ଦିଗପହଣ୍ଡିରେ ବୁଲୁଛି ମହାବଳ; ପାଦଚିହ୍ନ ଠାବ, ସନ୍ଧ୍ୟାରେ ଘରୁ ନ ବାହାରିବାକୁ ପରାମର୍ଶ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ-ଗଜପତି ଜିଲା ସୀମାନ୍ତ ଦିଗପହଣ୍ଡି ବ୍ଳକ ଖମ୍ବାରୀ ଗାଁ ପଞ୍ଚାୟତର ଆଦିବାସୀ ଗ୍ରାମ ପଦ୍ମପୁର ନିକଟସ୍ଥ ମକାବାଡରେ ମହାବଳ ବାଘର ପାଦ ଚିହ୍ନ କୁ ବନବିଭାଗ ପକ୍ଷରୁ ଚିହ୍ନଟ କରାଯାଇଛି। ବାଘ ବୁଲୁଥିବା ଖବର ବୁଧବାର ସକାଳେ ପ୍ରଚାରିତ ହେବାପରେ ସମ୍ପୃକ୍ତ ଅଞ୍ଚଳରେ କୋକୁଆ ଭୟ ସୃଷ୍ଟି ହୋଇଛି।

ମଙ୍ଗଳବାର ରାତିରେ ଖମାରୀ ଗାଁ ଘୋଡାହାଡ ଡ୍ୟାମ ନିକଟସ୍ଥ ପଦ୍ମପୁର ଗ୍ରାମର ମଙ୍ଗଳା ମଣ୍ଡଳଙ୍କ ୪ ଟି ବଳଦ ନିକଟସ୍ଥ ମକା ବାଡରେ ବନ୍ଧା ହୋଇଥିଲା। ମଧ୍ୟ ରାତ୍ରୀରେ ବଳଦର ରଡ଼ି ଶୁଣି କିଛି ଗ୍ରାମବାସୀ ଦୈାଡି ଯାଇ ଦେଖିବା ବେଳକୁ ଗାଈକୁ ମାରି ବାଘ ଚାଲିଯାଇଥିଲା। ବୁଧବାର ସକାଳେ ଖବରପାଇ ଦିଗପହଣ୍ଡି ବନାଞ୍ଚଳ କର୍ମଚାରୀ ସେଠାରେ ପହଞ୍ଚି ମକାବାଡରେ ପଡିଥିବା ବାଘର ପାଦ ଚିହ୍ନ ଠାବ କରିଥିଲେ ।

ଏପରିକି ବନବିଭାଗ ପକ୍ଷରୁ ୩ ଟିମ୍ ଗଠନ କରାଯାଇ ବାଘର ଗତିପଥକୁ ଅନୁଧ୍ୟାନ ନିମନ୍ତେ ବିଭିନ୍ନ ସ୍ଥାନରେ ଟ୍ରାପ କ୍ୟାମେରା ଲଗାଇବା ସହ ବନ କର୍ମଚାରୀ ମାନଙ୍କୁ ସେଠାରେ ମୁତୟନ କରାଯାଇଥିବା ଦିଗପହଣ୍ଡି ରେଞ୍ଜର ଦିବ୍ୟରଞ୍ଜନ ସାହୁ କହିଛନ୍ତି। ବନବିଭାଗ ପକ୍ଷରୁ ସଂଗୃହିତ ପାଦ ଚିହ୍ନ ମହାବଳ ବାଘର । ତେଣୁ ବନବିଭାଗ ପକ୍ଷରୁ ସମ୍ପୃକ୍ତ ଅଞ୍ଚଳରେ ଥିବା ବିଭିନ୍ନ ଗ୍ରାମର ଗ୍ରାମବାସୀଙ୍କୁ ସନ୍ଧ୍ଯାରେ ଘରୁ ନ ବାହାରିବା ପାଇଁ ବ୍ୟାପକ ସଚେତନତା କରାଯାଇଥିବା ରେଞ୍ଜର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାରତର ୭ ବଡ଼ ବ୍ୟବସାୟୀ ଟ୍ରମ୍ପଙ୍କ ସହ କରିବେ ଡିନର୍‌, ଶକ୍ତି ପ୍ରଦର୍ଶନ କରିବ ଭାରତ

ନୂଆଦିଲ୍ଲୀ,୨୧।୧: ଡାଭୋସରେ ଚାଲିଥିବା ବିଶ୍ୱ ଅର୍ଥନୈତିକ ଫୋରମ (WEF) ସମୟରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଅନେକ ବଡ଼ ଭାରତୀୟ ବ୍ୟବସାୟୀଙ୍କୁ ଭେଟିବେ। NDTV ଅନୁଯାୟୀ,...

ଇତିହାସ ରଚିଲା ‘ଭେରୋନିକା’: ବିଶ୍ୱର ପ୍ରଥମ ଗାଈ ଭାବେ କଲା ଏପରି କାରନାମା

ପଶୁ ଜଗତର ବୁଦ୍ଧିମତାକୁ ନେଇ ଏକ ଆଶ୍ଚର୍ଯ୍ୟଜନକ ତଥ୍ୟ ସାମ୍ନାକୁ ଆସିଛି। ଅଷ୍ଟ୍ରିଆର ‘ଭେରୋନିକା’ ନାମକ ଏକ ଗାଈ ନିଜର ଚତୁରତା ପାଇଁ ଏବେ ସାରା...

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ନେଇ ମୁହଁ ଖୋଲିଲେ ନବୀନ, ନୂଆ ମୁଖିଆ….

ଭୁବନେଶ୍ୱର,୨୧।୧:  ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ...

୧୮ରୁ ୫୫ ବର୍ଷୀୟ ଏହି ମହିଳାମାନଙ୍କୁ ସରକାର ଦେବେ ୫୦୦୦ ଟଙ୍କା, ଯୋଜନାର ଲାଭ କିପରି ନେବେ ଜାଣି ରଖନ୍ତୁ…

ନୂଆଦିଲ୍ଲୀ,୨୧।୧: ଭାରତ ସରକାର ଦେଶର ନାଗରିକଙ୍କ ପାଇଁ ଅନେକ କଲ୍ୟାଣକାରୀ ଯୋଜନା ଚଳାଇଛନ୍ତି। ଏହି ଯୋଜନାଗୁଡ଼ିକ ମଧ୍ୟରୁ ଏକ ଗୁରୁତ୍ୱପୂର୍ଣ୍ଣ ଯୋଜନା ହେଉଛି ପ୍ରଧାନମନ୍ତ୍ରୀ ମାତୃ...

ବରଗଡ଼ରେ ପୁଣି କଫ ସିରପ କାରବାର: ୭୬ ହଜାରରୁ ଅଧିକ ଟଙ୍କା ଜବତ ସହ…

ବରଗଡ଼,୨୧ା୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲସ ବୁଧବାର ୫୦୫୦ବୋତଲ କଫ୍‌ ସିରପ୍‌ ଜବତ କରିଛି। ଏଥିରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଥିବାବେଳେ...

BCBକୁ ଆଉ ଗୋଟିଏ ଦିନ ସମୟ ଦେଇଛି ICC, ଯଦି ବାଂଲାଦେଶ ଟି-୨୦ ବିଶ୍ୱକପ ପାଇଁ ଭାରତ ନ ଆସେ ତେବେ…

ନୂଆଦିଲ୍ଲୀ,୨୧।୧: ୨୦୨୬ ଟି୨୦ ବିଶ୍ୱକପ ପାଇଁ ବାଂଲାଦେଶ ଦଳ ଭାରତ ଯାତ୍ରା କରିବ କି ନାହିଁ ସେ ବିଷୟରେ ଏପର୍ଯ୍ୟନ୍ତ କୌଣସି ଆନୁଷ୍ଠାନିକ ନିଷ୍ପତ୍ତି ହୋଇନାହିଁ।...

ଯୁବକଙ୍କୁ ହଜି ଯାଇଥିବା ଫୋନ୍‌ ଫେରାଇଲେ ଏମ୍‌ପିଙ୍କ ପିଏ

ରାୟଗଡ଼ା,୨୧ା୧(ଆଶିଷ ରଞ୍ଜନ ପଣ୍ଡା): କୋରାପୁଟ ଏମ୍‌ପିଙ୍କ ପିଏ ବାପି ପଟ୍ଟନାୟକ ଜଣେ ଯୁବକଙ୍କ ହଜି ଯାଇଥିବା ମୋବାଇଲ ଫେରାଇ ମାନବିକତାର ପରିଚୟ ଦେଖାଇଛନ୍ତି। ସୂଚନା ମୁତାବକ...

ଝିଅର ଜୀବନ ବଞ୍ଚାଇବାକୁ ଏମିତି ଅପିଲ କଲେ ମହିଳା ପ୍ରଶଂସକ, ଭିଡିଓ ହେଉଛି ଭାଇରାଲ

ନୂଆଦିଲ୍ଲୀ,୨୧।୧: ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହୋଇଛି ଯେଉଁଥିରେ ଜଣେ ମହିଳା ସୁରକ୍ଷା ଭାଙ୍ଗୁଥିବା ଏବଂ ପୂର୍ବତନ ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ପାଖକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri