ବାଘ ଶିକାରୀଙ୍କୁ ବାନ୍ଧିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର(ବ୍ୟୁରୋ)/ବାଉଁଶୁଣୀ (ଡି.ଏନ୍‌.ଏ),୨୨ା୭(ବ୍ୟୁରୋ): ରାଜ୍ୟରେ ଥମୁନି ବାଘ ଶିକାର। ବିଲୁପ୍ତ ପ୍ରାୟ ହେବାକୁ ବସିଲାଣି ବାଘବଂଶ। ବାଘଙ୍କୁ ସୁରକ୍ଷା ତଥା ଶିକାର ରୋକିବା ଦିଗରେ ବନ ବିଭାଗ ଏକ ପ୍ରକାର ସ୍ଥାଣୁ ପାଲଟି ଯାଇଛି। ଅପରପକ୍ଷରେ କ୍ରାଇମବ୍ରାଞ୍ଚର ସ୍ପେଶାଲ୍‌ ଟାସ୍କ ଫୋର୍ସ(ଏସ୍‌ଟିଏଫ) ବିଭିନ୍ନ ସମୟରେ ଚଢ଼ାଉ କରି ବାଘଛାଲ ଜବତ କରିବା ସହ ଏଥିରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରି କୋର୍ଟଚାଲାଣ କରୁଛି। ବୁଧବାର ଏସ୍‌ଟିଏଫ୍‌ ଜଣେ ବନ୍ୟ ଜନ୍ତୁ ଶିକାରୀଙ୍କୁ କାବୁ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ବୌଦ୍ଧ ଜିଲା କଣ୍ଟାମାଳ ଘୁଞ୍ଚିଙ୍ଗିର ଗ୍ରାମର ହର ରଣା। ହର ବାଘଛାଲ ନେଇ ଅସାଧୁ ବ୍ୟବସାୟୀଙ୍କୁ ବିକ୍ରି କରିବାକୁ ଯାଉଥିବା ସମୟରେ ବୌଦ୍ଧ ମନମୁଣ୍ଡା ରେଞ୍ଜ ଅନ୍ତର୍ଗତ କପାସିରା ଗ୍ରାମ ନିକଟରେ ଏସ୍‌ଟିଏଫ ତାଙ୍କୁ କାବୁ କରିଥିଲା। ଗିରଫ ପରେ ତାଙ୍କୁ ଏସ୍‌ଟିଏଫ ପକ୍ଷରୁ ପଚରାଉଚରା ସମୟରେ ତାଙ୍କ ନିକଟରୁ ବିପୁଳ ପରିମାଣର ଗନ୍‌ ପାଉଡର ଓ ଗୁଳି ଜବତ କରାଯାଇଥିଲା। ହରଙ୍କ ନିକଟରୁ ଏକ ବାଘଛାଲ, ସିଙ୍ଗଲ ବୋର ଦେଶୀ ବନ୍ଧୁକ, ୧୨ ଗେଲ୍‌ ସୀସା ଗୁଳି, ୧୭ ସୀସା, ୨ଡବା ଗନ୍‌ ପାଉଡର ଓ ୨୫ ଖାଲି କେସ୍‌ ଜବତ କରାଯାଇଥିଲା, ଯାହାକି ବନ୍ୟଜନ୍ତୁ ଶିକାରରେ ବ୍ୟବହାର କରାଯାଏ। ଏନେଇ ଏସ୍‌ଟିଏଫ ପକ୍ଷରୁ ଆଇପିସି ଦଫା ୩୭୯/୪୧୧/୧୨୦(ବି), ଆର୍ମସ ଆକ୍ଟ ଦଫା ୨୫ ଓ ବନ୍ୟଜନ୍ତୁ ସୁରକ୍ଷା ଆଇନର ଦଫା ୫୧ରେ ଏକ ମାମଲା (୨୫/୨୧) ରୁଜୁ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ଅନ୍ୟ ଶିକାରୀଙ୍କୁ ଧରିବା ପାଇଁ ଏସ୍‌ଟିଏଫ୍‌ ଅଧିକ ତଦନ୍ତ ଚଳାଇଥିବାବେଳେ ବାଘଛାଲର ଫରେନ୍‌ସିକ ଯାଞ୍ଚ ପାଇଁ ଡେରାଡୁନ୍‌କୁ ପଠାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ସର୍ଭର ଡାଉନ, ପଞ୍ଜୀକରଣ ପାଇଁ ଚାଷୀ କଲବଲ

ହାଟଡିହୀ/ଛେନାପଦୀ,୩୦l୮(ଶୁଭକାନ୍ତ ନାୟକ/ନିରାକାର ପରିଡା): ଚାଷୀଙ୍କ ନାମ ପଞ୍ଜୀକରଣର ସମୟ ସୀମା ସରକାର ଆଉ ୭ ଦିନ ବୃଦ୍ଧି କରିଛନ୍ତି। କିନ୍ତୁ ସର୍ଭର ଡାଉନ ଥିବାରୁ ଚାଷୀ ନାମ…

ଲାଞ୍ଚ ନେଇ ଧରାପଡ଼ିଲେ ଜିଲା ଶ୍ରମ ଅଧିକାରୀ

କେନ୍ଦୁଝର,୩୦ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଶ୍ରମ ଅଧିକାରୀ ଆକାଶ ବିଶୋଇ ଜଣେ ବ୍ୟକ୍ତିଙ୍କଠାରୁ ଲାଞ୍ଚ ନେଇ ଭିଜିଲାନ୍ସ ବିଭାଗ ହାତରେ ଧରାପଡ଼ିଛନ୍ତି। ଜିଲା ଶ୍ରମ ଅଧିକାରୀ…

ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ବଞ୍ଚିଗଲା ସମସ୍ତ ସ୍କୁଲ ପିଲା, ଶିକ୍ଷକଙ୍କ ଜୀବନ, କେମିତି ଜାଣନ୍ତୁ…

କାଠମାଣ୍ଡୁ,୩୦ା୮: ନେପାଳରେ ପ୍ରଳୟଙ୍କରୀ ବନ୍ୟା ମାଡ଼ିଆସିବା ବେଳେ ଜଣେ ସ୍କୁଲ ପ୍ରିନି୍ସପାଲଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ୧,୬୪୩ ଜଣ ପିଲାଙ୍କ ଜୀବନ ବଞ୍ଚତ୍ୟାଇଛି। ନୁଓ୍ବାକୋଟ୍‌ ଜିଲା ତ୍ରିଭୁବନ…

ସ୍ବୟଂ ସହାୟିକା ଗୋଷ୍ଠୀ ଟଙ୍କା ଆତ୍ମାସତ କରି ମହିଳା ଗିରଫ, ମୁଖ୍ୟ ଅଭିଯୁକ୍ତ ଫେରାର

ପାରଳାଖେମୁଣ୍ଡି,୩୦ା୮(ଗିରିଧାରୀ ପରିଚ୍ଛା): ସ୍ବୟଂ ସହାୟକ ଗୋଷ୍ଠୀ ଜଟଙ୍କା ଓ ସୁନା ସଂଗ୍ରହ କରି ଆତ୍ମସାତ୍‌ କରିବା ଅଭିଯୋଗରେ ପାରଳାଖେମୁଣ୍ଡି ପୋଲିସ ଜଣଙ୍କୁ ହାଇଦ୍ରାବାଦରୁ ଗିରଫ କରିଛି। ଗିରଫ…

ହକି ବିଶ୍ୱକପ୍‌: ନେଦରଲାଣ୍ଡ୍ସକୁ ହରାଇ ବ୍ରୋଞ୍ଜ ପଦକ ଜିତିଲା ଆର୍ଜେଣ୍ଟିନା

ବେଲଫିଅସ,୩୦ା୮: ଚଳିତ ଏଫ୍‌ଆଇଏଚ୍‌ ପୁରୁଷ ହକି ବିଶ୍ୱକପ୍‌ରେ ଆର୍ଜେଣ୍ଟିନା ବ୍ରୋଞ୍ଜ ପଦକ ହାସଲ କରିଛି। ରବିବାର ଅନୁଷ୍ଠିତ ମ୍ୟାଚ୍‌ରେ ଆର୍ଜେଣ୍ଟିନା ୨-୧ ଗୋଲରେ ହକି ପାଓ୍ବରହାଉସ୍‌ ତଥା…

ଛତ୍ରପୁରରେ ଚାଞ୍ଚଲ୍ୟ: ଚିକିତ୍ସାଳୟରୁ ମୂକ ଶିଶୁକନ୍ୟା ଚୋରି, ସିସିଟିଭି ଯାଞ୍ଚ କରୁଛି ପୋଲିସ

ଛତ୍ରପୁର,୩୦ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ଉପଖଣ୍ଡ ଚିକିତ୍ସାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଗୋଟିଏ ୫ ବର୍ଷର ମୂକ ଶିଶୁକନ୍ୟାକୁ ଜଣେ ବ୍ୟକ୍ତି ଚୋରି…

ଇମ୍ରାନ ମାମଲା: ପାକିସ୍ତାନ କ୍ରିକେଟରଙ୍କୁ ମୁହଁ ନ ଖୋଲିବାକୁ ପିସିବିର ବଡ଼ ତାଗିଦ

କରାଚୀ,୩୦ା୮: ଜେଲରେ ଥିବା ଇମ୍ରାନ ଖାନ୍‌ଙ୍କ ସମ୍ପର୍କରେ ଚଳିତ ଇଂଲଣ୍ଡ ବିପକ୍ଷରେ ଟେଷ୍ଟ ସିରିଜ୍‌ ଖେଳୁଥିବା ପାକିସ୍ତାନ କ୍ରିକେଟ ଦଳର ସଦସ୍ୟଙ୍କୁ କୌଣସି ମତାମତ ନ ଦେବାକୁ…

ଘରେ ପଶି ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ, ଜେଲ୍‌ ଗଲେ ଯୁବକ

ଦିଗପହଣ୍ଡି,୩୦ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଶନିବାର ମଧ୍ୟାହ୍ନରେ ଘରେ ପଶି ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀ(୨୧)ଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri