ବାଘଛାଲ ଜବତ, ୨ ଗିରଫ

ଫୁଲବାଣୀ ଅଫିସ, ୧୩ା୫: କନ୍ଧମାଳ ଜିଲା ଚକାପାଦ ବ୍ଲକ ପସରା ପଞ୍ଚାୟତ ପଖାଳଖିଆ ଗ୍ରାମ ନିକଟରେ ଫୁଲବାଣୀ ବନ ବିଭାଗ ଚଢ଼ାଉ କରି ଚାଲାଣ ପାଇଁ ପ୍ରସ୍ତୁତ ହେଉଥିବା ଏକ କଲରାପତରିଆ ବାଘ ଛାଲକୁ ଜବତ କରିଛି । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେମାନେ ହେଲେ ଆଲୋକ କହଁର ଏବଂ ଯଶୋବନ୍ତ କହଁର। ବାଘ ଛାଲ କେଉଁଠୁ ଆସିଲା ତାହାର ତଦନ୍ତ ଚାଲିଥିବା ବନଖଣ୍ଡ ଅଧିକାରୀ ପ୍ରଶାନ୍ତ ପଟେଲ କହିଛନ୍ତି।
ପ୍ରକାଶ ଯେ, ଆଲୋକ ଓ ଯଶୋବନ୍ତ ଏକ ବାଘ ଛାଲକୁ ବାହାର ଜିଲାରେ ବିକ୍ରି କରିବା ପାଇଁ ଯୋଜନା କରୁଥିବା ସମ୍ପର୍କରେ ବନ ବିଭାଗକୁ ଖବର ମିଳିଥିଲା। ଡିଏଫଓ ପଟେଲଙ୍କ ନିର୍ଦ୍ଦେଶ କ୍ରମେ ଏସିଏଫ ମଳୟ ରଞ୍ଜନ କାଲୋ, ଫୁଲବାଣୀ ରେଞ୍ଜର ଶିଶିର କୁମାର ଝାଙ୍କରଙ୍କ ନେତୃତ୍ୱରେ ଏକ ୧୨ ଜଣିଆ ସ୍ବତନ୍ତ୍ର ଟିମ ଗଠନ କରାଯାଇ ଖଜୁରୀପଡ଼ା ଅଞ୍ଚଳରେ ଚଢା଼ଉ କରାଯାଇଥିଲା। ବାଘ ଛାଲକୁ ନେଇ ଯୁବକ ଦ୍ୱୟ କେଉଁ ସ୍ଥାନକୁ ଯାଉଥିଲେ, ସେମାନେ ବାଘ ଶିକାର କରନ୍ତି କି ନାହିଁ ଏବଂ ସେମାନେ କେଉଁ ରାକେଟ ସହିତ ସମ୍ପୃକ୍ତ ଅଛନ୍ତି, ସେ ନେଇ ତଦନ୍ତ ଚାଲିଛି। ଆବଶ୍ୟକ ପଡ଼ିଲେ ଦୁଇ ଜଣଙ୍କୁ କୋର୍ଟରୁ ରିମାଣ୍ଡରେ ଅଣାଯିବ ବୋଲି ଡିଏଫଓ ପଟେଲ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୧୭ ଅଗଷ୍ଟରେ ମଘା ନକ୍ଷତ୍ରରେ ପ୍ରବେଶ କରିବେ ସୂର୍ଯ୍ୟ, ମେଷ ସମେତ ୩ ରାଶିରେ ଧନବର୍ଷା

୧୭ ଅଗଷ୍ଟ ସକାଳେ ସୂର୍ଯ୍ୟ କେତୁଙ୍କ ଦ୍ୱାରା ଶାସିତ ମଘା ନକ୍ଷତ୍ରରେ ପ୍ରବେଶ କରିବେ। ସୂର୍ଯ୍ୟଙ୍କ ପାଇଁ ନକ୍ଷତ୍ରର ଏହି ପରିବର୍ତ୍ତନ ସକାଳ ୮:୦୩ ରେ ଘଟିବ।…

ତ୍ରିରଙ୍ଗା ଅଭିଯାନରେ ସାମିଲ ହେଲେ ଜିଲାପାଳ, ସ୍ବାଧୀନତା ସଂଗ୍ରାମୀ ତ୍ୟାଗ ଓ ବଳିଦାନକୁ ମନେ ପକାଇ…

ଛତ୍ରପୁର,୧୩ା୮(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ସ୍ବାଧୀନତା ଦିବସ ପୂର୍ବରୁ ଦେଶବ୍ୟାପୀ ‘ହର୍‌ଘର ତ୍ରିରଙ୍ଗା’ ଅଭିଯାନକୁ ସଫଳ କରିବା ଲକ୍ଷ୍ୟରେ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ ନିଜ ବାସଭବନରେ…

ଦାରିଙ୍ଗବାଡିରେ ହର୍‌ ଘର୍‌ ତ୍ରିରଙ୍ଗା: ଯୋଗଦେଲେ ଶହ ଶହ ଛାତ୍ରୀଛାତ୍ର

ଦାରିଙ୍ଗବାଡି, ୧୩।୮(ଅରୁଣ ସାହୁ): ଆଉ ମାତ୍ର ଗୋଟିଏ ଦିନ ପରେ ଦେଶ ପାଳିବ ସ୍ବାଧୀନତା ଦିବସ। ଏହି ଅବସରରେ ସାରା ଦେଶ ଉତ୍ସବ ମୁଖର ହୋଇଥିବାବେଳେ ଏଥିରେ…

ଜାତି ଅଲଗା, ମମତା ଗୋଟିଏ! ଗାଈର ବାଛୁରୀକୁ ନିଜ କ୍ଷୀର ପିଆଇଲା କୁକୁର, ଭିଡିଓ ଦେଖି ଭାବବିହ୍ବଳ ଲୋକେ

ସୋସିଆଲ ମିଡିଆରେ ଏହିଦିନଗୁଡ଼ିକରେ ଏକ ଅତ୍ୟନ୍ତ ଭାବବିହ୍ବଳ କରିଦେଉଥିବା ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଭିଡିଓଟି ଦେଖି ଲୋକଙ୍କ ହୃଦୟ ତରଳି ଯାଉଛି। ଭିଡିଓରେ ଏକ…

ହୀରାକୁଦ ଡ୍ୟାମକୁ ପ୍ରବେଶ କରୁଛି ୧ ଲକ୍ଷ ଘନଫୁଟରୁ ଅଧିକ ବନ୍ୟାଜଳ, ୨ ଗେଟ୍‌ରେ ହେଉଛି ନିଷ୍କାସନ

ସମ୍ବଲପୁର,୧୩ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାର ପୁଣି ୪ଟି ସ୍ଲୁଇସ୍‌ ଗେଟ୍‌ ବନ୍ଦ କରାଯାଇଛି ଫଳରେ ବର୍ତ୍ତମାନ କେବଳ ୨ଟି ଗେଟ୍‌ରେ ଅତିରିକ୍ତ ବନ୍ୟାଜଳ ନିଷ୍କାସନ କରାଯାଉଛି। ତେବେ…

କୂଳ ଲଙ୍ଘୁଛି ସମୁଦ୍ର: ପଥର ବନ୍ଧ ନିର୍ମାଣ ଦାବି ଦୋହରାଇଲେ ଅଞ୍ଚଳବାସୀ

ଛତ୍ରପୁର,୧୩।୮(ଦିଲୀପ ସାମଲ): ଦିନକୁ ଦିନ ସମୁଦ୍ର କୂଳ ଲଘୁଂଥିବାରୁ ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଆର୍ଯ୍ୟପଲ୍ଲୀ ଅଞ୍ଚଳବାସୀ ଭୟଭୀତ ଅବସ୍ଥାରେ ଅଛନ୍ତି। ସମୁଦ୍ର ଉପକୂଳରେ ସ୍ଥାୟୀ ପଥର ବନ୍ଧ…

ଗୁଟଖା-ତମାଖୁ ଉପରେ ସରକାରଙ୍କ ବଡ଼ ଆକ୍ସନ୍! ୧ ବର୍ଷ ପାଇଁ ବ୍ୟାନ୍

ବେଙ୍ଗାଲୁରୁ,୧୩।୮: ଗୁଟଖା-ତମାଖୁକୁ ନେଇ ବଡ଼ ନିଷ୍ପତ୍ତି ନେଇନ୍ତି କର୍ନାଟକ ସରକାର । ରାଜ୍ୟ ସରକାର ଗୁଟ୍‌ଖା, ପାନ ମସଲା ଏବଂ ତମାଖୁ-ନିକୋଟିନ୍‌ଯୁକ୍ତ ଉତ୍ପାଦଗୁଡ଼ିକ ଉପରେ ଏକ ବର୍ଷ…

ମାତ୍ର ୧୫ ବର୍ଷ ବୟସରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ, କ୍ରିକେଟ ଜଗତରେ ପଡିଗଲା ଚହଳ

ନୂଆଦିଲ୍ଲୀ,୧୩।୮: ଭାରତୀୟ କ୍ରିକେଟରେ ସବୁଠାରୁ ବିସ୍ଫୋରକ ଯୁବ ବ୍ୟାଟରମାନଙ୍କ ମଧ୍ୟରେ ସାମିଲ ବୈଭବ ସୂର୍ଯ୍ୟବଂଶୀ ନିଜ ବ୍ୟାଟିଂରେ ଲଗାତାର ଚର୍ଚ୍ଚାରେ ରହିଛନ୍ତି। ଜିମ୍ବାୱେ ଗସ୍ତରେ ମଧ୍ୟ ବ୍ୟାଟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri