ମଇଁଷି ଛୁଆକୁ ଟାଣି ଖାଇଲା ବାଘ

ପାତ୍ରପୁର,୮ା୧୧(ଉମା ଚରଣ ନେପାକ): ଗଞ୍ଜାମ ଜିଲା ସାମନ୍ତିଆପଲ୍ଲୀ ବନାଞ୍ଚଳରେ ବାଘ ଆତଙ୍କ ଦେଖାଦେଇଛି । ପାତ୍ରପୁର ବ୍ଲକ ଜୟନ୍ତୀପୁର ଗ୍ରାମ ନିକଟରେ ରାତିରେ ଜଣେ ଅଟୋ ଚାଳକ ଗ୍ରାମକୁ ଫେରୁଥିବା ବେଳେ ବାଘ ରାସ୍ତା ପାର ହୋଇଥିବା ଦେଖି ସ୍ଥାନୀୟ ବନ ବିଭାଗକୁ ଜଣାଇଥିଲେ। ଏହା ପ୍ରଘଟ ହେବା ପରେ ଅଞ୍ଚଳରେ ଆତଙ୍କ ସୃଷ୍ଟି ହୋଇଥିଲା ।

ଖବରପାଇ ବନ ବିଭାଗ ଜୟନ୍ତୀପୁର ଆଖପାଖ ଗ୍ରାମରେ ପାଟ୍ରୋଲିଂ କରିବା ସହ ଜନ ସାଧାରଣଙ୍କୁ ସଚେତନ କରିଥିଲା। ଶୁକ୍ରବାର ସକାଳୁ ବିଭାଗ ପକ୍ଷରୁ ଉକ୍ତ ଅଞ୍ଚଳରେ ବାଘ ପାଦଚିହ୍ନ ଖୋଜା ଯାଇଥିଲା। ତେବେ ଏ ସମ୍ପର୍କରେ ଫରେଷ୍ଟର ଅବିନାଶ ଚୌଧୁରୀଙ୍କ ସହ ଯୋଗାଯୋଗ କରିବାରୁ ସେ କହିଛନ୍ତି, ବାଘ ଦେଖାଯାଇଥିବା ସୂଚନା ମିଳିବା ପରେ ଅଞ୍ଚଳରେ ପାଟ୍ରୋଲିଂ କରାଯାଇଛି। ବାଘର ଗତିବିଧି ନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । କିନ୍ତୁ ଚିକିଟି ରାମପୁର ନିକଟରେ ବାଘର ପାଦଚିହ୍ନ ମିଳିଥିବା ଏବଂ ବାଘ ଏକ ମଇଁଷି ଛୁଆ ମାରି ଖାଇଥିବା ଫରେଷ୍ଟର ପ୍ରକାଶ କରିଛନ୍ତି । ଲୋକେ ଭୟଭୀତ ନହେବା ପାଇଁ ସେ ପରାମର୍ଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

‘ଆମ ଦ୍ୱାରା ଦୁଇଟି ଭୁଲ ହୋଇଛି…’, ମମତାଙ୍କୁ ଭେଟିବା ପରେ ଏମିତିି କାହିଁକି କହିଲେ ଅଖିଳେଶ

କୋଲକାତା,୮।୫: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ସୁପ୍ରିମୋ ବର୍ତ୍ତମାନ ପଶ୍ଚିମବଙ୍ଗରେ ଅଛନ୍ତି। ଟିଏମସିର ପରାଜୟ ପରେ ଅଖିଳେଶ ଯାଦବ ମମତା ବାନାର୍ଜୀଙ୍କୁ ଭେଟିବା ପାଇଁ…

ତାମିଲନାଡୁରେ ପୁଣିଥରେ ହେବ ନିର୍ବାଚନ! ଜାତୀୟ ରାଜନୀତିରେ ଚହଳ

ଚେନ୍ନାଇ,୮।୫: ତାମିଲନାଡୁ ରାଜନୀତିରେ ଉଷ୍ମତା କେବଳ ମେ ମାସ ଖରା ପାଗ ଯୋଗୁଁ ନୁହେଁ, ବରଂ କ୍ଷମତାର ପରିବର୍ତ୍ତନଶୀଳ ସମୀକରଣରୁ ଉତ୍ପନ୍ନ ହୋଇଛି। ଅଭିନେତାରୁ ରାଜନେତା ହୋଇଥିବା…

ସ୍କୁଟିକୁ ଧକ୍କାଦେଲା ‘ଆମ ବସ୍‌’

ସମ୍ବଲପୁର,୮ା୫(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲା ଥାନା ଅନ୍ତର୍ଗତ ପିସି ବ୍ରିଜ୍‌ ନିକଟରେ ଜାତୀୟ ରାଜପଥ(୫୩) ଉପରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। ଦୁର୍ଘଟଣାରେ ବୁର୍ଲାର…

କରଣଙ୍କ ଚମତ୍କାର ଡେବ୍ୟୁ: ଏମିତି ଡ୍ରେସ୍‌ ପିନ୍ଧିଲେ ଚାହିଁ ରହିଗଲେ ସମସ୍ତେ

ପ୍ରଖ୍ୟାତ ଚଳଚ୍ଚିତ୍ର ନିର୍ମାତା କରଣ ଜୋହର ୨୦୨୬ ମେଟ ଗାଲାରେ ଏକ ଚମତ୍କାର ଡେବ୍ୟୁ କରିଥିଲେ। ଏହି ବିଶେଷ ଅବସର ପାଇଁ ସେ ପ୍ରଖ୍ୟାତ ଚିତ୍ରକର ରାଜା…

ଗୋଟିଏ ଟଙ୍କା ବି ଦରମା ନେଉ ନଥିଲେ ମମତା ବାନାର୍ଜୀ, କେମିତି ଚଳୁଥିଲେ ଦିଦି? ଜାଣିଲେ…

କୋଲକାତା,୮।୫: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନର ଆଶ୍ଚର୍ଯ୍ୟଜନକ ଫଳାଫଳ ପରେ, ପ୍ରଶାସନିକ ପୁନର୍ଗଠନ ତୀବ୍ର ହୋଇଛି। ରାଜ୍ୟପାଳ ମେ ୭ ତାରିଖରେ ପଶ୍ଚିମବଙ୍ଗ ବିଧାନସଭାକୁ ଭାଙ୍ଗି ଦେଇ ଏକ…

ତାମିଲନାଡୁରେ DMK-AIADMK ମେଣ୍ଟକୁ ନେଇ ବଡ଼ ଖୁଲାସା କଲେ ଷ୍ଟାଲିନଙ୍କ ପାଖଲୋକ, ବିଜୟ-କଂଗ୍ରେସ ଶୁଣି କାବା!

ଚେନ୍ନାଇ,୮।୫: ତାମିଲନାଡୁରେ କେଉଁ ଦଳ କିମ୍ୱା ମେଣ୍ଟ ସରକାର ଗଠନ କରିବ ସେ ସମ୍ପର୍କରେ ଚିତ୍ର ଅସ୍ପଷ୍ଟ ରହିଛି। ଗୋଟିଏ ପଟେ, ଟିଭିକେ ସର୍ୱାଧିକ ସଂଖ୍ୟକ ଆସନ…

ବାଣ୍ଟିଲେ ନାହିଁ, ବର୍ଷାପାଣିରେ ଭିଜିଲା ଛାତ୍ରୀଛାତ୍ରଙ୍କ ପାଠ୍ୟପୁସ୍ତକ

କଣାସ,୮ା୫(ବିଭୂତି ଭୂଷଣ ତ୍ରିପାଠୀ): କେନ୍ଦ୍ର ଓ ରାଜ୍ୟ ସରକାର ୧ମ ଶ୍ରେଣୀରୁ ୮ମ ଶ୍ରେଣୀ ପିଲାଙ୍କ ପାଇଁ ମାଗଣାରେ ପାଠ୍ୟପୁସ୍ତକ, ପୋଷାକ ଆଦି ଯୋଗାଇ ଦେଉଥିବାବେଳେ ମଧ୍ୟାହ୍ନଭୋଜନ…

ଆସିଲା ବଡ଼ ଅପଡେଟ୍, କେରଳ ପାଇଁ କଂଗ୍ରେସର ମୁଖ୍ୟମନ୍ତ୍ରୀ ଚୂଡ଼ାନ୍ତ!

ଥିରୁଭାନନ୍ତପୁରମ,୮ା୫: ପାଞ୍ଚଟି ରାଜ୍ୟର ନିର୍ବାଚନ ଫଳାଫଳ ଘୋଷଣା କରାଯାଇଛି। ଆସାମ ଏବଂ ପଶ୍ଚିମବଙ୍ଗରେ ଭାଜପା ଏକ ବଡ଼ ବିଜୟ ହାସଲ କରିଥିବା ବେଳେ, କେରଳରେ କଂଗ୍ରେସ ନେତୃତ୍ୱାଧୀନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri