ପୁଣି ମଇଁଷି ମାରିଲା ବାଘ: ଗ୍ରାମବାସୀ ଆତଙ୍କିତ

କେନ୍ଦୁଝର/ଘଟଗାଁ,୭ା୪(ସ୍ବ.ପ୍ର./ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଘଟଗାଁ  ରେଞ୍ଜ୍‌ ଅଟେଇ ସଂରକ୍ଷିତ ଜଙ୍ଗଲ ମେଲାଣ ପାଲମଣି ସାହିରେ ବାଘ ପୁଣି ମଇଁଷି ମାରିଛି। କ୍ଷତିପୂରଣ ଦାବିରେ ଗ୍ରାମବାସୀ ବନ ବିଭାଗ କର୍ମଚାରୀଙ୍କୁ ଘେରାଉ କରିଥିଲେ। ଉତ୍ତେଜନାକୁ ଦୃଷ୍ଟିରେ ରଖି ମୃତ ମଇଁଷି ମାଲିକଙ୍କୁ ୫ ହଜାର ଟଙ୍କା ସହାୟତା ପ୍ରଦାନ କରାଯାଇଛି। ତଦନ୍ତ ପରେ ମଇଁଷି ମୃତ୍ୟୁର କାରଣ ଜଣାପଡ଼ିବ ବୋଲି ରେଞ୍ଜ୍‌ ଅଧିକାରୀ ପ୍ରଭାତ କୁଅଁର କହିଛନ୍ତି।
ଗ୍ରାମ ନିକଟରେ ବାଘ ବୁଲୁଥିବା ଖବର ପ୍ରଚାର ପରେ ଲୋକେ ଆତଙ୍କିତ ଅବସ୍ଥାରେ ରହିଛନ୍ତି।
ସୂଚନା ଅନୁଯାୟୀ, ସାହିର କୁତୁଲୁ ମୁଣ୍ଡାଙ୍କ ୮ଟି ମଇଁଷି ସକାଳେ ଜଙ୍ଗଲରେ ଚରିବୁଲି ଘରକୁ ଫେରିବା ପରେ ଏକ ମଇଁଷି ଖଣ୍ଡିଆଖାବରା ହୋଇଥିବା କୁତୁଲୁ ଦେଖିଥିଲେ। ତେବେ ପୂର୍ବାହ୍ନ ପ୍ରାୟ ୧୧ଟାରେ ସେହି ମଇଁଷିର ମୃତ୍ୟୁ ହୋଇଥିଲା। ବାଘ ଆକ୍ରମଣରେ ମୃତ୍ୟୁ ହୋଇଥିବା ଦାବିକରି ମାଲିକ ଓ ଗ୍ରାମବସୀ କ୍ଷତିପୂରଣ ପାଇଁ ଅଡ଼ିବସିଥିଲେ। ଉକ୍ତ ଅଟେଇ ଜଙ୍ଗଲରେ ମାସେ ତଳେ ଏକ ମହାବଳ ବାଘ ବୁଲୁଥିବା ଖବର ମିଳିବା ପରେ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଥିଲା। ବନ ବିଭାଗ ବାଘ ଓ ଲୋକଙ୍କ ସୁରକ୍ଷା ପାଇଁ ବ୍ୟାପକ ପଦକ୍ଷେପ ଗ୍ରହଣ କରିଆସୁଛି। ତେବେ କିଛିଦିନ ତଳେ ତିନୋଟି ମଇଁଷିର ମୃତଦେହ ଜଙ୍ଗଲରୁ ମିଳିବା ପରେ ପୁଣି ବାଘ ଆକ୍ରମଣ ଚର୍ଚ୍ଚାର ବିଷୟ ହୋଇଥିଲା। ବାଘ କାମୁଡ଼ାରେ ନା ଆଉ କିଏ ମାରିଥିବା ନେଇ ସ୍ଥାନୀୟ ଲୋକେ ଆଶଙ୍କାରେ ଥିବାବେଳେ ଏଭଳି ଆଉ ଏକ ମଇଁଷିର ମୃତ୍ୟୁ ଚିନ୍ତା ବଢ଼ାଇଦେଇଛି। ତେବେ ଜଙ୍ଗଲକୁ ଗୃହପାଳିତ ପ୍ରାଣୀ ନ ଛାଡ଼ିବାକୁ ବିଭାଗ ବାରମ୍ବାର ତାଗିଦ୍‌ କରୁଥିଲେ ହେଁ ସ୍ଥାନୀୟ ଲୋକେ ଛାଡୁଥିବାରୁ ସାଧାରଣରେ ଉଦ୍‌ବେଗ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ବ୍ୟାଟିଂ ପଛର ରାଜ୍‌ ଖୋଲିଲେ ବୈଭବ ସୂର୍ଯ୍ୟବଂଶୀ: କହୁ କହୁ କହିଦେଲେ…

ନୂଆଦିଲ୍ଲୀ,୧୧।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ବୈଭବ ସୂର୍ଯ୍ୟବଂଶୀ ୭୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ମାତ୍ର ୨୬ ବଲ ଖେଳି ସେ ୭ଟି ଛକା…

ବିମାନର ପ୍ରତ୍ୟେକ ସିଟ୍‌ରେ ଲାଗିଛି ପିଲାଙ୍କ ଫଟୋ ସହ ବ୍ୟାଗ-ଜୋତା, କାହିଁକି ଏମିତି କରି ପାକିସ୍ତାନରେ ପହଞ୍ଚିଲା ଇରାନ, ସବୁ ଦେଖିକି…

ନୂଆଦିଲ୍ଲୀ,୧୧।୪: ଇରାନ-ଆମେରିକା ଶାନ୍ତି ଆଲୋଚନା ପାଇଁ ଇସଲାମାବାଦ ପ୍ରସ୍ତୁତ। ଇରାନ ପ୍ରତିନିଧି ଦଳ ପାକିସ୍ତାନରେ ପହଞ୍ଚିଛନ୍ତି। ଆଜି ଶନିବାର ଦିନ ଇରାନ ଏବଂ ଆମେରିକା ଆଲୋଚନା ଟେବୁଲରେ…

ମୃତ୍ୟୁର ମିତ୍ର ଓ ଶାନ୍ତିର ସନ୍‌ମାର୍ଗ

ଆଧୁନିକ ଆମେରିକାର ଜନକ ବୋଲି କୁହାଯାଉଥିବା ବିଶିଷ୍ଟ ଲେଖକ, ଦାର୍ଶନିକ, ବୈଜ୍ଞାନିକ ତଥା ରାଷ୍ଟ୍ରନୀତିଜ୍ଞ ବେଞ୍ଜାମିନ ଫ୍ରାଙ୍କ୍‌ଲିନ କହୁଥିଲେ- ”ଦୁନିଆରେ କିଏ କେଉଁଠି କେବେ ଗୋଟେ ଭଲ…

ମହାତ୍ମା ଜ୍ୟୋତିରାଓ ଫୁଲେ: ଭାରତର ମାର୍ଗଦର୍ଶନ କରୁଥିବା ଏକ ଆଲୋକବର୍ତ୍ତିକା

ଆଜି ୧୧ ଏପ୍ରିଲ। ଆମ ସମସ୍ତଙ୍କ ପାଇଁ ଅତି ସ୍ବତନ୍ତ୍ର ଦିନ। ଆଜି ହେଉଛି ଭାରତର ମହାନ୍‌ ସମାଜ ସଂସ୍କାରକ ତଥା ଅନେକ ପିଢ଼ି ପାଇଁ ମାର୍ଗଦର୍ଶକ…

କାହାକୁ ଚିୟର କରିବେ ଗିଲ୍‌ ନା ଅର୍ଜୁନ: ଏମିତି ପ୍ରତିକ୍ରିୟା ଦେଲେ ସାରା ତେନ୍ଦୁଲକର, ଦେଖନ୍ତୁ VIDEO

ଲକ୍ଷ୍ନୌ,୧୧।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ରେ ଆଜି ଦୁଇଟି ମ୍ୟାଚ ଖେଳାଯିବ। ଲକ୍ଷ୍ନୌ ସୁପର ଜାଏଣ୍ଟ୍ସ ଏବଂ ଗୁଜରାଟ ଟାଇଟାନ୍ସ ଖେଳିବେ। ମ୍ୟାଚ ପୂର୍ବରୁ ସାରା ତେନ୍ଦୁଲକରଙ୍କ ଏକ…

ଅଧିକାରୀ ଅଭାବ

ମଧ୍ୟପ୍ରଦେଶରେ ଅନୁମୋଦିତ ସଂଖ୍ୟା ତୁଳନାରେ ୧୫୦ରୁ ଅଧିକ ଆଇଏଏସ୍‌ ଅଧିକାରୀଙ୍କ ଅଭାବ ରହିଛି। ଏହା ଏକ ସାମାନ୍ୟ ବ୍ୟବଧାନ ନୁହେଁ ବରଂ ଏକ ବ୍ୟବସ୍ଥାଗତ ଅଭାବକୁ ଇଙ୍ଗିତ…

ଇରାନ-ଆମେରିକା ଯୁଦ୍ଧବିରତି ଉପରେ ଆଲୋଚନା ଦୂରର କଥା: ବୈଠକ ପୂର୍ବରୁ ୨ଟି ବଡ଼ ସର୍ତ୍ତ ରଖିଦେଲେ…

ନୂଆଦିଲ୍ଲୀ,୧୧।୪: ଇରାନ ଏବଂ ଆମେରିକା ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଏକ ଇରାନୀ ପ୍ରତିନିଧି ଦଳ ଶାନ୍ତି ଆଲୋଚନା ପାଇଁ ଇସଲାମାବାଦରେ ପହଞ୍ଚିଛି। ଏହି ପ୍ରତିନିଧି ଦଳ…

ଯାତ୍ରୀବାହୀ ବସ୍‌କୁ ପଛପଟୁ ପିଟିଲା ଟ୍ରକ: ବିଦ୍ୟୁତ ଟ୍ରାନ୍ସଫର୍ମରରେ ବାଜି…

ସୋହେଲା,୧୧।୪(ଅଶ୍ବିନୀ ପାତ୍ର):ବରଗଡ଼ ଜିଲା ସୋହେଲାଠାରେ ବରଗଡ଼ ରାୟପୁର ଜାତୀୟ ରାଜପଥ ରେ ଏକ ବଡ଼ ଧରଣର ସଡକ ଦୁର୍ଘଟଣା ଘଟିଯାଇଛି। ଶୁକ୍ରବାର ବିଳମ୍ବିତ ରାତିରେ ରାଉରକେଲାରୁ ରାୟପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri