Posted inରାଜ୍ୟ

ସାତକୋଶିଆରେ ପୁଣି ଆରମ୍ଭହେବ ବ୍ୟାଘ୍ର ପ୍ରକଳ୍ପ

ଭୁବନେଶ୍ୱର,୨୯ା୮(ଶର୍ମିଷ୍ଠା ପାଣିଗ୍ରାହୀ): ଅନୁଗୋଳ ଜିଲାର ସାତକୋଶିଆରେ ପୁଣି ଆରମ୍ଭ ହେବ ବ୍ୟାଘ୍ର ପ୍ରକଳ୍ପ। ଏଥିପାଇଁ ବନ ବିଭାଗ ପକ୍ଷରୁ ୫ ବର୍ଷିଆ ଯୋଜନା ହେବ। ୫ ବର୍ଷରେ ପର୍ଯ୍ୟାୟକ୍ରମେ ଏଠାକୁ ପ୍ରାୟ ୧୪ଟି ବାଘ ଅଣାଯିବ। ମହାରାଷ୍ଟ୍ରର ତଡବା ଜଙ୍ଗଲରେ ବାଘମାନଙ୍କ ଜେନେଟିକ ଓଡ଼ିଶା ବାଘଙ୍କ ସହ ସାମଞ୍ଜସ୍ୟ ଥିବାରୁ ସେଠାରୁ ବାଘ ଆଣିବାକୁ ନିଷ୍ପତ୍ତି ହୋଇଛି। ଏନେଇ ପୁଣିଥରେ ବ୍ୟାଘ୍ର ପ୍ରକଳ୍ପ ଆରମ୍ଭ କରିବାକୁ ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ଅନୁମୋଦନ ଦେଇଛନ୍ତି। ଏଥିପାଇଁ ଏନ୍‌ଟିସିଏ କେତେକ ସର୍ତ୍ତ ରଖିଛି। ସବୁ ସର୍ତ୍ତ ମାନି ବ୍ୟାଘ୍ର ପ୍ରକଳ୍ପ ଚଳାଇବୁ ବୋଲି ପିସିସିଏଫ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ଏନେଇ ସ୍ଥାନୀୟ ବାସିନ୍ଦା ଓ ଜନ ପ୍ରତିନିଧିଙ୍କ ସହ ବିସ୍ତୃତ ଭାବେ ଆଲୋଚନା କରାଯିବ। ଇତିମଧ୍ୟରେ କୋର୍‌ ଏରିଆରୁ ସମସ୍ତ ଜନବସତି ଖାଲି କରାଯାଇଛି। ବଫର ଏରିଆରୁ ୬ଟି ଗାଁ ଖାଲି ହୋଇଥିବାବେଳେ ଆଉ କିଛି ଗାଁ ଖାଲି କରାଯିବ ବୋଲି ସେ କହିଛନ୍ତି। ୨୦୧୮ରେ ଦେଶରେ ଓଡ଼ିଶା ପ୍ରଥମଥର ଆନ୍ତଃରାଜ୍ୟ ବ୍ୟାଘ୍ର ସ୍ଥାନାନ୍ତରଣ ପ୍ରକଳ୍ପ ଆରମ୍ଭ କରିଥିଲା। ମଧ୍ୟପ୍ରଦେଶରୁ ସାତକୋଶିଆ ଆସିଥିଲେ ମହାବାଳ ବାଘ ମହାବୀର ଓ ବାଘୁଣୀ ସୁନ୍ଦରୀ। କାହ୍ନା ଅଭୟାରଣ୍ୟରୁ ମହାବୀର ଓ ବାନ୍ଧବଗଡ଼ରୁ ଆସିଥିଲା ସୁନ୍ଦରୀ। ଏହି ପ୍ରକଳ୍ପ ପାଇଁ ୧୯ କୋଟିର ବଜେଟରୁ ୮ କୋଟି ଖର୍ଚ୍ଚ ହୋଇଥିଲା। ଯତ୍ନ ଅଭାବରୁ ୫ ମାସରେ ଅସୁସ୍ଥ ହୋଇ ମରିଗଲା ମହାବୀର। ମହାବୀରର ମୃତ୍ୟୁ ପରେ ବିବାଦ ଭିତରେ ବାନ୍ଧବଗଡକୁ ଫେରିଯାଇଥିଲା ସୁନ୍ଦରୀ। ଏନ୍‌ଟିସିଏ ସୁନ୍ଦରୀକୁ ନେଇଯିବା ପରେ ମାତ୍ର ୪ବର୍ଷରେ ଏହି ପ୍ରକଳ୍ପ ଫେଲ୍‌ ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: ଏହି ଜିଲାରେ ବନ୍ଦ ରହିବ ସମସ୍ତ ସ୍କୁଲ

ସୁନ୍ଦରଗଡ଼, ୧୮ା୮(ଜୟ ନାରାୟଣ ମେଣ୍ଡୁଳି)- ଲଗାଣ ବର୍ଷା ସହ ପ୍ରତିକୂଳ ପାଗ ଜାରି ରହିଥିବାରୁ ଛାତ୍ରୀଛାତ୍ରଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ସୁନ୍ଦରଗଡ଼ ଜିଲାର ସମସ୍ତ ଶିକ୍ଷାନୁଷ୍ଠାନକୁ ବୁଧବାର…

ଜେଲ୍‌ରୁ ମୁକୁଳିଲେ ମାଓନେତା ଆଜାଦ୍: ୧୫ ବର୍ଷରୁ ଅଧିକ ଜେଲ୍ ଦଣ୍ଡ ପରେ…

ଗଜପତି,୧୮।୮(ଗିରିଧାରୀ ପରିଛା): ଦୀର୍ଘ ୧୫ ବର୍ଷ, ୨ ମାସ ଏବଂ ୧୮ ଦିନ ଜେଲରେ ବିଚାରାଧୀନ କୈଦୀ ଭାବେ ରହିବା ପରେ ଶେଷରେ ମୁକ୍ତି ପାଇଛନ୍ତି ମାଓ…

ଔପଦାରେ ଅଭାବନୀୟ କାଣ୍ଡ: ଏକତରଫା ପ୍ରେମରୁ ଶିକ୍ଷୟତ୍ରୀଙ୍କ ସହ ପରିବାର ସଦସ୍ୟଙ୍କୁ ଗୋଡ଼ାଇ ହାଣିଲେ ପ୍ରେମିକ

ଔପଦା, ୧୮।୮(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ଥାନା ଅଞ୍ଚଳରେ ଏକ ଅଭାବନୀୟ ଏବଂ ସମ୍ବେଦନଶୀଳ ଘଟଣା ସାମ୍ନାକୁ ଆସିଛି। ଜଣେ ଶିକ୍ଷୟତ୍ରୀଙ୍କୁ ଏକତରଫା ପ୍ରେମ କରି…

ଦାରିଙ୍ଗବାଡି ଅଞ୍ଚଳରେ ଲଘୁଚାପ ଜନିତ ଲଗାଣ ବର୍ଷା: ଦନେକବାଡି-ସିର୍କାବର୍ଗ ରାସ୍ତା ଉପରେ ପଡିଲା ବିରାଟକାୟ ଗଛ

ଦାରିଙ୍ଗବାଡ଼ି, ୧୮।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗତ କିଛି ଦିନ ହେଲା ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ଜନଜୀବନ ବେହାଲ ହୋଇପଡ଼ିଛି।…

ଆଦିବାସୀ ଅଧ୍ୟୁଷିତ ଦୁର୍ଗମ ଅଞ୍ଚଳରେ ଜନନୀ ଯନ୍ତ୍ରଣା: ଅଧା କିଲୋମିଟର ଖଟିଆରେ ବୁହା ହେଲେ ପ୍ରସୂତି

ଲାଞ୍ଜିଗଡ, ୧୮।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ବିଜେପୁର ପଞ୍ଚାୟତ ଅନ୍ତର୍ଗତ ବାତେରପଡ଼ା ଗାଁର ମାଝୀପଡ଼ା ଏକ ଦୁର୍ଗମ ଅଞ୍ଚଳ ହୋଇଥିବାରୁ ଏଠାରେ…

୬୨୦ ଫୁଟ ଟପିଲା ହୀରାକୁଦ ଜଳଭଣ୍ଡାରର ଜଳସ୍ତର: ପୁଣି ଖୋଲିଲା ୭ଟି ସ୍ଲୁଇସ ଗେଟ୍‌

ସମ୍ବଲପୁର,୧୮।୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବିପୁଳ ପରିମାଣର ବନ୍ୟା ଜଳ ପ୍ରବେଶ କରିବା ଆରମ୍ଭ କରିଛି।…

ଯାହାକୁ ରଖିବେ ଅନନ୍ତ : ତାଳଗଛକୁ ଆଶ୍ରୟ କରି ବନ୍ୟା ପାଣିରେ ୫ ଦିନ ପରେ, ମୁଣ୍ଡ ଦେଖି…

ଧାମନଗର, ୧୮।୮ (ସନ୍ତୋଷ କୁମାର ମହାପାତ୍ର): ଗତ କିଛି ଦିନ ଧରି ଲଘୁଚାପଜନିତ ବର୍ଷା ଯୋଗୁ ବୈତରଣୀ ଓ ଏହାର ଶାଖା ନଦୀ କୋଚିଳା, ଗେଙ୍ଗୁଟି, କଣ୍ଡିଆ,…

ନୂଆ ଡିଜିପି ଚୟନ ଶୁଣାଣି ଘୁଞ୍ଚିଲା: ପକ୍ଷ ରଖିଲେ ରାଜ୍ୟ ସରକାର

ନୂଆଦିଲ୍ଲୀ,୧୮।୮: ଓଡ଼ିଶାର ନୂଆ ଡିଜିପି ଚୟନ ନେଇ ମଙ୍ଗଳବାର ସୁପ୍ରିମକୋର୍ଟରେ ଶୁଣାଣି ହୋଇଛି। ସୁପ୍ରିମକୋର୍ଟରେ ନିଜ ପକ୍ଷ ରଖିଛନ୍ତି ଓଡ଼ିଶା ସରକାର। ସେପ୍ଟେମ୍ବର ୨ ତାରିଖରେ ମାମଲାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri