ଗାଁରେ ବୁଲୁଛି ବାଘ

ଭବାନୀପାଟଣା,୧୪।୮(ସ୍ବ.ପ୍ର.): କଳାହାଣ୍ଡିରେ ବାଘ ଭୟ। ଜିଲାର ସିଙ୍ଗାରି ସଂରକ୍ଷିତ ଜଙ୍ଗଲ ଏବଂ ଦେବଗିରି ସଂରକ୍ଷିତ ଜଙ୍ଗଲରେ ବାଘ ବୁଲୁଥିବା ଜଣାପଡିବା ପରେ ଆଖପାଖ ଗ୍ରାମବାସୀ ଭୟଭୀତ ହୋଇପଡିଛନ୍ତି।

ମିଳିଥିବା ସୂଚନା ଅନୁଯାୟୀ, ଜିଲାର ଦକ୍ଷିଣ ବନଖଣ୍ଡ ଅନ୍ତର୍ଗତ ଥୁଆମୂଳ ରାମପୁର ରେଞ୍ଜରେ ଥିବା ସିଙ୍ଗାରି ଓ ଦେବଗିରି ସଂରକ୍ଷିତ ଜଙ୍ଗଲର ପାଦଦେଶରେ ଥିବା ଘୋଡ଼ାବନ୍ଧା ଗାଁରେ କିଛି ଦିନ ହେବ ବାଘ ଚଳପ୍ରଚଳ କରୁଛି । ଗାଁ ନିକଟକୁ ବାଘ ଆସିଥିବା କିଛି ଯୁବକ ଦେଖିବା ପରେ ଏବେ ଗ୍ରାମବାସୀଙ୍କ ମଧ୍ୟରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏପରି କି ଗାଁ ଶେଷମୁଣ୍ଡରେ ବାଘ ପାଦ ଚିହ୍ନ ଥିବା ଦେଖିବାକୁ ମିଳିଛି । ଏନେଇ ଘୋଡାବନ୍ଧା ସମେତ ତାଳପଦର, କଦଲିଚୁଆଁ, କସାବାହି, ପାଜେନ ଆଦି ଗାଁ ଲୋକେ ଭୟଭୀତ ଅବସ୍ଥାରେ ରହିଛନ୍ତି। ଏନେଇ ଥୁଆମୂଳ ରାମପୁର ରେଞ୍ଜର ସୁଦର୍ଶନ ଦେହୁରୀଙ୍କୁ ପଚାରିବାରୁ ବର୍ଷା ଛାଡିଲା ପରେ ଘଟଣାସ୍ଥଳ ଅନୁଧ୍ୟାନ କରିବୁ ବୋଲି କହିଥିଲେ। ସେହିପରି ଉକ୍ତ ପାଦ ଚିହ୍ନଟି ହେଟା କିମ୍ବା ଚିତା ବାଘର ତାହା ହୋଇପାରେ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

ମଦ ବନ୍ଦ ଦାବିରେ ଅବକାରୀ ଥାନା ଘେରିଲେ ମହିଳା

ପାଟଣା,୨ା୪(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣାବ୍ଲକ ବଡ଼ ପାଟଣା ପଞ୍ଚାୟତ ଓ ଟାଙ୍ଗରପଡ଼ା ପଞ୍ଚାୟତ ବିଭିନ୍ନ ଗ୍ରାମର ଶତାଧିକ ମହିଳା କେନ୍ଦୁଝର ଏମ୍‌ପି ଅନନ୍ତ ନାୟକଙ୍କ ଅବକାରୀ…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri