗ୍ୟ ନୀତି ଓ ପଦକ୍ଷେପ ଗ୍ରହଣ କରିବେ।

ଇତିମଧ୍ୟରେ ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ଲାଲସିଂ ନର୍ସରୀ ଏବଂ ତାରସିଂ ଠାରେ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ଏଥିରେ ଡିଏଫ୍‌ଓ ହିମାଂଶୁ ଶେଖର ମହାନ୍ତି ଯୋଗଦେଇ ବାଘ ଗଣନା କିଭଳି ହେବ ସେନେଇ ତାଲିମ ପ୍ରଦାନ କରିଛନ୍ତି। ସେହିଭଳି ଘୁମୁସର ଦକ୍ଷିଣ ବନଖଣ୍ଡ ପକ୍ଷରୁ ବୁଗୁଡ଼ା ସମେତ ବିଭିନ୍ନ ସ୍ଥାନରେ କର୍ମଚାରୀମାନଙ୍କୁ ତାଲିମ ପ୍ରଦାନ କରାଯାଇଛି। ବାଘ ଗଣନା ସମୟରେ କର୍ମଚାରୀମାନେ ମାଂସାସୀ ଏବଂ ବଡ଼ ତୃଣଭୋଜି ଯଥା ହାତୀ, ଗୟଳ ଇତ୍ୟାଦିର ମଧ୍ୟ ଗଣନା କରିବେ। ଏଥିସହ ଗୁଳ୍ମ ଜାତୀୟ, ତୃଣ ଜାତୀୟ ଉଦ୍ଭିଦ ଚିହ୍ନଟ କରିବେ। ଯେଉଁଠି ଜନ୍ତୁ ରହୁଛିନ୍ତି ସେଠି କେଉଁ ଉଦ୍ଭିଦ ବେଶୀ ରହିଛନ୍ତି ତାହାର ମଧ୍ୟ ଅନୁଧ୍ୟାନ କରାଯିବାର କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri