ବାଘର ସୁରକ୍ଷା, ସଂରକ୍ଷଣକୁ ଗୁରୁତ୍ୱ

ବରଗଡ଼,୫।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହର ଉପକଣ୍ଠ ବରାହଗୋଡ଼ାସ୍ଥିତ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶନିବାର ଲିଓପାଡ୍‌ ଡେ (କଲରାପତରିଆ ଦିବସ) ପାଳିତ ହୋଇଯାଇଛି। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନ, ବରଗଡ଼ ବନ ବିଭାଗ ଏବଂ କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ମିଳିତ ଆନୁକୂଲ୍ୟରେ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ବରଗଡ଼ ବନଖଣ୍ଡ ଅଧିକାରୀ ବିକ୍ରମଦେବ ପଟ୍ଟନାୟକ ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ଯୋଗଦାନ କରିଥିଲେ। କ୍ରୀଷ୍ଣା ବିକାଶ ଅନୁଷ୍ଠାନର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଦଶାରି ମୁରଲୀ କ୍ରୀଷ୍ଣା ସମ୍ମାନିତ ଅତିଥିଭାବେ ଯୋଗଦେଇ ପରିବେଶ ସନ୍ତୁଳନ ଏବଂ ଏଥିରେ ଛାତ୍ରୀଛାତ୍ରଙ୍କ ଭୂମିକା ଉପରେ ଆଲୋକପାତ କରିଥିଲେ। ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନର ପ୍ରୋଗ୍ରାମ ଓ କାର୍ଯ୍ୟକାରୀ ଅଧିକାରୀ ଆକାଶ ପ୍ରଧାନ ସମ୍ମାନିତ ଅତିଥିଭାବେ ଯୋଗଦେଇ ବର୍ତ୍ତମାନ ସମୟରେ କଲରାପତରିଆ ବାଘର ସଂରକ୍ଷଣ ତଥା ବନ୍ୟ ପ୍ରାଣୀ ସମ୍ପଦର ସୁରକ୍ଷା, ବିକାଶ ଉପରେ ବକ୍ତବ୍ୟ ରଖିଥିଲେ। ଅନ୍ୟମାନଙ୍କ ମଧ୍ୟରେ ବରଗଡ଼ ଫରେଷ୍ଟ ରେଞ୍ଜ ଅଫିସର ଆରତୀ ନେଗୀ, ଆର୍ଥ କୃଷିଡେର୍ସ ଅର୍ଗାନାଇଜେଶନର ପ୍ରତିଷ୍ଠାତା ତଥା ଚେୟାରମ୍ୟାନ ଅରବିନ୍ଦ ସାମଲ, ଲୋକେଶ ଦଶାରୀ, କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ନାରାୟଣ ରଥ ପ୍ରମୁଖ କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ। କ୍ରୀଷ୍ଣା ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଏସ୍‌. କାନ୍ତା ରାଓଙ୍କ ସମେତ ସମସ୍ତ ଶିକ୍ଷୟିତ୍ରୀ, ଶିକ୍ଷକ ଏବଂ ଛାତ୍ରୀଛାତ୍ରବୃନ୍ଦ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଚାଲି ଚାଲି ଯାଉଥିଲେ, ଧକ୍କା ଦେଇ ଚାଲିଗଲା ଗାଡ଼ି; ମହିଳା…

ଛତ୍ରପୁର,୮।୪(ଦିଲ୍ଲୀପ ସାମଲ):  ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧିନ ଜାତୀୟ ରାଜପଥ ରଘୁନାଥପୁରଠାରେ ଟାଟା ଏସିଇ ଧକ୍କାରେ ଜଣେ ମହିଳା ମୃତ୍ୟୁ ହୋଇଛି । ମୃତକ ଜଣକ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ମାନସିକ ଚାପରୁ ଚରମ ନିଷ୍ପତ୍ତି, ଝୁଲନ୍ତା ଅବସ୍ଥାରେ ଉଦ୍ଧାର ହେଲା…

କୋକସରା,୮ା୪ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ):v କଳାହାଣ୍ଡି ଜିଲା କୋକସରା ଥାନା ବୋବରିଆ ଗ୍ରାମର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ନିଜ ଘର ଭିତରୁ ଜବତ ହୋଇଛି। ମୃତକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri