ଦିଗପହଣ୍ଡିକୁ ପୁଣି ଲେଉଟିଲା ମହାବଳ, ଗାଁ ନିକଟରେ ବାଘ ପାଦ ଚିହ୍ନ ଠାବ, ଭୟରେ ଲୋକେ

ଦିଗପହଣ୍ଡି,୧୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧୀନ ଜକର ପଞ୍ଚାୟତ ଚୈତନ୍ୟ ପ୍ରସାଦ ଗ୍ରାମ ସଂଲଗ୍ନ ରତନେଇ ଜଙ୍ଗଲରେ ସୋମବାର ବନବିଭାଗ ମହାବଳ ବାଘର ପାଦ ଚିହ୍ନ ଚିହ୍ନଟ ହୋଇଛି। ଖବର ପାଇ ବ୍ରହ୍ମପୁର ସହକାରୀ ବନ୍ୟପ୍ରାଣୀ ସଂରକ୍ଷକ ଡ଼. ରୁଦ୍ର ପ୍ରସାଦ ରଥ,ଦିଗପହଣ୍ଡି ରେଞ୍ଜର ଦିବ୍ୟ ରଞ୍ଜନ ସାହୁ ସଦଳବଳେ ପହଞ୍ଚି ସବିଶେଷ ତଥ୍ୟ ସଂଗ୍ରହ କରି ଫେରିଛନ୍ତି। ଆଖପାଖରେ ଥିବା ବିଭିନ୍ନ ଗ୍ରାମବାସୀଙ୍କୁ ବାଘର ଉପସ୍ଥିତି ନେଇ ବନ ବିଭାଗ ପକ୍ଷରୁ ଲୋକଙ୍କୁ ସଚେତନ କରାଯାଇଛି। ସନ୍ଧ୍ୟାରୁ ସକାଳ ଯାଏ ସମ୍ପୃକ୍ତ ଇଲାକାରେ ଲୋକେ ଘରୁ ନ ବାହରିବା ପାଇଁ ପରାମର୍ଶ ଦିଆଯାଇଛି। ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ ଚିହ୍ନକୁ ବନବିଭାଗ ପକ୍ଷରୁ ଚିହ୍ନଟ କରାଯାଇଥିଲା। ବନବିଭାଗ ପକ୍ଷରୁ ୩ ଟିମ ଗଠନ କରାଯାଇ ବାଘର ଗତିପଥକୁ ଅନୁଧ୍ୟାନ ନିମନ୍ତେ ବିଭିନ୍ନ ସ୍ଥାନରେ ଟ୍ରାପ୍‌ କ୍ୟାମେରା ଲଗାଇବା ସହ ବନ କର୍ମଚାରୀ ମାନଙ୍କୁ ସେଠାରେ ମୁତୟନ କରାଯାଇଥିଲେ ମଧ୍ୟ ଟ୍ରାପ କ୍ୟାମେରାରୁ ବାଘର ଫଟୋ ମିଳିନଥିଲା। ମହାବଳ ଗଜପତି ଜିଲା ପାରଳାଖେମୁଣ୍ଡି ବନ ଡିଭିଜନ ଆର୍‌.ଉଦୟଗିରି ନିକଟ ଜଙ୍ଗଲକୁ ଚାଲିଯିବା ପରେ ପୁଣି ଗଞ୍ଜାମ ଜିଲା ଦିଗପହଣ୍ଡି ବନ ବିଭାଗ ରେଞ୍ଜ ଅଧୀନ ଗାଇଡ଼ା ଜଙ୍ଗଲକୁ ଫେରିଥିଲା। ଗତ ୧ ତାରିଖ ଦିଗପହଣ୍ଡି ଫରେଷ୍ଟ ରେଞ୍ଜ ଅଧିନ ନୂଆପଡ଼ା ବିଟ ଗାଇଡ଼ା ଜଙ୍ଗଲ ସଂଲଗ୍ନ ବାତରଡ଼ା ପଲ୍ଲୀ ଗ୍ରାମ ନିକଟରୁ ବନବିଭାଗ ବାଘର ପାଦ ଚିହ୍ନ ସଂଗ୍ରହ କରିଥିଲା। ମହାବଳ ଗତ ପ୍ରାୟ ୧ ମାସ ହେଲା ବନ ବିଭାଗକୁ ନୟାନ୍ତ କଲାଣି। ବାଘ ଟ୍ରାକିଂ ପାଇଁ ଜଙ୍ଗଲରେ ଟ୍ରାପ କ୍ୟାମେରା ଖଞ୍ଜା ଯାଇଥିଲେ ମଧ୍ୟ ବାଘ ଚକମା ଦେଖାଇ ଗୋଟିଏ ଜଙ୍ଗଲରୁ ରାତି ମଧ୍ୟରେ ଅନ୍ୟ ଜଙ୍ଗଲକୁ ଚାଲି ଯାଉଛି। କିନ୍ତୁ ଆଜିଯାଏ ବାଘ କୌଣସି ମଣିଷକୁ ଶିକାର କରିନଥିବା ବନ ବିଭାଗକୁ ସାମାନ୍ୟ ଆଶ୍ୱସ୍ତି ଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହାଲ୍‌ରେ ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର ଶିଳାନ୍ୟାସ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ

ସୁନାବେଡ଼ା, ୬।୧୦(କୃତ୍ତିବାସ ପ୍ରଧାନ): କୋରାପୁଟ ଜିଲା ସୁନାବେଡ଼ାସ୍ଥିତ ହିନ୍ଦୁସ୍ଥାନ ଏରୋନଟିକ୍ସ ଲିମିଟେଡ୍‌ (ହାଲ୍‌)କୁ ମଙ୍ଗଳବାର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଗସ୍ତକରି ଶକ୍ତି ମିଗ୍‌ ଇଞ୍ଜିନ ପ୍ରକଳ୍ପର…

କେଉଁ ୱେଟିଂ ଟିକେଟ ସବୁଠୁ ଆଗ କନଫର୍ମ ହୁଏ? ଜାଣନ୍ତୁ ରେଳବାଇର ନୂଆ ନିୟମ…

ଭାରତୀୟ ରେଳବାଇରେ ଯାତ୍ରା କରୁଥିବା ସମୟରେ ଯଦି ଆପଣଙ୍କୁ କନଫର୍ମ ସିଟ ନ ମିଳେ, ତେବେ IRCTC ସିଷ୍ଟମ ଆପଣଙ୍କୁ ୱେଟିଂ ଟିକେଟ (Waiting Ticket) ପ୍ରଦାନ…

ରାସ୍ତା କାମ ବିଳମ୍ବକୁ ନେଇ ବଣିକ ସଂଘର ଅସନ୍ତୋଷ

ପାତ୍ରପୁର, ୬/୧୦ (ଉମା ଚରଣ ନେପାକ): ପାତ୍ରପୁର ଏନ୍‌ଏସି ଅନ୍ତର୍ଗତ ତଳ ବସଷ୍ଟାଣ୍ଡ ଛକରେ ରାସ୍ତା ନିର୍ମାଣ କାର୍ଯ୍ୟରେ ବିଳମ୍ବକୁ ନେଇ ମା’ ଦୁର୍ଗାଦେବୀ ବଣିକ ସଂଘ…

ଧରିତ୍ରୀ ପ୍ରଭାବ: ମୁକୁଳା ଡ୍ରେନରେ ପଡ଼ିଲା କଭର ପ୍ଲେଟ୍

ଗଞ୍ଜାମ, ୬/୧୦ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ସମ୍ମୁଖରେ ଥିବା ମୁକୁଳା ଡ୍ରେନରେ ଗତକାଲି ବିଳମ୍ବିତ ରାତିରେ ଗୋଟିଏ ଗାଈ ଗଳି ପଡ଼ିଥିଲା। ଖବର ପାଇ ଛତ୍ରପୁର…

ସୌମ୍ୟରଞ୍ଜନ ମାମଲାରେ ହାଇକୋର୍ଟ ଗଲେ ବିଦ୍ୟାଭାରତୀ: ଆଗୁଆ ଜାମିନ ପାଇଁ ଆବେଦନ, ଅକ୍ଟୋବର ୩୦ ଯାଏ ହାଜର ସମୟ ବୃଦ୍ଧି

କଟକ, ୬।୧୦(ପ୍ରଭୁକଲ୍ୟାଣ ପାଲ୍): ବହୁଚର୍ଚ୍ଚିତ ଏସିଏଫ୍‌ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ସେ ଆଗୁଆ ଜାମିନ ପାଇଁ ହାଇକୋର୍ଟରେ…

ଛାତ୍ର ସଂସଦ ନିର୍ବାଚନ: ଅଣଛାତ୍ରଙ୍କ ପ୍ରବେଶ ଉପରେ ନଜର

ବ୍ରହ୍ମପୁର,୬ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଛାତ୍ର ସଂସଦ ନିର୍ବାଚନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ସୋମବାର ଘୋଷଣା କରାଯିବା ପରେ ମହାବିଦ୍ୟାଳୟ ଓ ବିଶ୍ୱ ବିଦ୍ୟାଳୟଗୁଡ଼ିକରେ ରାଜନୈତିକ ମାହୋଲ…

୩ ରାଶି ଉପରେ ରହିବ ରାହୁ-କେତୁଙ୍କ କୃପା: ଘର, ଗାଡ଼ିଠାରୁ ଚାକିରି ଯାଏ ସବୁ ସ୍ୱପ୍ନ ହେବ ପୂରଣ!

ଜ୍ୟୋତିଷ ଶାସ୍ତ୍ରରେ ରାହୁ ଏବଂ କେତୁଙ୍କୁ ଛାୟା ଗ୍ରହ ସହିତ ଅତ୍ୟନ୍ତ ପ୍ରଭାବଶାଳୀ ଗ୍ରହ ଭାବେ ବିବେଚନା କରାଯାଏ। ଏହି ଦୁଇ ଗ୍ରହଙ୍କ ପ୍ରଭାବ ବ୍ୟକ୍ତିଙ୍କ ଜୀବନରେ…

ଟିମ୍ ଇଣ୍ଡିଆକୁ ବଡ଼ ଝଟ୍‌କା: ନ୍ୟୁଜିଲ୍ୟାଣ୍ଡ ସିରିଜ୍ ପୂର୍ବରୁ ଆହତ ହେଲେ ଷ୍ଟାର୍ ବୋଲର, CoEରେ ଚାଲିଛି…

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍ ପରେ ଭାରତୀୟ କ୍ରିକେଟ୍ ଦଳ ନ୍ୟୁଜିଲ୍ୟାଣ୍ଡ ଗସ୍ତ କରିବ, ଯେଉଁଠାରେ ତିନୋଟିଯାକ ଫର୍ମାଟ୍‌ରେ ସିରିଜ୍ ଖେଳାଯିବ। ତେବେ ଏହି ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?