ଭୁବନେଶ୍ୱର,୨୪।୭(ବୂ୍ୟରୋ): ରାଜ୍ୟରେ ବାଘ ଗଣନା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥର ରାଜ୍ୟର ଅଧିକ ଡିଭିଜନରେ ବାଘ ଗଣନା କରାଯିବ । ପୂର୍ବରୁ ରାଜ୍ୟର ୧୫ଟି ଡିଭିଜନରେ ବାଘ ଗଣନା କରାଯାଉଥିଲା । ଫଳରେ ଏଥର ଗଣନାରେ ରାଜ୍ୟରେ ବାଘ ସଂଖ୍ୟା ବଢିବ ବୋଲି ଆଶା କରାଯାଉଛି। ଓଡ଼ିଶାରେ କେତେ ସଂଖ୍ୟାରେ ବାଘ ଅଛନ୍ତି ? କେଉଁ ଜଙ୍ଗଲରେ ବାଘଙ୍କ ସଂଖ୍ୟା କେତେ ସେ ସମ୍ପର୍କରେ ତଥ୍ୟ ସଂଗ୍ରହ ପାଇଁ ଆରମ୍ଭ ହୋଇଛି ପ୍ରକ୍ରିୟା। ରାଜ୍ୟ ବନ ବିଭାଗ ସହ ନ୍ୟାସନାଲ ଟାଇଗର କନଜର୍ଭେଶନ ଅଥରିଟି, ଏନ୍ଟିସିଏ ଅଧିକାରୀମାନେ ଏ ସଂକ୍ରାନ୍ତରେ ଆଲୋଚନା କରିଛନ୍ତି। ଖୁବ ଶୀଘ୍ର ବାଘ ଗଣନା ପାଇଁ ରାଜ୍ୟ ସ୍ତରରେ ଜଣେ ନୋଡାଲ ଅଫିସର ନିଯୁକ୍ତ ହେବେ। ଏହାପରେ ଏନଟିସିଏ ପକ୍ଷରୁ ମାଷ୍ଟର ଟ୍ରେନରମାନଙ୍କୁ ପ୍ରଶିକ୍ଷଣ ପ୍ରଦାନ କରାଯିବ। ଚାରୋଟି ପର୍ଯ୍ୟାୟରେ ବାଘଙ୍କ ଗଣତି ରାଯିବ। ପ୍ରଥମ ଓ ତୃତୀୟ ପର୍ଯ୍ୟାୟ ଗଣନା ରାଜ୍ୟ ବନ ବିଭାଗ କରୁଥିବା ବେଳେ ଦିତୀୟ ଓ ଚତୁର୍ଥ ପର୍ଯ୍ୟାୟ କାର୍ଯ୍ୟ ଏନଟିସିଏ କରିବ।
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ
ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…
ଭୁବନେଶ୍ୱର ଫୁଲ ଦୋକାନ
ଫର୍ନସ ଏନ୍ ପେଟାଲ୍ସ ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ
କଳିଙ୍ଗ ଫିଟନେସ୍ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍ରେ ସବୁ ପ୍ରକାର…
ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ
ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…
କଟକ ଦହିବରା ଆଳୁଦମ
ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…
ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ
ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…
ଶ୍ରେଷ୍ଠ ପାଞ୍ଚ ପୁରୀର ମଠ
ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…
ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ
ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

